April 19, 2024

Odia Express

News For Public

୧୯ ମେ ୨୦୧୯ ରବିବାର,ଆଜିର ରାଶିଫଳ – କେମିତି କଟିବ ଆଜି ଆପଣଙ୍କ ଦିନ – ସୂର୍ଯ୍ୟଦେବ ଙ୍କ କୃପା ରହିବ ଏହି ୩ଟି ରାଶି ଉପରେ

1 min read

ମେଷ : ଏହିସମୟରେ ଆପଣଙ୍କୁ କିଛି ବଦଳାଇବାକୁ ପଡ଼ିବ ଯାହା ପାଇଁ ଆପଣ କିଛି ଚ଼ିନ୍ତାରେ ରହିବେ, କିନ୍ତୁ ମନେରଖନ୍ତୁ ଏହି ପରିବର୍ତ୍ତନ ଆପଣଙ୍କ ପାଇଁ କିଛି ନୂଆ ସୁଯୋଗ ଆଣିଦେବ ଏବଂ ଆପଣଙ୍କର ଚ଼ିନ୍ତାଧାରାକୁ ବଢ଼ାଇବାରେ ସହାୟକ ହେବ । ବାଣୀର ମଧୁରତା ଆପଣଙ୍କୁ ନୂଆ ସମ୍ବନ୍ଧ ବନାଇବା ପାଇଁ ମଧ୍ୟ କାମରେ ଆସିବ। ଆର୍ଥିକ ଆୟୋଜନ ମଧ୍ୟ ଆଜି ଆପଣ ଭଲ ଭାବରେ କରି ପାରିବେ। ଆଜିର ସମ୍ପୂର୍ଣ୍ଣ ଦିନ ଆନନ୍ଦର ସହିତ ବିତିବ। ଚାକିରିରେ ସହଯୋଗ ମିଳିବ। ମଧ୍ୟାହ୍ନ ପରେ ରୋଗାକ୍ରାନ୍ତ ବ୍ୟକ୍ତିଙ୍କର ସ୍ଵାସ୍ଥ୍ୟରେ ସୁଧାର ହେବ ଏବଂ ଅଧୂରା କାର୍ଯ୍ୟ ପୂର୍ଣ୍ଣ ହେବ।।ପ୍ରତିକାର-ଗାଈକୁ ଖାଇବାକୁ ଦିଅନ୍ତୁ।

ବୃଷ : ବିଦେଶ ସହ ସଂଯୋଗ କରୁଥିବା ଯେକୌଣସି କାର୍ଯ୍ୟରୁ ଆପଣଙ୍କୁ ସଫଳତା ମିଳିପାରେ । ଯଦି ଆପଣ କୌଣସି ବିଦେଶୀ ବନ୍ଧୁଙ୍କ ପାଖରୁ ଚାକିରିର ସାହାଯ୍ୟ ପାଇବା ପାଇଁ ଆଶା କରୁଥାନ୍ତି , ତେବେ ଆପଣ ସଫଳ ହେବେ କିମ୍ବା କୌଣସି ଆନ୍ତର୍ଜାତିକ ଚୁକ୍ତି ହୋଇପାରେ । ନୂଆ କାର୍ଯ୍ୟର ପ୍ରାରମ୍ଭ କରିବା ପାଇଁ ସମୟ ଅନୁକୂଳ ଅଟେ। ଆଧ୍ୟାତ୍ମ ପ୍ରତି ଆକର୍ଷଣ ବଢ଼ିବ। କାର୍ଯ୍ୟାଳୟ କିମ୍ବା ବ୍ୟବସାୟରେ କାର୍ଯ୍ୟଭାର ଅଧିକ ରହିବ। ବିଦେଶ ଯିବାକୁ ଇଚ୍ଛୁକ ଲୋକମାନଙ୍କ ପାଇଁ ଯୋଗ ଭଲ। ମଧ୍ୟାହ୍ନ ପରେ ନୂଆ କାର୍ଯ୍ୟର ଆୟୋଜନ କରି ପାରିବେ। ରୋକିଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ବ୍ୟବସାୟରେ ବୃଦ୍ଧିର ସଂଭାବନା ଅଛି। ଗୃହସ୍ଥ ଜୀବନରେ ମଧୁରତା ରହିବ। ମାନ-ସମ୍ମାନ ମିଳିବ।ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସାହାଯ୍ୟ କରନ୍ତୁ

ମିଥୁନ : ଆପଣତ ସେ କଳିକଜିଆର ଭାଗିଦାର ନୁହଁନ୍ତି କିନ୍ତୁ ସମାଧାନ କରିବା ପାଇଁ ଆପଣଙ୍କୁ ସାକ୍ଷୀ ରୂପରେ ଡ଼କା ଯାଇ ପାରେ, ଆପଣ କାହା ପକ୍ଷରେ ନ ଯାଇ ସତ୍ୟ ସାଙ୍ଗରେ ରହିବେ, ଏଥିରୁ ଆପଣଙ୍କ ସହକର୍ମୀ ଆପଣଙ୍କ ଠାରୁ ବହୁତ ପ୍ରଭାବିତ ହେବେ । ଖାଦ୍ୟ-ପେୟରେ ଆଜି ବିଶେଷ ଧ୍ୟାନ ରଖିବାର ଆବଶ୍ୟକତା ଅଛି। ଦିନ ସମୟରେ ନୂଆ କାର୍ଯ୍ୟର ପ୍ରାରମ୍ଭ କରିବା ପାଇଁ ସମୟ ଅନୁକୂଳ ନୁହେଁ। ଅଧିକ କାର୍ଯ୍ୟରେ ଶିଥିଲତା ଏବଂ ମାନସିକ ବ୍ୟଗ୍ରତାର ଅନୁଭବ କରିବେ। ଯାତ୍ରା ଲାଭଦାୟୀ ନୁହେଁ। ଧାର୍ମିକ କାର୍ଯ୍ୟ ହେବ। ବିଦେଶରେ ସ୍ଥିତ ସ୍ଵଜନମାନଙ୍କର ଭଲ ସମାଚାର ମିଳିବ। ବ୍ୟାପାରରେ ଆର୍ଥିକ ଲାଭ ହେବ। ନୂଆ ଆୟୋଜନ ପାଇଁ ଅନୁକୂଳ ପରିସ୍ଥିତି ହେବ।ପ୍ରତିକାର-ଗୁଡ଼ ଓ ଗହମ ଷଣ୍ଢକୁ ଖାଇବାକୁ ଦିଅନ୍ତୁ

କର୍କଟ : ସାମାନ୍ୟ ବିବ୍ରତ ରହିବେ । ଦାଇତ୍ତ୍ୱର ସହ ଅନ୍ୟାନ୍ୟ କାର୍ଯ୍ୟକରିବାରେ ଅସୁବିଧା ହୋଇପାରେ । ବଂଧୁ ମାନଙ୍କସହ ଫୋନ ମାଧ୍ୟମରେ ବାର୍ତ୍ତାଳାପ କିଛି ସମୟ କଟିପରେ । ଗୁରୁତ୍ତ୍ୱପୂର୍ଣ୍ଣ କାର୍ଯ୍ୟକୁ ସ୍ଥଗିତ ରଖନ୍ତୁ ନାହିଁ । ଆପଣ ଆଜି ଦାମ୍ପତ୍ୟ ଜୀବନରେ ସୁଖ ଅନୁଭବ କରି ପାରିବେ। ପରିଜନମାନଙ୍କର ସହିତ ସାମାଜିକ ସମାରୋହରେ ଭାଗ ନେବେ। ଛୋଟ ଯାତ୍ରାର ମଧ୍ୟ ଯୋଗ ଅଛି। ମଧ୍ୟାହ୍ନ ପରେ ଆପଣଙ୍କ ସ୍ଵାସ୍ଥ୍ୟ ବିଗିଡ଼ିବାର ଆଶଂକା ଅଛି। ମାନସିକ ରୂପରେ କିଛି ବ୍ୟଗ୍ରତା ମଧ୍ୟ ଅନୁଭବ କରିବେ। ଖାଦ୍ୟ-ପାନୀୟ ଉପରେ ବିଶେଷ ରୂପରେ ଧ୍ୟାନ ଦେବେ।ପ୍ରତିକାର:- ବିଧବାଙ୍କର ସେବା କରି ଆଶୀର୍ବାଦ ଗ୍ରହଣ କରନ୍ତୁ

ସିଂହ : ଆଜି ଆପଣଙ୍କୁ କ୍ରୋଧ ଲାଗିବ । ଆଜି ଆପଣଙ୍କର ଜୀବନର ଉନ୍ନତି କ୍ଷେତ୍ରରେ କିଛି ପରିମାଣର ଅବନତି ଦେଖାଦେବ ।କିନ୍ତୁ ଆପଣ ଏ କ୍ଷେତ୍ରରେ ଆଦୌ ବ୍ୟସ୍ତ ନହୋଇ ଏ ପରିସ୍ଥିତିର ମୁକାବଲା କରନ୍ତୁ । ଆଜିର ଦିନ ଶୁଭଫଳଦାୟୀ ହେବ। ଶରୀର ଏବଂ ମନ ଅସୁସ୍ଥ ରହୁଥିଲେ ମଧ୍ୟ ଆପଣ ନିଜର ଅସଂପୂର୍ଣ୍ଣ କାର୍ଯ୍ୟଗୁଡ଼ିକୁ ସଂପୂର୍ଣ୍ଣ କରି ପାରିବେ। ଆର୍ଥିକ ଆୟୋଜନ ମଧ୍ୟ ବହୁତ ଭଲ ଭାବରେ କରି ପାରିବେ। କାର୍ଯ୍ୟାଳୟରେ ସହକର୍ମିମାନଙ୍କ ସହଯୋଗ ଆପଣଙ୍କୁ ମିଳିବ। ପରିଜନ ଏବଂ ମିତ୍ରମାନଙ୍କର ଘନିଷ୍ଠତାରେ ବୃଦ୍ଧି ହେବ। ଦାମ୍ପତ୍ୟ ଜୀବନ ଆନନ୍ଦଦାୟୀ ରହିବ। ବ୍ୟାପାରରେ ବୃଦ୍ଧି କରି ପାରିବେ।ପ୍ରତିକାର-କୁକୁରକୁ ରୁଟି ଖାଇବାକୁ ଦିଅନ୍ତୁ

କନ୍ୟା : ଆଜି ଆପଣ ଜାଣିପାରିବେ ଯେ ଆପଣ ନିଜ ବନ୍ଧୁମାନଙ୍କୁ ବହୁତ ଭଲପାଆନ୍ତି ଏବଂ ସେମାନଙ୍କ ସାଙ୍ଗରେ ସମୟ କଟାଇବାକୁ ଚ଼ାହାନ୍ତି । ଆଜିର ଦିନ ନିଜ ପରିବାର ଲୋକଙ୍କ ସହିତ କଟାଇଲେ ଶୁଭ ହେବ । ଦିନର ପ୍ରାରମ୍ଭରେ ଆପଣ କୌଣସି ପ୍ରକାରର ଦ୍ୱନ୍ଦ୍ୱରେ ରହିବେ। ନିଜର ମଧୁରବାଣୀ ଏବଂ ଭାଷାରେ ଆପଣ କାହାକୁ ମଧ୍ୟ ମନାଇ ପାରିବେ। ମଧ୍ୟାହ୍ନ ପରେ ଆପଣଙ୍କ ଉତ୍ସାହରେ ବୃଦ୍ଧି ହେବ ଏବଂ ମନ ପ୍ରଫୁଲ୍ଲିତ ରହିବ। ଯାତ୍ରାର ମଧ୍ୟ ଯୋଗ ଅଛି। ଧନ ସମ୍ବନ୍ଧରେ କୌଣସି ବିଶେଷ ଚର୍ଚ୍ଚା ହୋଇପାରେ।ପ୍ରତିକାର-ଗୁଡ଼ ଓ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ

ତୁଳା :ଆଜି ଆପଣ ଘରେ ସାବଧାନ ରୁହନ୍ତୁ କାରଣ କଳିହେବାର ପ୍ରବଳ ସମ୍ଭାବନା ରହିଛି । ଆଯଥା କଳିରୁ ବଞ୍ଚନ୍ତୁ । ଗ୍ରହଚ଼ଳନ ଖରାପ ଥିବାରୁ ଘରେ ଅଶାନ୍ତି ରହିବ । ଆନନ୍ଦ ଏବଂ ଉତ୍ସାହରେ ବୃଦ୍ଧି ହେବ। କୌଟୁମ୍ବିକ ତଥା ଆର୍ଥିକ ବିଷଗୁଡ଼ିକ ଉପରେ ଆପଣ ଅଧିକ ଧ୍ୟାନ ଦେବେ। ଆପଣ କୌଣସି ମଧ୍ୟ କାର୍ଯ୍ୟକୁ ଦୃଢ ମନୋବଳ ଏବଂ ଆତ୍ମବିଶ୍ଵାସର ସହିତ କରି ପାରିବେ। ପିତୃପକ୍ଷରୁ ଲାଭ ହେବାର ମଧ୍ୟ ସଂଭାବନା ଅଛି। ପରନ୍ତୁ ଜମିବାଡ଼ି ଆଦି ବିଷୟଗୁଡ଼ିକ କାର୍ଯ୍ୟରେ ସାବଧାନ ରହିବେ। ସନ୍ତାନ ପଛରେ ଖର୍ଚ୍ଚ କରିବେ। ବିଦ୍ୟାର୍ଥୀଗଣ ବିଦ୍ୟା କ୍ଷେତ୍ରରେ ଭଲ ପ୍ରଦର୍ଶନ କରି ପାରିବେ।ପ୍ରତିକାର-ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

ବିଚ୍ଛା : ବୃଥାରେ କୌଣସି କାଥାବାର୍ତ୍ତା କରନ୍ତୁ ନାହିଁ ବରଂ ସମ୍ପର୍କ ସଜବୁତ କରିବା ପାଇଁ ଚେଷ୍ଚା କରନ୍ତୁ । କୌଣସି ବ୍ୟକ୍ତି ସହ କଥାବାର୍ତ୍ତା ବେଳେସମାନ୍ୟ କଟୁ କଥା ନ କହିବା ପାଇଁ ଧ୍ୟାନ ଦିଅନ୍ତୁ । ଆପଣଙ୍କ ଆଜିର ଦିନ ମିଶ୍ରିତ ଫଳଦାୟୀ ରହିବ। ଆଜି ଆପଣ ଚିନ୍ତାରେ ଘେରି ରହିବେ ଏବଂ ସ୍ଵାସ୍ଥ୍ୟରେ ମଧ୍ୟ ଅବନ୍ନତି ହୋଇପାରେ। ପରିବାରରେ ମଧ୍ୟ ମତଭେଦ ରହିବ, ପରନ୍ତୁ ମଧ୍ୟାହ୍ନ ପରେ ଆପଣ ସମସ୍ତ କାର୍ଯ୍ୟଗୁଡ଼ିକରେ ଅନୁକୂଳତା ଅନୁଭବ କରିବେ। ଆର୍ଥିକ ଲାଭର ସଂଭାବନା ଅଛି।ପ୍ରତିକାର-ଅସହାୟକୁ ସାହାଯ୍ୟ କରନ୍ତୁ

ଧନୁ : ଆଜିର ଦିନ ନିଜ ପରିବାର ଲୋକଙ୍କ ସହିତ ରହିବା ପାଇଁ ଶୁଭ ଦିନ ଅଟେ । ଆଜି ଆପଣ ସେମାନଙ୍କ ସହିତ ମିଳିମିଶି କୌଣସି ମନୋରଞ୍ଜନ କାର୍ଯ୍ୟକ୍ରମରେ ଭାଗ ନେବେ । ଆଜି ଆପଣ କୌଣସି ପାରିବାରିକ ଉତ୍ସବରେ ମଧ୍ୟ ଭାଗ ନେବେ । ଦିନର ପ୍ରାରମ୍ଭରେ ଆପଣଙ୍କ ପରିବାରରେ ଖୁସିର ମାହୌଲ ରହିବ ଏବଂ ବ୍ୟାପାରରେ ସମୟ ଠିକ ରହିବ। ମହିଳାବର୍ଗଙ୍କଠାରୁ ଲାଭ ହେବାର ଯୋଗ ଅଛି। ପ୍ରିୟ ପାତ୍ରଙ୍କ ସହ ଭେଟ ହେବ। ମାନସିକ ତଥା ଶାରୀରିକ ସ୍ଵାସ୍ଥ୍ୟ ଭଲ ରହିବ, ପରନ୍ତୁ ମଧ୍ୟାହ୍ନ ପରେ ଆପଣଙ୍କ ମନରେ ବିବିଧ ପ୍ରକାରର ଚିନ୍ତା ଆସିବ, ଯାହା କି ପାରିବାରିକ ବାତାବରଣକୁ ବିଗାଡ଼ି ପାରେ।ପ୍ରତିକାର-ବୃଦ୍ଧା ବୃଦ୍ଧଙ୍କର ସେବା କରନ୍ତୁ।

ମକର : ଆଜି ଆପଣଙ୍କ ଜୀବନରେ ଏକ ନୂଆ ମୋଡ଼ ଆସିପାରେ ଆଜି ଆପଣ କୌଣସି ଆତ୍ମିୟ କିମ୍ବା ଅଜଣା ବ୍ୟକ୍ତିଙ୍କ ପାଖରୁ କିଛି ଶିକ୍ଷା ଲାଭ କରି ପାରନ୍ତି ଯାହା ଆପଣଙ୍କ ପାଇଁ ଜରୁରୀ ଥିଲା । ତାଙ୍କ ଉପଦେଶ ଉପରେ ଧ୍ୟାନ ଦିଅନ୍ତୁ । ଆଜି ଆପଣ ପ୍ରତ୍ୟେକ କାର୍ଯ୍ୟକୁ ଆତ୍ମବିଶ୍ଵାସର ସହିତ ଠିକରେ ସଂପନ୍ନ କରି ପାରିବେ। ସରକାରୀ କାର୍ଯ୍ୟଗୁଡ଼ିକରେ ସଫଳତା ମିଳିବ। ପୈତୃକ ସଂପତ୍ତି ଲାଭ ହେବ। ତଥାପି ମଧ୍ୟ ବାହନ, ବାସଗୃହ ଆଦିର କାଗଜପତ୍ର ସମ୍ବନ୍ଧିତ କାର୍ଯ୍ୟରେ ସାବଧାନପୂର୍ବକ ଆଗକୁ ବଢ଼ିବେ। ଆପଣଙ୍କ ବୈଚାରିକ ସମୃଦ୍ଧିରେ ବୃଦ୍ଧି ହେବ। ମନ ପ୍ରସନ୍ନ ରହିବ। ସ୍ଵାସ୍ଥ୍ୟର ଧ୍ୟାନ ରଖିବେ।ପ୍ରତିକାର-ବେଲ କାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ

କୁମ୍ଭ : ଆଜି ନିଜ ଲୋକମାନଙ୍କ ସହିତ ମିସିବାର ସମ୍ଭାବନା ହୋଇପାରେ । ଏହା ଆପଣଙ୍କୁ ହଠାତ୍ ଖୁସି ଆଣିଦେବ ଆପଣଙ୍କର ପୁରୁଣା ବନ୍ଧୁ ଆପଣଙ୍କର ହୃଦୟର ବହୁତ ନିକଟତର ଅଟନ୍ତି । ଆଜିର ଦିନ ଆନନ୍ଦପୂର୍ବକ ବିତିବ। ବ୍ୟାପାର କରୁଥିବା ଲୋକଙ୍କ ପାଇଁ ଆଜିର ଦିନ ଲାଭଦାୟୀ ଅଟେ। ଧନ ବୃଦ୍ଧି ହେବ। ମହିଳାବର୍ଗଙ୍କର ଲାଭ ହେବାର ମଧ୍ୟ ସଂଭାବନା ଅଛି। ସନ୍ତାନଙ୍କ ତରଫରୁ ମଧ୍ୟ ଲାଭ ମିଳିବ। ଛୋଟ ଯାତ୍ରା ପାଇଁ ପରିସ୍ଥିତି ଅନୁକୂଳ ହେବ। ଦାମ୍ପତ୍ୟ ଜୀବନରେ ଆନନ୍ଦ ରହିବ।ପ୍ରତିକାର-ଗାଈକୁ କିଛି ଖାଦ୍ୟ ଦେବେ

ମୀନ : ଅନ୍ୟମାନଙ୍କର ଅଭିଯୋଗ ସମାଲୋଚନାକୁ ଖାତିର ନ କରି ଦିନ କଟାଇବେ ଏବଂ ଅନ୍ୟମାନଙ୍କ ସମାଲୋଚନା ଦ୍ୱାରା ନିଜେ ପ୍ରଭାବିତ ହେବେ ନାହିଁ । ପରିଶେଷରେ ଅନ୍ୟମାନେ ଆପଣଙ୍କୁ ଗ୍ରହଣ କରିବେ । ଆପଣଙ୍କ ଆଜିର ଦିନ ମଧ୍ୟମଫଳଦାୟୀ ରହିବ। ଦିବସର ପ୍ରାରମ୍ଭରେ ଆପଣଙ୍କୁ ଶାରୀରିକ ତଥା ମାନସିକ ରୂପରେ ଫୂର୍ତ୍ତି ଏବଂ ଆନନ୍ଦ ଅନୁଭବ ହେବ। ଆପଣଙ୍କ ସୃଜନାତ୍ମକ ଏବଂ କଳାତ୍ମକ ଶକ୍ତିଗୁଡ଼ିକରେ ବୃଦ୍ଧି ହୋଇପାରେ। ମଧ୍ୟାହ୍ନ ପରେ ଆପଣ କୌଣସି ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି। ବୈଚାରିକ ସ୍ତରରେ ଆପଣ ବୁଡ଼ି ରହିବେ। ଆବଶ୍ୟକ ନିର୍ଣ୍ଣୟ ଏହି ସମୟ ନନେବାପାଇଁ ଉପଦେଶ।ପ୍ରତିକାର-କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ

Leave a Reply

Your email address will not be published. Required fields are marked *