March 29, 2024

Odia Express

News For Public

୨୧ ମେ ୨୦୧୯ ମଙ୍ଗଳବାର,ଆଜିର ରାଶିଫଳ – କେମିତି କଟିବ ଆଜି ଆପଣଙ୍କ ଦିନ – ମା ମଙ୍ଗଳ ଙ୍କ କୃପା ରହିବ ଏହି ୩ଟି ରାଶି ଉପରେ

1 min read

ମେଷ – ଏବେ ଆପଣଙ୍କର ପ୍ରସ୍ତୁତ ହେବାର ମସୟ ଆସିଛି । ଆଜି ଆପଣ ଜୀବନର ସବୁଠାରୁ କଷ୍ଟ କ୍ଷେତ୍ରକୁ ବାଛିବେ ,ଯଦିଓ ତାହା ଅର୍ଥ ସମ୍ବଦ୍ଧୀୟ ହୋଇଥାଏ, ଘର କିମ୍ବା କାର୍ଯ୍ୟ ସମ୍ବଦ୍ଧୀୟ ହୋଇଥାଏ ଏବଂ ତାହା ଉପରେ କାର୍ଯ୍ୟ କରିବା ଆରମ୍ଭ କରନ୍ତୁ । ଆଜି ଆପଣ ବନ୍ଧୁଙ୍କ ସହିତ ଝଗଡ଼ା କରିବା ଦ୍ୱାରା ଚ଼ିନ୍ତାରେ ପଡ଼ିଯିବେ । ଏହି କଥା ପାଇଁ ଆପଣଙ୍କୁ ବହୁତ ଆଶ୍ଚର୍ଯ୍ୟ ଲାଗିବ ଏବଂ ବହୁତ ବୁଦ୍ଧିର ସହିତ ଆପଣଙ୍କୁ ଏହି ପରିସ୍ଥିତିକୁ ସମ୍ଭାଳିବା ପାଇଁ ପଡ଼ିବ । ଧନର ଦେବା-ନେବା, ଅସୁଲି କିମ୍ବା ନିବେଶ କରବା ସମୟରେ ସାବଧାନ ରୁହନ୍ତୁ। କୋର୍ଟ-କଚେରୀର କଥାଗୁଡ଼ିକରେ ସମ୍ଭାଳିକରି ଚାଲିବେ। ବାଣୀ ଏବଂ କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ମଧ୍ୟାହ୍ନ ପରେ ଶାରୀରିକ ଏବଂ ମାନସିକ ସ୍ୱାସ୍ଥ୍ୟରେ ସୁଧାର ହେବ,ପ୍ରତିକାର–ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କର

ବୃଷ – ଆଜି ଆପଣ ମାନସିକ ଶାନ୍ତି ପାଇବା ପାଇଁ ଚାହାଁନ୍ତି । ଶାନ୍ତି ଆପଣଙ୍କ ଭିତରେ ହିଁ ଅଛି । ଏହାକୁ ବାହାରେ ଖୋଜିବା ପରିବର୍ତ୍ତେ ନିଜ ଭିତରେ ଫଳାଫଳକୁ ଆପଣ ଖୋଜନ୍ତୁ । ଏହାର ଆରମ୍ଭ ଆପଣ ଯୋଗଠାରୁ କରନ୍ତୁ ।  ଆଜ ଦିନ ଭଲ ଅଛି, ଆପଣ କାହା ସହିତ ଅଧିକ ବାଦ-ବିବାଦ କରନ୍ତୁ ନାହିଁ, ତାହାହିଁ ଆପଣଙ୍କ ପାଇଁ ହିତକର ହେବ। ଧାର୍ମିକ କାର୍ଯ୍ୟଗୁଡ଼ିକରେ ଏବଂ ଉପାସନାର ପଛରେ ଧନ ଖର୍ଚ୍ଚ ହୋଇପାରେ। ପରିଜନମାନଙ୍କ ସହିତ ମନମାଳିନ୍ୟ ନହେଉ ସେଥିପାଇଁ ବାଣୀକୁ ନିୟନ୍ତ୍ରିତ ରଖିବେ |ଆଜିର ଦିନ ଆପଣଙ୍କ ଆମଦନୀ ଭଲ ହେବାର ସଂକେତ ମିଳୁଛି। ଏହା ଫଳରେ ଆପଣଙ୍କୁ ଖୁସି ମିଳିବ। ପ୍ରେମ ସମ୍ବନ୍ଧରେ ସାଥୀର ମନକୁ ଛୁଇଁଲାଭଳି କଥା ହୋଇପାରେ |ପ୍ରତିକାର–ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

ମିଥୁନି – ଆପଣଙ୍କ ପରିବାର ଆପଣଙ୍କ ପାଇଁ ସହାୟତାର ସ୍ରୋତ ହେବ । ସେମାନେ ଆପଣଙ୍କର ସବୁ ପ୍ରକାର ସାହାଯ୍ୟ କରିବାକୁ ପ୍ରସ୍ତୁତ ଅଟନ୍ତି ।ତେଣୁ ଆପଣ ସେମାନଙ୍କ କଥା ଶୁଣିବା ଉଚ଼ିତ୍ । ଆପଣ ଦେଖିବେ ଆଜି ଆପଣଙ୍କର ବିଦେଶୀ ଲୋକଙ୍କ ସହ ଆତ୍ମୀୟତା ବଢିବ । ଆପଣଙ୍କ ବିଦେଶୀ ବନ୍ଧୁ ଆପଣଙ୍କୁ ସେଠାକୁ ଯିବାକୁ ନିମନ୍ତ୍ରଣ କରିପାରନ୍ତି କିମ୍ବା ଆପଣଙ୍କ କାର୍ଯ୍ୟ ଯୋଗୁଁ ବିଦେଶ ଯାଇପାରନ୍ତି ।ଆଜିର ଦିନ ଶୁଭଫଳଦାୟୀ ଅଟେ। ବ୍ୟବସାୟରେ ସ୍ଥିତି ଅନୁକୂଳ ରହିବ ତଥା ଆପଣଙ୍କ କାର୍ଯ୍ୟର ଉଚିତ ପ୍ରଶଂସା ମଧ୍ୟ ହେବ। ସାମାଜିକ ରୂପରେ ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ। କାର୍ଯ୍ୟ ମଧ୍ୟ ସରଳତାପୂର୍ବକ ସଂପନ୍ନ ହେବ ଏବଂ ଏହି କାର୍ଯ୍ୟଗୁଡ଼ିକରେ ଲାଭ ମଧ୍ୟ ହେବ,ପ୍ରତିକାର:- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।ପ୍ରତିକାର– ଚଣାଡାଲି ଓ ଗୁଡ ମନ୍ଦିରରେ ଦାନ କରନ୍ତୁ।

କର୍କଟ – ଆଜି ଆପଣ ଏମିତିହିଁ ଗପିବା ସମୟରେ ନିଜର ଶବ୍ଦଗୁଡ଼ିକୁ ବୁଝି ବିଚ଼ାରକରି କହିବେ । ଆପଣ କାହାକୁ କ`ଣ କହୁଛନ୍ତି ଏଥି ପ୍ରତି ଧ୍ୟାନ ଦିଅନ୍ତୁ । ଆପଣଙ୍କର ଶବ୍ଦଗୁଡ଼ିକୁ ବୁଲେଇ ଆପଣଙ୍କ ବିରୋଧରେ ବ୍ୟବହାର କରାଯାଇପାରେ । ଆଜି ଆପଣ ଜାଣିପାରିବେ ଯେ ଆପଣ ନିଜ ବନ୍ଧୁମାନଙ୍କୁ ବହୁତ ଭଲପାଆନ୍ତି ଏବଂ ସେମାନଙ୍କ ସାଙ୍ଗରେ ସମୟ କଟାଇବାକୁ ଚ଼ାହାନ୍ତି । ଆଜିର ଦିନ ନିଜ ପରିବାର ଲୋକଙ୍କ ସହିତ କଟାଇଲେ ଶୁଭ ହେବ ।ସ୍ଵାସ୍ଥ୍ୟ ଦୃଷ୍ଟିରୁ ଆଜି ଆପଣ ଆନନ୍ଦିତ ରହିବେ। ମିତ୍ର ତଥା ସମ୍ବନ୍ଧିମାନଙ୍କ ସହିତ ବୁଲିବାକୁ ଯିବାକୁ ଯୋଜନା ବନାଇବେ ଏବଂ ଆନନ୍ଦପ୍ରଦ ଯାତ୍ରା ମଧ୍ୟ କରି ପାରିବେ। ସାମାଜିକ ରୂପରେ ସମ୍ମାନ ପ୍ରାପ୍ତି ହେବ। ଭାଗିଦାରୀଙ୍କ ସହିତ ଚର୍ଚ୍ଚା ସକାରାତ୍ମକ ହେବ,ପ୍ରତିକାର– କୁକୁରକୁ ଖାଇବାକୁ ଦିଅନ୍ତୁ।

ସିଂହ- ଆପଣ ଓ ଆପଣଙ୍କ ପରିବାର ଲୋକଙ୍କ ଚ଼ିନ୍ତାଧାରା ନ ମିଶିଲେ ମଧ୍ୟ ଆପଣ ଏହା ଅନୁଭବ କରିବେ ଯେ ଆପଣଙ୍କ ପରିବାରର ଲୋକ ଆପଣଙ୍କ କଥା ବୁଝନ୍ତି । ଆପଣ ମଧ୍ୟ ଏହା ଦେଖାନ୍ତୁ ଯେ ଆପଣ ସେମାନଙ୍କୁ ମଧ୍ୟ ବହୁତ ଭଲ ପାଆନ୍ତି । ଆଜି ଆପଣ ସେମାନଙ୍କ ସାଙ୍ଗରେ ସମୟ କଟାଇବାକୁ ଚ଼ାହିଁବେ ।ନିଜର ବୌଦ୍ଧିକ ଶକ୍ତିରେ ଲେଖନ କାର୍ଯ୍ୟ ଏବଂ ସୃଜନାତ୍ମକ କାର୍ଯ୍ୟ କରିବାରେ ଆଗକୁ ବଢ଼ିବେ। ଆକସ୍ମିକ ଖର୍ଚ୍ଚର ଯୋଗ ଅଛି। ମଧ୍ୟାହ୍ନ ପରେ କାର୍ଯ୍ୟରେ ସଫଳତା ମିଳିବାରୁ ମାନସିକ ରୂପରେ ଆପଣ ପ୍ରସନ୍ନ ରହିବେ। ଆଜି ଯଶ ଏବଂ କୀର୍ତ୍ତି ମଧ୍ୟ ପ୍ରାପ୍ତ ହେବ,ପ୍ରତିକାର– ଅସହାୟକୁ ନିରାଶ କରିବେ ନାହିଁ।ପ୍ରତିକାର– ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କନ୍ୟା – ଆଜି ଆପଣଙ୍କୁ ନିଜର ପାଖାପଖି କିଛି ଲୋକଙ୍କ ଠାରୁ ସାବଧାନ ରହିବା ଆବଶ୍ୟକ ଅଟେ ,କାରଣ ସେମାନେ ଆପଣଙ୍କ ପ୍ରତିଇର୍ଷାଭାବ ରଖନ୍ତି । ଏଭଳି କଲେ ସବୁ କିଛି ଠିକ୍ ରହିବ । ଅନୈତିକ କାର୍ଯ୍ୟ ଏବଂ ନକାରାତ୍ମକ ବିଚାରୁ ଦୂରରେ ରୁହନ୍ତୁ। ବାଣୀ ଉପରେ ନିୟନ୍ତ୍ରଣ ରଖିବେ। ପରିବାରରେ ମନମାଳିନ୍ୟ ହେବାରୁ ଶାରୀରିକ ଏବଂ ମାନସିକ ଅସୁସ୍ଥତା ହୋଇପାରେ, ଧ୍ୟାନ ରଖିବେ। ମଧ୍ୟାହ୍ନ ପରେ ବିଦେଶରୁ ଭଲ ସମାଚାର ପ୍ରାପ୍ତ ହେବ, ପ୍ରତିକାର– ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ତୁଳା – ଆଜି ଆପଣଙ୍କର ହିଁ ଦିନ ,କାରଣ ସମସ୍ତଙ୍କର ଆଖି ଆଜି ଆପଣଙ୍କର ସଫଳତା ଏବଂ ଯୋଗ୍ୟତା ପାଇଁ ଆପଣଙ୍କୁ ନୂଆ ପରିଚ଼ୟ ମିଳିବ । ଆଜି ଆପଣ ନିଜର ପ୍ରିୟଜନଙ୍କ ସହିତ ସମୟ ବିତାଇବେ ।ଏହି ଅବସରର ପୁରା ଲାଭ ଉଠାନ୍ତୁ ।  । ଆଜି ଆପଣଙ୍କ ଘରକୁ ବିଦେଶରୁ ଅତିଥି ଆସିବାର ସମ୍ଭାବନା ରହିଛି । ଏହା ଦ୍ୱାରା ଆପଣଙ୍କ ଘରେ ଆନନ୍ଦର ପରିବେଶ ରହିବ । ଯଦି ଆପଣ କାର୍ଯ୍ୟରେ ବ୍ୟସ୍ତ ରୁହନ୍ତି ତଥାପି ସମୟ ବାହାରକରି ସେମାନଙ୍କ ସହ ଆନନ୍ଦିତ ହୁଅନ୍ତୁ ।ଆଜି ବିଦ୍ୟାର୍ଥିମାନଙ୍କ ପାଇଁ ଦିନ ଅନୁକୂଳ ଅଟେ। ସ୍ଵଭାବର ଦୂରପଣ ଛାଡ଼ିକରି ଆଗକୁ ବଢ଼ିବେ ତେବେ ଅନେକ ସମସ୍ୟାର ନିରାକରଣ ହେବାପରି ଦେଖାଯିବ,ପ୍ରତିକାର: ରୁଟି ଓ ଗୁଡ ଗାଈକୁ ଖାଇବାକୁ ଦିଅନ୍ତୁ।

ବିଛା – ଆଜି ଆପଣ ନିତିଦିନ କାର୍ଯ୍ୟକ୍ରମରେ କିଛି ନୂତନତା ଆଣିବାକୁ ଚ଼େଷ୍ଟା କରିବେ । ଆପଣ ସେହି କାର୍ଯ୍ୟ କରନ୍ତୁ ଯାହା ଆପଣଙ୍କର ବହୁତ ଦିନରୁ କରିବାର ଇଚ୍ଛାଥିଲା । ଆଜି ଆପଣଙ୍କୁ ନିଜ କାର୍ଯ୍ୟ ଏବଂ ଘରର ଛୋଟ ଛୋଟ ଅସୁବିଧା ଗୁଡ଼ିକୁ ସମାଧାନ କରିବା ପାଇଁ ନିଜର ଚ଼ତୁରତା ଏବଂ ବୁଦ୍ଧିର ବ୍ୟବହାର କରିବା ଉଚ଼ିତ୍ ।ଶାରୀରିକ ଏବଂ ମାନସିକ ସ୍ଵାସ୍ଥ୍ୟ ଆଜି ଭଲ ରହିବ। ପରିଜନମାନଙ୍କ ସହିତ ଯାତ୍ରାର ଆୟୋଜନ ହେବ। ଛୋଟ ଯାତ୍ରାର ଯୋଗ ଅଛି। ମିତ୍ରମାନଙ୍କ ଏବଂ ସ୍ଵଜନମାନଙ୍କ ସହିତ ଆନନ୍ଦ ପୂର୍ବକ ସମୟ ବିତିବ। ପ୍ରତିକାର: କୁକୁରକୁ ଖାଇବାକୁ ଦିଅନ୍ତୁ।

ଧନୁ – ଆଜି ଆପଣଙ୍କର ବାହାରକୁ ଯାଇ ଲୋକମାନଙ୍କ ସହ ସାକ୍ଷାତ କରିବାପାଇଁ ଇଛାହେବ । ଆଜି ଆପଣ ଦ୍ୱିଧାରେ ଅଛନ୍ତି । ଆପଣ ନିଜ ବନ୍ଧୁଙ୍କ ସହ ବାହାରକୁ ବୁଲିବା ପାଇଁ ଯାଆନ୍ତୁ ।  ଘର ଏବଂ ବାହାରର କାର୍ଯ୍ୟ ମଧ୍ୟରେ ସନ୍ତୁଳନ ରକ୍ଷା ଆଜି ଆପଣଙ୍କର ମୂଳମନ୍ତ୍ର ହେବା ଉଚ଼ିତ୍ ।ପ୍ରତିଦ୍ୱନ୍ଦ୍ୱୀମାନଙ୍କ ଏବଂ ଉଚ୍ଚ ଅଧିକାରୀମାନଙ୍କ ସହିତ ବାଦ-ବିବାଦ କରନ୍ତୁ ନାହିଁ। ଆମୋଦ-ପ୍ରମୋଦ ସମ୍ବନ୍ଧିତ ବସ୍ତୁକୁ କିଣିବା ଯୋଗୁଁ କ୍ରେତାଙ୍କର ଖର୍ଚ୍ଚ ଅଧିକ ହେବାର ଆଶଂକା ଅଛି। ବ୍ୟବସାୟ କ୍ଷେତ୍ରରେ ବାତାବରଣ ଭଲ ରହିବ।ଆପଣଙ୍କ କାମରେ ଭଲ ବୃଦ୍ଧି ହେବ। ସ୍ଵାସ୍ଥ୍ୟ ପାଇଁ ଆଜିର ଦିନ ଭଲ।ପ୍ରତିକାର– ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ।

ମକର – ଆଜି ଦିନରେ ପରିବାର ସହ ରହିବାକୁ ହେବ । ସେଥିପାଇଁ ପ୍ରସ୍ତୁତ ରୁହନ୍ତୁ । ଏହା ସହର ମଧ୍ୟ ହୋଇପାରେ କିମ୍ବା ଛୁଟିଦିନରେ ଦୂରସ୍ଥାନକୁ ହୋଇପାରେ । କିନ୍ତୁ ଯାତ୍ରା ସୁନିଶ୍ଚିତ ।  ଆଜି ଆପଣଙ୍କୁ କୌଣସି ପରିବାର ଲୋକଙ୍କ ସହିତ ଜଡ଼ିତ ଶୁଭ ସମାଚ଼ାର ଆପଣଙ୍କୁ ବହୁତ ଖୁସି ଦେବ । ନିଜ ପରିବାର ଲୋକଙ୍କ ସହିତ ସେମାନଙ୍କ ଖୁସିରେ ଆପଣ ସାମିଲ ହୁଅନ୍ତୁ ।ଆଜି ଆପଣଙ୍କ କାର୍ଯ୍ୟ ସରଳତା ପୂର୍ବକ ସମ୍ପୂର୍ଣ୍ଣ ହେବ। ମାନ-ସମ୍ମାନରେ ବୃଦ୍ଧି ହେବ। ଅଫିସ୍ ଉଚ୍ଚ ପଦାଧିକାରିମାନଙ୍କ ତରଫରୁ ପ୍ରୋତ୍ସାହନ ମିଳିବାର ଉପରେ ଆପଣଙ୍କ ଆତ୍ମବିଶ୍ଵାସ ବଢ଼ିବ,ପ୍ରତିକାର- ଭିକାରୀକୁ ନିରାଶ କରିବେ ନାହିଁ।

କୁମ୍ଭ – ଆଜି ଆପଣଙ୍କର ଦିନ ଶାନ୍ତିରେ କଟିବ । ଦୁନିଆର ଅଶାନ୍ତି ବାତାବରଣ ଆପଣଙ୍କୁ ବ୍ୟସ୍ତ କରିପାରିବ ନାହିଁ । ଆଜି ଆପଣ ନିଜ ମସ୍ତିଷ୍କକୁ କିଛି ସମୟ ବିଶ୍ରାମ ଦେଲେ ଭଲ ହେବ । ଆଜି ଆପଣ ଯେତେ ବ୍ୟସ୍ତ ରହିଲେ ମଧ୍ୟ ସାମାଜିକ ଉତ୍ସବରେ ନିଶ୍ଚୟ ଭାଗ ନିଅନ୍ତୁ ,କାରଣ ଏମିତି ସୁଯୋଗ ବାରମ୍ବାର ଆସେ ନାହିଁ ।ଆପଣଙ୍କ ସ୍ଵଭାବରେ ଆଜି କିଛି ଅଧିକ ସମ୍ବେଦନଶୀଳତା ରହିବ। କାର୍ଯ୍ୟ ସଫଳତାରେ ମାନସିକ ରୂପରେ ଆପଣ ପ୍ରଫୁଲ୍ଲିତ ରହିବେ। ଯଶ ଏବଂ କୀର୍ତ୍ତିରେ ମଧ୍ୟ ବୃଦ୍ଧି ହେବ। ମା’ ଘର ପଟରୁ ଭଲ ସମାଚାର ପ୍ରାପ୍ତ ହେବ।ପ୍ରତିକାର:- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମୀନ – ଆଜିର ଦିନ ଆପଣଙ୍କ ପାଇଁ ଖୁସି ଏବଂ ଶାନ୍ତି ଆଣିଦେବ ।ନିଜ ପ୍ରିୟଜନଙ୍କୁ ଦେଖା କରିବାକୁ ଆପଣଙ୍କର ମନ ହେବ । ଏହି ସମୟର ପୁରା ଲାଭ ଉଠାନ୍ତୁ, ବୁଲିବାକୁ ଯାଆନ୍ତୁ ଏବଂ ନିଜର ସବୁ ଚ଼ିନ୍ତାକୁ ଭୁଲିଯାଆନ୍ତୁ । । ଆପଣଙ୍କ କାର୍ଯ୍ୟସ୍ଥଳରେ କିଛି ଅଦରକାରୀ ପରିବର୍ତ୍ତନ ହୋଇପାରେ ।ଆଜି ସାଂସାରିକ ବିଷୟଗୁଡ଼ିକ ଛାଡ଼ି ଆଧ୍ୟାତ୍ମିକ ବିଷୟ ଆଡ଼କୁ ଆପଣ ବେଶୀ ଢଳିବେ। କୌଣସି ନକାରାତ୍ମକ ଭାବନାକୁ ମହତ୍ଵ ନ ଦେଇକରି ମାନସିକ ରୂପରେ ସୁସ୍ଥ ରହିବାକୁ ଚେଷ୍ଟା କରନ୍ତୁ। ଶାରୀରିକ ପ୍ରଫୁଲ୍ଲତା ଏବଂ ମାନସିକ ପ୍ରସନ୍ନତା ରହିବ,ପ୍ରତିକାର: ଷଣ୍ଢକୁ କିଛିଖାଦ୍ୟ ଖୁଆନ୍ତୁ।

Leave a Reply

Your email address will not be published. Required fields are marked *