April 13, 2024

Odia Express

News For Public

୨୦ ଜୁନ ୨୦୧୯ ଗୁରୁବାର,ଆଜିର ରାଶିଫଳ – କେମିତି କଟିବ ଆଜି ଆପାଣାଙ୍କ ଦିନ – ଜଗନ୍ନାଥଙ୍କ କୃପା ରହିବ ଏହି ୩ଟି ରାଶି ଉପରେ

1 min read

ମେଷ -ନିଜର ତୀକ୍ଷ୍ଣ ବୁଦ୍ଧି ଯୋଗୁଁ ଆପଣ ଯେ କୌଣସି ସମସ୍ୟାର ସମାଧାନ କରିଦେବେ ଯାହା ବହୁତ ସମୟ ଧରି ଆପଣଙ୍କୁ ହଇରାଣ କରୁଥିଲା । ଆଜି ଆପଣଙ୍କ ବୌଦ୍ଧିକ କ୍ଷମତା ଓ ଯୋଗ୍ୟତା ଚ଼ରମ ସୀମାରେ ଉପନୀତ ହେବ ।  ଯଦି ଆପଣଙ୍କୁ ଏମିତି ଲାଗେ ଯେ ପରିବାରରେ ଯେ କୌଣସି ସମସ୍ୟା ଲାଗୁଛି ତାହାଲେ ଆପଣ ତାହାକୁ ନଷ୍ଟ କରିବା ପାଇଁ ଚ଼େଷ୍ଟା କରିବା ଉଚ଼ିତ୍ । ସମ୍ପର୍କ ମଧ୍ୟରେ ଫାଟ ସୃଷ୍ଟି ହେବାକୁ ଦିଅନ୍ତୁ ନାହିଁ ।ଶାରୀରିକ ଏବଂ ମାନସିକ ସୁସ୍ଥତା ତଥା ସତେଜତା ଅନୁଭବ ହେବ। କୁଟୁମ୍ବଜନମାନଙ୍କ ତଥା ମିତ୍ରମାନଙ୍କ ସହିତ ଯାତ୍ରା ଏବଂ ପାର୍ଟିର ଆୟୋଜନ ହେବ। ମନୋରଞ୍ଜନ ପାଇଁ ସମସ୍ତ ସାମଗ୍ରୀ ଆଜି ଆପଣଙ୍କୁ ଉପଲବ୍ଧ ହେବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ବୃଷ – ଯଦି ଆପଣ କୌଣସି ଆଇନଗତ କେସ୍ ଲଢ଼ୁଛନ୍ତି ତେବେ ଆପଣଙ୍କ ଜିତିବା ନିଶ୍ଚୟ । କୌଣସି ଜଣେ ଅନୁଭବି ଓକିଲଙ୍କ ପରାମର୍ଶ ନିଅନ୍ତୁ । ଚ଼ିନ୍ତାର କୌଣସି କାରଣ ନାହିଁ, କାହିଁକି ନା ଉଚ୍ଚ ଅଧିକାରୀ ଆପଣଙ୍କ ସପକ୍ଷରେ ରହିବେ ।  ଆପଣଙ୍କର କୌଣସି କଳିରେ ସମ୍ପୃକ୍ତ ହେବାର ସଙ୍କେତ ଅଛି । ଯଦି ସମ୍ଭବ ହୁଏ ଏହି ଗମ୍ଭୀର ସମସ୍ୟାକୁ ଶାନ୍ତିପୂର୍ବକ ସମାଧାନ କରିବାକୁ ଚ଼େଷ୍ଟା କରନ୍ତୁ । ଲେଖନ, ସାହିତ୍ୟ କ୍ଷେତ୍ରରେ କିଛି ନୂଆ କରିବାର ଆପଣଙ୍କୁ ପ୍ରେରଣା ମିଳିବ। ବିଦ୍ୟାର୍ଥୀ ଅଧ୍ୟଯନରେ ଉତ୍ତମ ପ୍ରଦର୍ଶନ କରି ପାରିବେ। ପ୍ରଣୟରେ ସଫଳତା ଏବଂ ପ୍ରିୟ ବ୍ୟକ୍ତିମାନଙ୍କର ସହିତ ସାକ୍ଷାତକରି ଆପଣଙ୍କ ମନ ହର୍ଷିତ ହେବ,ପ୍ରତିକାର-ଗ୍ରାମ୍ୟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ମିଥୁନ  -ନିବର୍ତ୍ତମାନ ଉଚ୍ଚପଦସ୍ଥ ଅଧିକାରୀମାନଙ୍କ ସହ କୌଣସି ପ୍ରକାର ମନୋମାଳିନ୍ୟରୁ ଦୂରେଇ ରୁହନ୍ତୁ । ବିଶେଷକରି ଯେତେବେଳେ ଆପଣଙ୍କୁ ତାଙ୍କଠାରୁ କୌଣସି କାମର ସ୍ୱୀକୃତି ଦରକାର ହେଉଛି । ଆଜି ଆପଣଙ୍କର ଜୀବନର ଉନ୍ନତି କ୍ଷେତ୍ରରେ କିଛି ପରିମାଣର ଅବନତି ଦେଖାଦେବ ।କିନ୍ତୁ ଆପଣ ଏ କ୍ଷେତ୍ରରେ ଆଦୌ ବ୍ୟସ୍ତ ନହୋଇ ଏ ପରିସ୍ଥିତିର ମୁକାବଲା କରନ୍ତୁ । ଆଜିର ଦିନ ଆପଣ ନିଜର ଶାରୀରିକ ଏବଂ ମାନସିକ ସ୍ଵାସ୍ଥ୍ୟ ପ୍ରତି ଯତ୍ନ ନେବେ। ଆର୍ଥିକ ଲାଭ ପ୍ରାପ୍ତି କରି ପାରିବେ। କୌଣସି ତୀର୍ଥଯାତ୍ରାରେ ଯାଇପାରନ୍ତି। ନିଜ ବନ୍ଧୁ ଏବଂ ମିତ୍ରମାନଙ୍କର ଆଗମନରେ ମନ ଖୁସି ହେବ। ଦାମ୍ପତ୍ୟଜୀବନରେ ନିକଟତା ଏବଂ ମଧୁରତା ରହିବ |କ୍ରୋଧର ମାତ୍ରା ଅଧିକ ରହିବ। ବ୍ୟର୍ଥ ଉଗ୍ରତା ଟାଳିବାକୁ ପ୍ରୟାସ କରନ୍ତୁ। ନହେଲେ କାର୍ଯ୍ୟ ବିଗିଡ଼ି ପାରେ। ସହକର୍ମିମାନଙ୍କର ସହଯୋଗ ମିଳିବ। ପ୍ରତିଦ୍ୱନ୍ଦ୍ୱୀମାନଙ୍କ ଉପରେ ବିଜୟ ପ୍ରାପ୍ତି ହେବ।ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

କର୍କଟ – ଜୀବନପ୍ରତି ଆଜି ଆପଣଙ୍କ ଦୃଷ୍ଟିକୋଣ ସମ୍ପୂର୍ଣ ରୂପେ ବଦଳିଯାଇପାରେ । ଆଜି ଆପଣ ବ୍ୟବହାରିକ ଏବଂ ତର୍କସଙ୍ଗତ ତଥ୍ୟପ୍ରତି ନିଜର ଆତ୍ମଜ୍ଞାନ ଅନୁଭବ କରିବେ । ଆଜି ଆପଣଙ୍କ ନିଜ ସବୁ ସମସ୍ୟାକୁ ସମାଧାନ କରିବା ଚ଼େଷ୍ଟାରେ ଲାଗିଯିବେ । ଏହି ସମୟରେ କୌଣସି ରୋଗ କିମ୍ବା ବିଷୟକୁ କେବଳ ଉପରେ ସମାଧାନ କରନ୍ତୁ ନାହିଁ । ଆପଣ ଏହାର ମୂଳୋତ୍ପାନ କରିବାକୁ ଚ଼େଷ୍ଟା କରନ୍ତୁ । ଆଜିର ଦିନ ସାବଧାନରେ ରୁହନ୍ତୁ। ଅଧିକ ପରିଶ୍ରମରେ କମ ସଫଳତା ମିଳିବାର ନିରାଶା ଭାବନା ସୃଷ୍ଟି ହେବ। ପାରିବାରିକ ବାତାବରଣ ମଧ୍ୟ ଅଶାନ୍ତ ରହିବ। ସ୍ଵାସ୍ଥ୍ୟ ସମ୍ବନ୍ଧୀତ ଅଭିଯୋଗ ରହିବ। ଦୁର୍ଘଟଣାରୁ ବଞ୍ଚନ୍ତୁ। ବ୍ୟବସାୟ କାର୍ଯ୍ୟଗୁଡ଼ିକରେ ସରକାରୀ ହସ୍ତକ୍ଷେପ ବଢ଼ିବ। କୋର୍ଟ-କଚେରୀର କାର୍ଯ୍ୟଗୁଡ଼ିକରେ ସମ୍ଭାଳିକରି ପଦକ୍ଷେପ ଉଠାଇବେ,ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ସିଂହ – ଆଜି ଯେମିତିବି ହେଉ ଆପଣ ଆଇନଗତ ସମସ୍ୟାରୁ ମୁକ୍ତି ପାଇଯିବେ । ଆପଣଙ୍କର କୌଣସି କଳିରେ ସମ୍ପୃକ୍ତ ହେବାର ସଙ୍କେତ ଅଛି । ଯଦି ସମ୍ଭବ ହୁଏ ଏହି ଗମ୍ଭୀର ସମସ୍ୟାକୁ ଶାନ୍ତିପୂର୍ବକ ସମାଧାନ କରିବାକୁ ଚ଼େଷ୍ଟା କରନ୍ତୁ । କୌଣସି ଆଇନଗତ ନିଷ୍ପତ୍ତି ଏବେ ଆପଣଙ୍କ ସପକ୍ଷରେ ରହିବ । ଏବେ ଆପଣଙ୍କୁ ଆପଣଙ୍କ ଉଦ୍ୟମର ଫଳ ମିଳିପାରିବ । ସବୁ କିଛି ଠିକ୍ ହୋଇଯିବ କିନ୍ତୁ ଆପଣ ନିଜ କ୍ରୋଧ ଉପରେ ଅକ୍ତିଆର ରଖିବାକୁ ହେବ । ଏବେ ଖୁସିର ସମୟ ଆସିଗଲାଣି । ଚାକିରି କିମ୍ବା ବ୍ୟବସାୟରେ ସଫଳତା ପାଇବାରୁ ତଥା ଉଚ୍ଚ ପଦାଧିକାରିମାନଙ୍କର ପ୍ରୋତ୍ସାହକ ବ୍ୟବହାରରେ ଆପଣ ଅତ୍ୟନ୍ତ ପ୍ରସନ୍ନତା ଅନୁଭବ କରିବେ। ବ୍ୟାପାରିମାନଙ୍କର ବ୍ୟାପାରରେ ବୃଦ୍ଧି ହେବ ଏବଂ ବାକୀ ପଡ଼ିଥିବା ରାଶି ପ୍ରାପ୍ତ ହେବ,ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

କନ୍ୟା – ଆଜି ଆପଣଙ୍କ ଜୀବନରେ ଗତିପଥ ସମାନ୍ ନୁହେଁ । ଏମିତି ଲାଗୁଛି ଯେପରି ଆପଣଙ୍କର ଆଖପାଖର ପରିସ୍ଥିତି ଖରାପ ଆଡ଼କୁ ଗତିକରୁଛି । ଆପଣଙ୍କ କାର୍ଯ୍ୟସ୍ଥଳରେ କିଛି ଅଦରକାରୀ ପରିବର୍ତ୍ତନ ହୋଇପାରେ ।  ଆଜି ଦିନରେ ଆପଣ ଅସୁଖି ଅନୁଭବ କରି ପାରନ୍ତି । କିଛି ସାମାନ୍ୟ ଦୁଶ୍ଚିନ୍ତା ମଧ୍ୟରେ ସମୟ କାଟିପାରନ୍ତି । କିନ୍ତୁ ଖରାପ ସମୟ ଆପେ ଆପେ ଦୁରେଇଯିବ । ସାମୟିକ ଭାବରେ ନିରାପତ୍ତାର ଅଭାବ ଅନୁଭବ କରି ପାରନ୍ତି । ଆଜିର ଦିନ ପ୍ରତ୍ୟେକ କାର୍ଯ୍ୟରେ ପ୍ରତିକୂଳତା ଅନୁଭବ କରିବେ। ସ୍ଵାସ୍ଥ୍ୟ ଖରାପ ହୋଇପାରେ, ଧ୍ୟାନ ରଖିବେ। ପାରିବାରିକ ସଦସ୍ୟମାନଙ୍କ ସହିତ ମନମାଳିନ୍ୟ ହେବାରୁ ଅଶାନ୍ତି ହୋଇପାରେ। ବାଣୀ ଉପରେ ନିୟନ୍ତ୍ରଣ ରଖିବେ।ପ୍ରତିକାର-ବୃଦ୍ଧା ବୃଦ୍ଧଙ୍କର ସେବା କରନ୍ତୁ।

ତୁଳା – ଆଜି ମାନସିକ ଶାନ୍ତି ସାରାଦିନ ରହିବ । ଆଜି କୌଣସି କଥାରେ ଆପଣଙ୍କ ଶାନ୍ତି ଭଙ୍ଗ ହେବାକୁ ଦିଅନ୍ତୁ ନାହିଁ । କିଛି ଲୋକ ଆପଣଙ୍କ କ୍ରୋଧକୁ ବଢ଼େଇପାରନ୍ତି ବା ଆପଣଙ୍କୁ ବିପଥଗାମୀ କରିବାକୁ ଚ଼େଷ୍ଟା କରିପାରନ୍ତି ।  ଆଜି ଆପଣ ନୂଆ କାର୍ଯ୍ୟର ପ୍ରାରମ୍ଭ କିମ୍ବା ଏହାର ଯୋଜନା ବନାଇପାରିବେ। ଚାକିରି କିମ୍ବା ବ୍ୟବସାୟରେ ଲାଭ ପ୍ରାପ୍ତି ହେବ। ମହିଳା ମିତ୍ର ଆପଣଙ୍କ ପ୍ରଗତିରେ ସହାଯକ ହେବେ। ଆର୍ଥିକ ଲାଭ ଦୃଷ୍ଟିରୁ ଆଜିର ଦିନ ବହୁତ ଭଲ ରହିବ।ଯାତ୍ରାରେ ଅନପେକ୍ଷିତ ବାଧା ଆସିପାରେ। ଆଜି କୌଣସି ନୂଆ କାର୍ଯ୍ୟର ପ୍ରାରମ୍ଭ କରନ୍ତୁ ନାହିଁ। ଆଧ୍ୟାତ୍ମିକ ସିଦ୍ଧି ପ୍ରାପ୍ତି ହେବାର ଯୋଗ ଅଛି।ପ୍ରତିକାର- ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ।

ବିଛା – ଲମ୍ବା ସମୟ ଧରି ଅମୀମାଂସିତ ହୋଇରହିଥିବା କୌଣସି ଆଇନଗତ ସମସ୍ୟା ଆଜି ଆପଣଙ୍କ ସପକ୍ଷରେ ଯିବ । ଏ ସମସ୍ୟା ଆପଣଙ୍କୁ ବହୁତ ହଇରାଣ କରୁଥିଲା । ଏବେ ଆପଣଙ୍କ ସବୁ ସମସ୍ୟାର ସମାଧାନ ହୋଇଯିବ ଏବଂ ଜୀବନଧାରା ସ୍ୱାଭାବିକ ରୂପେ ଚ଼ାଲିବ ।  ଯଦି ଆପଣଙ୍କୁ କୌଣସି ସାହାଯ୍ୟର ଆବଶ୍ୟକତା ଥାଏ ତାହେଲେ ନିଜ ଲୋକଙ୍କ ଠାରୁ ସାହାଯ୍ୟ ମାଗିବାରେ ଆପଣ ପଛଘୁଞ୍ଚା କରନ୍ତୁ ନାହିଁ । ଯେତେ ସହଜରେ ଆପଣ ସାହାଯ୍ୟ କରନ୍ତି ସେତିକି ସେମାନେ ମଧ୍ୟ ଆପଣଙ୍କୁ ସାହାଯ୍ୟ କରିବାକୁ ଆଗେଇ ଆସିବେ ।କାର୍ଯ୍ୟ ସଫଳତାରେ ବିଳମ୍ବ ଏବଂ ଶାରୀରିକ ଅସ୍ଵସ୍ଥତା କାରଣରୁ ଆପଣ ହତାଶାର ଭାବନା ଅନୁଭବ କରିପାରନ୍ତି। ଅତ୍ୟଧିକ କାମର ବୋଝରେ ଆଳସ୍ୟ ଏବଂ ମାନସିକ ଅଣନିଶ୍ୱାସୀ ଲାଗିପାରେ। ଯଦି ସମ୍ଭବ ତେବେ ଆଜି ନୂଆ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ,ପ୍ରତିକାର:- ଶିବ ଲିଙ୍ଗ ଉପରେ କଞ୍ଚା କ୍ଷୀର ଢ଼ାଳନ୍ତୁ।

ଧନୁ – ସପ୍ତାହରୁ ଚ଼ାଲି ଆସୁଥିବା ଯୁକ୍ତି ଏବଂ ଚ଼ିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚ଼ିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ ଚ଼େଷ୍ଟା କରନ୍ତୁ । ନିଜ ବନ୍ଧୁ ଏବଂ ପରିବାରରେ ଭଲ ବ୍ୟବହାର କରନ୍ତୁ । ଆଜି ଆପଣଙ୍କୁ ନିଜ ଘରେ ପୂର୍ଣ୍ଣ ଦିନ ବିତାଇଲେ ଆଜି ଆପଣ ନିଜ ପରିବାରର ସୁନ୍ଦରତାକୁ ଚିହ୍ନି ପାରିବେ । ତାଙ୍କ ଦ୍ୱାରା ମିଲିଥିବା ସହଯୋଗ ଆପଣଙ୍କ ମନକୁ ସ୍ପର୍ଶ କରିବ । ଆଜିର ଦିନ ଆପଣଙ୍କୁ ଖୁସି ଏବଂ ସଫଳତା ମିଳିବ। ପାରିବାରିକ ସଦସ୍ୟମାନଙ୍କ ସହିତ ଘରେ ସୁଖ-ଶାନ୍ତିରେ ଦିନ କଟାଇବେ। ଚାକିରି କରୁଥିବା ଲୋକଙ୍କୁ ଲାଭ ହେବ। ପ୍ରତିଦ୍ୱନ୍ଦ୍ୱୀମାନଙ୍କୁ ପରାସ୍ତ କରି ପାରିବେ। କାର୍ଯ୍ୟରେ ଯଶ ମିଳିବ।ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ମକର – ବହୁଦିନର ଲମ୍ବା ପ୍ରତୀକ୍ଷା ପରେ ଆଇନଗତ କେସର ନିଷ୍ପତ୍ତି ଆପଣଙ୍କ ସପକ୍ଷରେ ଯିବ । ଏବେ ଆପଣ ଶାନ୍ତିରେ ନିଶ୍ୱାସ ନେଇ ପାରିବେ । ଆପଣଙ୍କ ଓକିଲଙ୍କ ପରାମର୍ଶ ଏବେ କାମରେ ଲାଗିବ । ଶୁଭ କିମ୍ବା ଧାର୍ମିକ ମୁହୂର୍ତ୍ତରେ ଯାତ୍ରାର ଆୟୋଜନ ହେବ। ଭାଇ-ବନ୍ଧୁମାନଙ୍କ ସହିତ ସୌହାର୍ଦ୍ୟ ପୂର୍ଣ୍ଣ ବାତାବରଣରେ ଘରୋଇ ପ୍ରଶ୍ନର ଚର୍ଚ୍ଚା ହେବ। ବ୍ୟାବହାରିକ ଅବସରରେ ବାହରକୁ ଯାତ୍ରା କରିବେ। ବିଦେଶରୁ ଭଲ ସମାଚାର ଆସିବ |ଆପଣ କିଛି ଅଧିକ ସମ୍ବେଦନଶୀଳତା ହୋଇପାରନ୍ତି। ପାଣିକୁ ସମ୍ଭାଳି କରି ରୁହନ୍ତୁ। ସମୟାନୁସାରେ ଭୋଜନର ବ୍ୟବସ୍ଥା ହୋଇନପାରେ। ଚାକିରିପେଶା ଲୋକମାନଙ୍କୁ କିଛି ସମସ୍ୟା ହୋଇପାରେ। ଜମି ସମ୍ପତ୍ତିର କାର୍ଯ୍ୟଗୁଡ଼ିକରେ ସାବଧାନ ରହିବେ।ପ୍ରତିକାର-ବୃଦ୍ଧା ବୃଦ୍ଧଙ୍କର ସେବା କରନ୍ତୁ।

କୁମ୍ଭ – ପରିଶେଷରେ ଆଜି ଆପଣଙ୍କ ବିଚ଼ାରରେ ସ୍ପଷ୍ଟତା ଆସିବ ଏବଂ କିଛି ଗମ୍ଭୀର ସମସ୍ୟା ବିଷୟରେ ଆପଣ ସ୍ପଷ୍ଟରୂପେ ଚ଼ିନ୍ତା କରିପାରିବେ । ସବୁ ସମସ୍ୟାର ସମାଧାନ ଏବେ ଆପଣଙ୍କୁ ପରିଷ୍କାର ରୂପେ ଦେଖାଯିବ । ଆପଣଙ୍କର ରଚ଼ନାତ୍ମକତାକୁ ଆଜି ସମ୍ମାନ ଦିଆଜିବ । ଆଜି ଆପଣ ଅନ୍ୟମାନଙ୍କୁ ଅସୁବିଧାର ସମାସ୍ୟାରୁ ବାହାରକୁ ବାହାରିବାର ରାସ୍ତା ମଧ୍ୟ କହିବେ ।ଆଜି ଆପଣ ନୂଆ କାର୍ଯ୍ୟର ପ୍ରାରମ୍ଭ କିମ୍ବା ଏହାର ଯୋଜନା ବନାଇପାରିବେ। ଚାକିରି କିମ୍ବା ବ୍ୟବସାୟରେ ଲାଭ ପ୍ରାପ୍ତି ହେବ। ମହିଳା ମିତ୍ର ଆପଣଙ୍କ ପ୍ରଗତିରେ ସହାଯକ ହେବେ। ଆର୍ଥିକ ଲାଭ ଦୃଷ୍ଟିରୁ ଆଜିର ଦିନ ବହୁତ ଭଲ ରହିବ,ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ।

ମୀନ – ଆଜି ଆପଣ ନିଜ ଉପରେ କାର୍ଯ୍ୟ ବୋଧ ବଢ଼ି ଯାଇଛି ବୋଲି ଅନୁଭବ କରିବେ । ଏହି ଚ଼ିନ୍ତା ଘର ଏବଂ କାର୍ଯ୍ୟ ସହ ସମ୍ବନ୍ଧିତ ହୋଇଥାଇପାରେ । ଆଜି ଆପଣ ଶାନ୍ତ ରହି ନିଜର କାର୍ଯ୍ୟ ସମ୍ପାଦନ କରନ୍ତୁ । ଆପଣ ଆଶାକରିଥିବା ଛୋଟ ଧରଣର ଯାତ୍ରାପାଇଁ ଆପଣ କୁଆଡେ ଯାଇପାରନ୍ତି । ଏହିଭଳି ଭଲ ସୁଯୋଗକୁ ହାତଛଡା କରନ୍ତୁ ନାହିଁ ।ନିଜର କାର୍ଯ୍ୟ ଜନିତ ହେଉ କିମ୍ବା ବ୍ୟକ୍ତିଗତ ସୁଖ ପାଇଁ ହେଉ ଏହିଯାତ୍ରା ପଛରେ କିଛି ମହତ୍ତ୍ୱ ରହିଛି । ଆଜି ଆପଣଙ୍କୁ ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ରଖିବାକୁ ପଡ଼ିବ। ଶରୀରରେ ଫୁର୍ତ୍ତିର ଅଭାବ ରହିପାରେ। କୌଣସି ଧାର୍ମିକ କିମ୍ବା ମାଙ୍ଗଳିକ ପ୍ରସଂଗରେ ଆପଣଙ୍କ ଉପସ୍ଥିତି ରହିବ। ତୀର୍ଥ ଯାତ୍ରା କରିପାରନ୍ତି। ଚାକିରି, ବ୍ୟବସାୟ ସ୍ଥଳରେ ତଥା ପରିବାରରେ ମନମାଳିନ୍ୟ ହୋଇପାରେ,ପ୍ରତିକାର:- ଗ୍ରାମ ଦେବତୀଙ୍କୁ ବୁନ୍ଦି ଭୋଗ କରି ପିଲାମାନଙ୍କୁ ବାଣ୍ଟି ଦେବେ।

Leave a Reply

Your email address will not be published. Required fields are marked *