April 14, 2024

Odia Express

News For Public

୨୮ ଜୁନ ୨୦୧୯ ଶୁକ୍ରବାର,ଆଜିର ରାଶିଫଳ – କେମିତି କଟିବ ଆଜି ଆପଣଙ୍କ ଦିନ – ଆଜିଠୁ ମହାଦେବ ଏହି ୩ଟି ରାଶିର ସବୁ ଇଚ୍ଛା ପୂରଣ କରିବେ

1 min read

ମେଷ : ଆଜି ଆପଣ ଜାଣିପାରିବେ ଯେ ଆପଣ ନିଜ ବନ୍ଧୁମାନଙ୍କୁ ବହୁତ ଭଲପାଆନ୍ତି ଏବଂ ସେମାନଙ୍କ ସାଙ୍ଗରେ ସମୟ କଟାଇବାକୁ ଚ଼ାହାନ୍ତି । ଆଜିର ଦିନ ନିଜ ପରିବାର ଲୋକଙ୍କ ସହିତ କଟାଇଲେ ଶୁଭ ହେବ । ଏହା ଆପଣଙ୍କୁ ଖୁସି ଆଣି ଦେବ । ସ୍ଵାସ୍ଥ୍ୟ ପ୍ରତି ସତର୍କ ରୁହନ୍ତୁ। ମାନସିକ ସୁସ୍ଥତା କମ ରହିପାରେ। କୋର୍ଟ-କଚେରୀର ଝିନଝଟରେ ପଡ଼ନ୍ତୁନାହିଁ। ଅନୁଚିତ ସ୍ଥାନରେ ପୁଞ୍ଜି ନିବେଶ ନ ହେଉ, ଏହାର ଧ୍ୟାନ ରଖିବେ। ପରିବାରର ସଦସ୍ୟ ବିରୋଧୀ ବ୍ୟବହାର କରିପାରନ୍ତି। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ। ସ୍ଵାସ୍ଥ୍ୟ ବିଗିଡ଼ିବାର ଆଶଂକା ରହିବ, ଆବେଶପୂର୍ଣ୍ଣ ମନକୁ ନିୟନ୍ତ୍ରଣରେ ରଖିବେ। ଧନ ଅଧିକ ଖର୍ଚ୍ଚ ନ ହେଉ, ଏହାର ଧ୍ୟାନ ରଖିବେ।ପ୍ରତିକାର– ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ : ଆଜି ଆପଣଙ୍କ ଖୁସିର ଠିକଣା ରହିବ ନାହିଁ । ଆଜି ଆପଣଙ୍କ ପରିବାର ଲୋକ କିମ୍ବା ବନ୍ଧୁ ମାନଙ୍କ ସହିତ କୌଣସି ଉତ୍ସବରେ ଯୋଗ ଦେବେ କିମ୍ବା ବାହାରକୁ ବୁଲିବାକୁ ଯିବେ ।  ଆଜି ଆପଣ ପାରିବାରିକ ତଥା ସାମାଜିକ କଥାଗୁଡ଼ିକରେ ବିଶେଷ ଲିପ୍ତ ରହିବେ। ମିତ୍ରମାନଙ୍କ ସହ ଭେଟ ହେବ ଏବଂ ତାଙ୍କ ପଛରେ ଖର୍ଚ୍ଚ କରିବାକୁ ପଡ଼ିପାରେ। ରମଣୀୟ ସ୍ଥାନକୁ ଯାତ୍ରା କରିବାର ସମ୍ଭାବନା ଅଛି। ପ୍ରତ୍ୟେକ କ୍ଷେତ୍ରରେ ଆପଣଙ୍କୁ ଲାଭ ହେବ। ଜୀବନସାଥୀ ଇଚ୍ଛୁକଙ୍କୁ ଭଲ ଜୀବନସାଥୀ ମିଳିବାର ଯୋଗ ଅଛି।ପ୍ରତିକାର–ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ମିଥୁନ : ଆପଣଙ୍କୁ ଏମିତି ଲାଗେ ଯେ ଆଜି ଆପଣଙ୍କ କୌଣସି ଅସୁବିଧାରେ ଏକା ପଡ଼ିଯାଇଛନ୍ତି ତାହାଲେ ଆପଣଙ୍କୁ ଆପଣଙ୍କର ବନ୍ଧୁ କିମ୍ବା ପରିବାର ସମସ୍ତେ ସାହାଯ୍ୟ କରିବାକୁ ଆଗେଇ ଆସିବେ । ସାହାଯ୍ୟ ପାଇଁ ଆପଣ ସେମାନଙ୍କ ଉପରେ ନିର୍ଭର କରିପାରିବେ । ପରିବାର ଲୋକଙ୍କ ସାଙ୍ଗରେ କେଉଁଠି ବୁଲିବାକୁ ଗଲେ ଆପଣଙ୍କ ସମ୍ପର୍କ ଆହୁରି ଘନିଷ୍ଠ ହେବ । ମନେରଖନ୍ତୁ ନିଜକୁ ସ୍ଫୁର୍ତ୍ତି ରଖିବାକୁ ହେଲେ ପରିବାର ଲୋକଙ୍କ ସାଙ୍ଗରେ ସମୟ କଟାନ୍ତୁ ।ଏହା ଠାରୁ ଭଲ ରାସ୍ତା ଆପଣଙ୍କ ପାଖରେ ନାହିଁ । ନୂଆ କାର୍ଯ୍ୟ କରିବାକୁ ପ୍ରେରଣା ମିଳିବ ଏବଂ ଆପଣ ତାକୁ ପ୍ରାରମ୍ଭ କରି ପାରିବେ। କୌଣସି ଧାର୍ମିକ ସ୍ଥଳକୁ ଯାଇ ଆପଣଙ୍କ ମନ ଭକ୍ତିମୟ ହୋଇଯିବ। ଲମ୍ବା ଯାତ୍ରାର ଯୋଗ ଅଛି। ସ୍ନେହୀଜନ କିମ୍ବା ମିତ୍ରମାନଙ୍କଠାରୁ ଶୁଭ ସମାଚାର ମିଳିବ। ବିଦେଶ ଯିବାର ସମ୍ଭାବନା ଅଛି। ବ୍ୟାପାରରେ ଆର୍ଥିକ ଲାଭ ହୋଇପାରେ। ସ୍ଵାସ୍ଥ୍ୟ ମଧ୍ୟମ ଧରଣର ରହିବ।ପ୍ରତିକାର– କୁକୁରକୁ ଖାଇବାକୁ ଦିଅନ୍ତୁ।

କର୍କଟ : ଆଜି ଆପଣ ଜାଣିପାରିବେ ଆପଣଙ୍କ ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ବନ୍ଧୁମାନେ ସବୁବେଳେ ଆଗଭର ଅଟନ୍ତି । ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ । ନକାରାତ୍ମକ ବିଚାରରୁ ଦୂରରେ ରୁହନ୍ତୁ। ଆଜି ଯଦି ସମ୍ଭବ ତେବେ ନୂଆ କାର୍ଯ୍ୟର ପ୍ରାରମ୍ଭ କରନ୍ତୁ ନାହିଁ। ଉଚ୍ଚ ଅଧିକାରୀମାନଙ୍କ ସହିତ ଯୁକ୍ତି କରନ୍ତୁ ନାହିଁ। କାର୍ଯ୍ୟରେ ସଫଳତା ପ୍ରାପ୍ତି ହେବାରେ ବିଳମ୍ବ ହୋଇପାରେ। ଖର୍ଚ୍ଚ ଅଧିକ ହୋଇପାରେ। ଖାଇବା ପିଇବା ଉପରେ ଧ୍ୟାନ ରଖିବେ। ବ୍ୟବସାୟ କ୍ଷେତ୍ରରେ ବିଘ୍ନ ଉପସ୍ଥିତ ହୋଇପାରେ।ପ୍ରତିକାର:- ଅସହାୟା ମାନଙ୍କୁ ସାହାଜ୍ୟ କରନ୍ତୁ।

ସିଂହ : ଆପଣଙ୍କ ମଧ୍ୟରୁ ଯେଉଁମାନେ ପରିବାର ଠାରୁ ଦୂରରେ ଅଛନ୍ତି ସେମାନେ ନିଜ ପରିବାର ସହିତ ଭଲ ସମୟ କଟାଇପାରିବେ । ଆପଣ ଏହି ସମୟର ଉପଯୋଗ ପୁରୁଣା ସ୍ମୃତିକୁ ମନେ ପକାଇବାରେ ବ୍ୟବହାର କରିପାରିବେ ।  ଆପଣଙ୍କ ଦିନ ଆଜି ମିଶ୍ର ଫଳଦାୟୀ ରହିବ। ପରିଜନମାନଙ୍କ ସହିତ ବସିକରି ଆପଣ ମହତ୍ଵପୂର୍ଣ୍ଣ ଚର୍ଚ୍ଚା କରିବେ। ଅଫିସ୍ କିମ୍ବା ବ୍ୟବସାୟ କ୍ଷେତ୍ରରେ ଅଧିକାରୀମାନଙ୍କ ସହିତ ମଧ୍ୟ ମହତ୍ଵପୂର୍ଣ୍ଣ ବିଷୟଗୁଡ଼ିକ ଉପରେ ଚର୍ଚ୍ଚା ହେବ। ସରକାରୀ ଲାଭ ମିଳିବାର ସମ୍ଭାବନା ଅଛି। ଅଫିସ୍ ସମ୍ବନ୍ଧିତ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡ଼ିବ। କାର୍ଯ୍ୟଭାର ବଢ଼ି ପାରେ। ମାତାଙ୍କଠାରୁ ଲାଭ ହେବାର ସମ୍ଭାବନା ଅଛି।ପ୍ରତିକାର:- ଅସହାୟା ମାନଙ୍କୁ ସାହାଜ୍ୟ କରନ୍ତୁ।

କନ୍ୟା : ଏହି ସମୟ ବର୍ତ୍ତମାନ ପରିବାର ଲୋକଙ୍କ ମଧ୍ୟରେ ସୁସମ୍ପର୍କ ପ୍ରତିଷ୍ଠା କରିବାର ସମୟ ଅଟେ ଯାହାଦ୍ୱାରା ଆପଣ ନିଜକୁ ପରିବାର ଲୋକଙ୍କ ନିକଟତର ପାଇବେ । ଆଜି ଆପଣ ସେମାନଙ୍କ ସାଙ୍ଗରେ ସମୟ କଟାଇବାକୁ ଚ଼ାହିଁବେ । ନିଜର ଚ଼େଷ୍ଟାକୁ ବଜାୟ ରଖନ୍ତୁ ଏବଂ ଖୁସି ଜୀବନର ମଜା ନିଅନ୍ତୁ । ଆଜି ଆପଣଙ୍କ ପ୍ରତ୍ୟେକ କାର୍ଯ୍ୟ ସରଳତାରେ ପୂର୍ଣ୍ଣ ହେବ। କାର୍ଯ୍ୟାଳୟ ତଥା ବ୍ୟବସାୟ ସ୍ଥଳ ଉପରେ ଆପଣଙ୍କ ପ୍ରତିଷ୍ଠାରେ ବୃଦ୍ଧି ହେବ। ପ୍ରମୋସନର ଯୋଗ ଅଛି। ଗୃହସ୍ଥଜୀବନରେ ଆନନ୍ଦର ବାତାବରଣ ରହିବ। ଶରୀର ହାନୀର ଯୋଗ ଅଛି ସମ୍ଭାଳି କରି ରୁହନ୍ତୁ ତଥା ତଳେ ପଡ଼ିଯାଇପାରନ୍ତି ନିଜକୁ ରକ୍ଷା କରନ୍ତୁ। ମିତ୍ର, ସ୍ନେହୀଜନମାନଙ୍କ ସହିତ ଭେଟ ହେବ। ମାନସିକ ରୂପରେ ଶାନ୍ତି ମିଳିବ।ପ୍ରତିକାର– ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ।

ତୁଳା : ଆପଣ ଓ ଆପଣଙ୍କ ପରିବାର ଲୋକଙ୍କ ଚ଼ିନ୍ତାଧାରା ନ ମିଶିଲେ ମଧ୍ୟ ଆପଣ ଏହା ଅନୁଭବ କରିବେ ଯେ ଆପଣଙ୍କ ପରିବାରର ଲୋକ ଆପଣଙ୍କ କଥା ବୁଝନ୍ତି । ଆପଣ ମଧ୍ୟ ଏହା ଦେଖାନ୍ତୁ ଯେ ଆପଣ ସେମାନଙ୍କୁ ମଧ୍ୟ ବହୁତ ଭଲ ପାଆନ୍ତି । ଆଜି ଆପଣ ଆଉ କାହାର ଖରାପ ବ୍ୟବହାରରେ ଦୁଃଖି ଅଟନ୍ତି । ଆପଣ ପୁରା ଚ଼େଷ୍ଟା କରନ୍ତୁ , କୌଣସି ବେକାର କାର୍ଯ୍ୟ ନକରି ନିଜ ଉପରେ ଥିବା ଦାୟିତ୍ୱକୁ କାର୍ଯ୍ୟରେ ପରିଣତ କରନ୍ତୁ । ଆଜି ଆମୋଦ-ପ୍ରମୋଦରେ ନିଜକୁ ଆପଣ ଭୁଲାଇ ଦେବାର ଦିନ। ମନୋରଂଜନ ପ୍ରବୃତ୍ତିରେ ଆପଣ ବୁଡ଼ି ରହିବେ। ବ୍ୟବସାୟ କ୍ଷେତ୍ରରେ ଆପଣଙ୍କୁ ଲାଭ ହେବ। ସ୍ୱାସ୍ଥ୍ୟ ଭଲ ରହିବ। ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ। ଯାତ୍ରାର ଆୟୋଜନ କରିବେ। ସାମାଜିକ ରୂପରେ ସମ୍ମାନ ପ୍ରାପ୍ତି ହେବ। ଭାଗିଦାରୀରେ ଲାଭ ହେବ।ପ୍ରତିକାର– ମସୁରଡାଲି ଧର୍ମସ୍ଥାନରେ ଦେବେ

ବିଚ୍ଛା : ଆଜି ଆପଣ ପରିବାରର ଲୋକଙ୍କ ଜୀବନରେ ସ୍ନେହ ଭରିଦିଅନ୍ତୁ । ଆଜିର ଦିନ ପରିବାର ଲୋକଙ୍କ ସହ କଟାଇବାର ଦିନ ଅଟେ । ଆପଣଙ୍କ ସ୍ନେହକୁ ଆପଣଙ୍କ ପରିବାର ଲୋକ ବୁଝିବେ । ଆଜି ଆପଣଙ୍କ ବିରତ୍ୱରେ ଦୃଢ଼ତା ଆସିବ । ଆପଣଙ୍କପାଇଁ ସମୟ ଶୁଭ ଅଟେ। ମନରେ ସମ୍ବେଦନଶୀଳତାର ମାତ୍ରା ଅଧିକ ରହିବ। ପରିବାରରେ ଆନନ୍ଦ ଏବଂ ଉଲ୍ଲାସମୟ ବାତାବରଣ ରହିବ। ବ୍ୟବସାୟରେ ଲାଭ ହେବାର ସମ୍ଭାବନା ଅଛି। ମାତାଙ୍କର ସ୍ଵାସ୍ଥ୍ୟର ଚିନ୍ତା ହୋଇପାରେ। ସମ୍ବନ୍ଧିମାନଙ୍କ ସହିତ ଝଗଡ଼ା କିମ୍ବା ବିବାଦ କାରଣରୁ ମାନସିକ ଯନ୍ତ୍ରଣା ହୋଇପାରେ।ପ୍ରତିକାର– ଆରାଧ୍ୟାଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ଧନୁ : ଆଜିର ଦିନ ନିଜ ପରିବାର ଲୋକଙ୍କ ସହିତ ରହିବା ପାଇଁ ଶୁଭ ଦିନ ଅଟେ । ଆଜି ଆପଣ ସେମାନଙ୍କ ସହିତ ମିଳିମିଶି କୌଣସି ମନୋରଞ୍ଜନ କାର୍ଯ୍ୟକ୍ରମରେ ଭାଗ ନେବେ । ଆଜି ଆପଣ କୌଣସି ପାରିବାରିକ ଉତ୍ସବରେ ମଧ୍ୟ ଭାଗ ନେବେ ।  ଆଜି ପୂରା ଦିନ ଆପଣ ପ୍ରସନ୍ନ ରହିବେ। କୌଣସି ନୂଆ କାର୍ଯ୍ୟର ପ୍ରାରମ୍ଭ କରି ପାରିବେ। ସାଥିମାନଙ୍କଠାରୁ ସୁଖ ଏବଂ ଆନନ୍ଦର ପ୍ରାପ୍ତି ହେବ। ମିତ୍ର ଏବଂ ସ୍ଵଜନମାନଙ୍କର ଭେଟ ହୋଇପାରେ। ଯେ କୌଣସି କାମରେ ଆଜି ଆପଣଙ୍କୁ ସଫଳତା ମିଳିବ। ଆର୍ଥିକ ଲାଭ ଏବଂ ଭାଗ୍ୟବୃଦ୍ଧିର ଯୋଗ ଅଛି। ଭାଇ-ଭଉଣୀମାନଙ୍କର ଲାଭ ହେବ। ପ୍ରତିଦ୍ୱନ୍ଦ୍ୱୀମାନଙ୍କଠାରୁ ବିଜୟ ମିଳିବ।ପ୍ରତିକାର– ମୁଗଡାଲି ଧର୍ମସ୍ଥାନରେ ଦେବେ।

ମକର : ଆଜି ଆପଣ ନିଜ ପରିବାର ଲୋକଙ୍କ ସହିତ କୌଣସି କାର୍ଯ୍ୟରେ ଯୋଗଦେବେ ,ନହେଲେ ବାହାରକୁ ବୁଲିବାକୁ ଯାଇପାରନ୍ତି ଯାହା ଆପଣଙ୍କୁ ବହୁତ ଖୁସି ପ୍ରଦାନ କରିବ । ଆଜିର ଦିନ ନିଜ ପରିବାର ଲୋକଙ୍କ ସହିତ ବଣଭୋଜିରେ ଯିବା ପାଇଁ ଉଚ଼ିତ୍ ହେବ ।  ଆପଣଙ୍କ ଦିନ ମିଶ୍ରିତ ଫଳଦାୟୀ ଅଟେ। ଅସାମଞ୍ଜସ୍ୟ କାରଣରୁ ନିର୍ଣ୍ଣୟ ନେବା କଠିନ ହେବ। ପରିଜନମାନଙ୍କ ସାଥିରେ ମନମାଳିନ୍ୟ ନ ହେଉ, ଏହାର ଧ୍ୟାନ ରଖିବେ। ନିର୍ଦ୍ଧାରିତ କାର୍ଯ୍ୟ ସଂପନ୍ନ ନ ହେବା କାରଣରୁ ହତାସା ଅନୁଭବ କରିପାରନ୍ତି। କାର୍ଯ୍ୟଭାର ମଧ୍ୟ ବଢ଼ିପାରେ। ନିରର୍ଥକ ଖର୍ଚ୍ଚ ହୋଇପାରେ। ମଧ୍ୟାହ୍ନ ପରେ ଫୁର୍ତ୍ତି ଏବଂ ଉଲ୍ଲାସ ଅନୁଭବ କରିବେ। ପାରିବାରିକ ବାତାବରଣ ଆନନ୍ଦପ୍ରଦ ଏବଂ ଶାନ୍ତ ରହିବ।ପ୍ରତିକାର– ଶଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ : ଆଜି କୌଣସି ପାରିବାରିକ ଉତ୍ସବ ହେବାର ସମ୍ଭାବନା ଅଛି ତେଣୁ ଯିବାପାଇଁ ପ୍ରସ୍ତୁତ ହୋଇଯାଆନ୍ତୁ, ଏହା ଆନନ୍ଦ କରିବାର ସମୟ ଅଟେ । ଏହି ପାରିବାରିକ ଉତ୍ସବ ଆପଣଙ୍କ ପାଇଁ ଏବଂ ଆପଣଙ୍କ ପରିବାର ପାଇଁ ବହୁତ ଖୁସି ଆଣିଦେବ ।  ଆଜିର ଦିନ କୌଣସି ଭାବରେ କଲହ ଏବଂ ଚର୍ଚ୍ଚାରୁ ଦୂରରେ ରୁହନ୍ତୁ। ଆକସ୍ମିକ ଖର୍ଚ୍ଚର ଆଶଂକା ଅଛି। ବିଦ୍ୟାର୍ଥିମାନଙ୍କପାଇଁ ପଢାରେ ବାଧା ଆସିବ। ପ୍ରିୟଜନମାନଙ୍କ ସହିତ ହୋଇଥିବା ସାକ୍ଷାତରେ ମନ ଆନନ୍ଦିତ ହେବ। ପେଟ ସମ୍ବନ୍ଧିତ ଯନ୍ତ୍ରଣା ହୋଇପାରେ। ଶେୟାର-ସଟ୍ଟାରେ ନିବେଶ କରିବାବେଳେ ସାବଧାନ ରହିବେ।ପ୍ରତିକାର– ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ : ଆଜି ଆପଣ ନିଜକୁ କୌଣସି ପରିବାରର କାର୍ଯ୍ୟ ବ୍ୟସ୍ତ ରଖିବେ ।ଏହି କାର୍ଯ୍ୟର ଆୟୋଜନ କରିବାରେ ଆପଣଙ୍କୁ ଆନନ୍ଦ ମିଳିବ ।ଏହି କାର୍ଯ୍ୟ ଦ୍ୱାରା ଆପଣ ଓ ଆପଣଙ୍କ ପରିବାରର ଲୋକ ବହୁତ ଖୁସି ହେବେ ।ଆପଣ ଏହି କାର୍ଯ୍ୟ ପାଇଁ ବହୁତ ବ୍ୟସ୍ତ ରହିବେ ।  ଆପଣଙ୍କ ଆଜିର ଦିନ ମଧ୍ୟମ ଫଳଦାୟୀ ହେବ। ପାରିବାରିକ ସଦସ୍ୟମାନଙ୍କ ସହିତ ବାଣୀରେ ନିୟନ୍ତ୍ରଣ ରଖିବେ। ଦୈନିକ କାର୍ଯ୍ୟରେ ବିଘ୍ନ ଆସିପାରେ। ସେଥିପାଇଁ କାର୍ଯ୍ୟ ସଂପନ୍ନ ହେବାରେ ସହାୟତା ମିଳିବ। ଅଧିକ ପରିଶ୍ରମ ପରେ ମଧ୍ୟ ସଫଳତା ପ୍ରାପ୍ତି କମ ହେବାରୁ ହତାସା ଅନୁଭବ ହୋଇପାରେ। ମାତାଙ୍କର ସ୍ଵାସ୍ଥ୍ୟକୁ ନେଇ କରି ଚିନ୍ତା ହୋଇପାରେ।ପ୍ରତିକାର– କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

Leave a Reply

Your email address will not be published. Required fields are marked *