୨୯ ଜୁନ ୨୦୧୯ ଶନିବାର.ଆଜିର ରାଶିଫଳ – କେମିତି କଟିବ ଆଜି ଆପଣଙ୍କ ଦିନ – ଶନିଦେବ ଙ୍କ କୃପାରୁ ସବୁ କାମରେ ସଫଳ ହେବେ ଏହି ୪ଟି ରାଶି

ମେଷ – ଆଜି ଆପଣଙ୍କ ନିଜ ବନ୍ଧୁମାନଙ୍କ ମଧ୍ୟରେ ଥିବା ସମ୍ପର୍କ ଖୁସି ଆଣିଦେବ ।କୌଣସି ଭୁଲ ବୁଝାମଣା ଠିକ କରିବା ପାଇଁ ଚେଷ୍ଟା କରନ୍ତୁ । ଆଜି ସଫଳତା ହାସଲ କରିବେ । ଏହି ସମୟ ପୁରୁଣା ସ୍ମୃତିକୁ ମନେପକେଇବାର ସମୟ ଅଟେ ।  ଆଜି ଆପଣ ଅଧିକ ସମୟ ପରିବାର ଲୋକଙ୍କ ସହିତ କଟାଇବେ । ନିଜ ଲୋକଙ୍କ ସହିତ ରହିଲେ ଆପଣଙ୍କୁ ବହୁତ ଖୁସି ଲାଗିବ । ନିଜ ପ୍ରତି ପରିବାର ଲୋକଙ୍କ ସ୍ନେହ ଓ ସମ୍ମାନ ଦେଖି ଆପଣ ବହୁତ ଖୁସି ହେବେ । ଆଜିର ଦିନ ନିଜ ପରିବାର ଲୋକଙ୍କ ସହିତ ବଣଭୋଜିରେ ଯିବା ପାଇଁ ଉଚ଼ିତ୍ ହେବ ।କାର୍ଯ୍ୟ-ସଫଳତା ଏବଂ ଯଶ-କୀର୍ତ୍ତି ପ୍ରାପ୍ତ ହେବା ପାଇଁ ଆଜିର ଦିନ ଶୁଭ ଅଟେ। ପରିଜନମାନଙ୍କ ସହିତ ଆପଣ ଆନନ୍ଦ-ଉଲ୍ଲାସପୂର୍ଣ୍ଣ ବାତାବରଣରେ ସୁଖଦପୂର୍ଣ୍ଣ ସମୟ ବିତାଇବେ। ଆର୍ଥିକ ଲାଭର ମଧ୍ୟ ଆଜି ସମ୍ଭାବନା ଅଧିକ ଅଛି। ଆବଶ୍ୟକ ବିଷୟଗୁଡ଼ିକ ପଛରେ ଖର୍ଚ୍ଚ ହେବ।ପ୍ରତିକାର:- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ବୃଷ – ଆଜି କାଲି ନିଜ ଲୋକଙ୍କ ସାଂଗରେ ଆପଣଙ୍କର ସମ୍ପର୍କ ଭଲ ନାହିଁ । ଆପଣ ଆଜି ଦୁଃଖ ଅନୁଭବ କରିବେ ଏବଂ ଆପଣ ଆଜି ରାଗି ମଧ୍ୟ ପାରନ୍ତି । ସନେ ରଖନ୍ତୁ କେବଳ ଥଣ୍ଡା ମିଜାସରେ ଆପଣଙ୍କ ପରିସ୍ଥିତିକୁ ସମ୍ଭାଳି ପାରିବେ । ଛୋଟ ଛୋଟ କଥାରେ ଆଜି ଆପଣଙ୍କର ପରିବାର ଲୋକଙ୍କ ସହିତ ମତାନ୍ତର ହୋଇପାରେ । ଆଜି ଆପଣ ନିଜକୁ ବୋଧହୁଏ ଏକା ଅନୁଭବ କରିପାରନ୍ତି । ନିଜ ପରିବାରର ପସନ୍ଦ ଆପଣଙ୍କୁ ସମ୍ପୂର୍ଣ୍ଣ ଅଲଗା ବୋଲି ଆଜି ଆପଣ ମନେ କରିବେ ।ଆଜି ସାଂସାରିକ ବିଷୟଗୁଡ଼ିକରୁ ଦୂରରେ ରହିକରି ଆଧ୍ୟାତ୍ମିକ କାର୍ଯ୍ୟରେ ବ୍ୟସ୍ତ ରହିବେ। ଗଭୀର ଚିନ୍ତନଶକ୍ତି ଏହି ବିଷୟରେ ଆପଣଙ୍କୁ ସହାୟତା କରିବ। ଗୂଢ଼ ଏବଂ ରହସ୍ୟମୟ ବିଦ୍ୟା ପ୍ରତି ଆଜି ଆପଣଙ୍କର ଅଧିକ ଆକର୍ଷଣ ରହିବ। ଆଧ୍ୟାତ୍ମିକ ସିଦ୍ଧି ପ୍ରାପ୍ତ ହେବାର ମଧ୍ୟ ଯୋଗ ଅଛି। ତଥାପି ମଧ୍ୟ ବାଣୀ ଉପରେ ନିୟନ୍ତ୍ରଣ ରଖିବାକୁ ହେବ, ତେବେ ବିପତ୍ତିଗୁଡ଼ିକରୁ ଦୂରରେ ରହି ପାରିବେ।ପ୍ରତିକାର– ଚଣାଡାଲି ଓ ଗୁଡ ମନ୍ଦିରରେ ଦାନ କରନ୍ତୁ।

ମିଥୁନି- ଆପଣଙ୍କର ଏବଂ ଆପଣଙ୍କ ପରିବାର ମଧ୍ୟରେ ସମସ୍ୟା ଗୁରୁତ୍ୱ ପୂର୍ଣ୍ଣ ଭାବରେ ଚାଲୁଅଛି । ଯଦି ଆପଣଙ୍କର ମଧ୍ୟରେ ଝଗଡା ଚାଲିଥାଏ ଏବଂ କଥାବାର୍ତ୍ତା ମାଧ୍ୟମରେ ସମାଧାନ ନ ହୁଏ ତେବେ ଆପଣ ନିଜ ପରିବାର ଲୋକଙ୍କୁ ଅଧିକ ସମୟ ଦେବା ଉଚିତ ହେବ । ।ନିଜ ନିୟନ୍ତ୍ରଣରୁ ବାହାରି କାର୍ଯ୍ୟ କରନ୍ତୁ ନାହିଁ । ଧୈର୍ଯ୍ୟ ଏବଂ ସାହସକୁ ପାଥେୟ କରି ବିପଦର ସାମ୍ନାକଲେ ସଫଳତା ନିଶ୍ଚୟ ମିଳିବ । ବହୁତ ଗୁଡିଏ ସ୍ଥାନକୁ ଯାତ୍ରାକରିବାର ସୁଯୋଗ ଆସିପାରେ ଏବଂ ଏହା ମଧ୍ୟରୁ ଗୋଟିଏ ଆପଣ ବାଛିବେ । ଭିନ୍ନ ପ୍ରକାର ଦ୍ୱନ୍ଦ ମଧ୍ୟରେ ଆପଣଙ୍କୁ ନିଷ୍ପତ୍ତି ନେବାକୁ ପଡିବ ଏବଂ ଆପଣଙ୍କ ସହ ଯାତ୍ରା ନିଷ୍ପତ୍ତି ବାହାରେ କିଛି ଯୋଜନା କରିପାରନ୍ତି ।ଆଜିର ଦିନ ଲାଭଦାୟୀ ଅଟେ। ସମ୍ବନ୍ଧିମାନଙ୍କ ଏବଂ ମିତ୍ରମାନଙ୍କ ସହିତ ଆନନ୍ଦଦାୟୀ ଭେଟ ହେବ। ବିବାହୋତ୍ସୁକଙ୍କୁ ଉଚିତ ପାତ୍ର ମିଳିବାରରୁ ଆନନ୍ଦରେ ବୃଦ୍ଧି ହେବ। ବ୍ୟାପାର ଦୃଷ୍ଟିରୁ ମଧ୍ୟ ଲାଭଦାୟୀ ଦିନ ଅଟେ।ପ୍ରତିକାର– ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

କର୍କଟ – ଆଜି ଆପଣଙ୍କୁ ନିଜର କେହି ଆଶ୍ଚର୍ଯ୍ୟ କରିବ । ବିଷୟଟି ଆପଣଙ୍କ ସମ୍ପର୍କରେ ହୋଇପାରିଥାଏ,ନ ହୋଇ ମଧ୍ୟ ପାରିଥାଏ । କିନ୍ତୁ ସବୁ ପରିସ୍ଥିତିରେ ଆପଣଙ୍କୁ ଶାନ୍ତ ରହିବାକୁ ପଡିବ ଏବଂ ନିଜ ଲୋକଙ୍କୁ ସାହାର୍ଯ୍ୟ ପାଇଁ ଚେଷ୍ଟା କରିବା ଉଚିତ ହେବ ।  ଏହା କୌଣସି ଉପହାର, କୌଣସି ମୂଲ୍ୟବାନ ବସ୍ତୁ କିମ୍ବା କୌଣସି ମହତ୍ତ୍ୱପୂର୍ଣ୍ଣ ଦଲିଲ୍ ହୋଇପାରେ ।ପରିଜନମାନଙ୍କର ସହିତ ସାମାଜିକ କାର୍ଯ୍ୟ ଗୁଡ଼ିକରେ ବ୍ୟସ୍ତ ରହିବେ ଅଥବା କୌଣସି ପର୍ଯ୍ୟଟନ-ସ୍ଥଳକୁ ଯାତ୍ରାର ଆନନ୍ଦ ପ୍ରାପ୍ତ କରି ପାରିବେ। ବ୍ୟାପାରୀଗଣଙ୍କୁ ବ୍ୟାପାରରେ ବୃଦ୍ଧି ହେବାର ସମ୍ଭାବନା ଅଛି। ପ୍ରତିକାର– ଚଣାଡାଲି ଓ ଗୁଡ ମନ୍ଦିରରେ ଦାନ କରନ୍ତୁ।

ସିଂହ – ଆପଣଙ୍କୁ ନିଜ ପରିବାରର କୌଣସି ସଦସ୍ୟ କିମ୍ବା ବନ୍ଧୁ ନିରାଶ କରିପାରେ ଏବଂ ଆପଣଙ୍କ ଆଗରେ କୌଣସି ସମସ୍ୟା ମଧ୍ୟ ସୃଷ୍ଟି ହୋଇପାରେ । ଆପଣଙ୍କର ରାଗି କରି କଥା ହେବା ବଦଳରେ ଭଲହେବ ଯଦି ଆପଣ ତାଙ୍କୁ ସ୍ନେହରେ ବୁଝାଇବେ । ଆଜି ଆପଣ ସବୁ କିଛି ଭୁଲିଯାଇ ଖୁବ୍ ନାଚ଼ନ୍ତୁ ,ନଚ଼େତ୍ କୌଣସି ସମାରୋହ କରନ୍ତୁ । ସେଠାକୁ ସଭିଙ୍କୁ ନିମନ୍ତ୍ରଣ କରନ୍ତୁ । ଆଜି ଆପଣ ଯାହା କିଛି କରୁଛନ୍ତି ପୂର୍ଣ୍ଣ ମନରେ କରନ୍ତୁ । ଏହା ମଧ୍ୟ କୌଣସି ଏକ ନୂଆ ଚ଼ାକିରି ହୋଇଥାଇପାରେ । ତେଣୁ ଇମେଲ ଲେଖନ୍ତୁ ।ଆଜିର ଦିନ ଶୁଭ ଫଳଦାୟୀ ଅଟେ। ଆଜି ପ୍ରତ୍ୟେକ କାର୍ଯ୍ୟରେ ସରଳତାରେ ସଫଳତା ପ୍ରାପ୍ତି ହେବ। ପରିଣାମ ସ୍ଵରୂପ ଆପଣ ମାନସିକରୂପରେ ପ୍ରଫୁଲ୍ଲିତ ରହିବେ। ଚାକିରିରେ ଉଚ୍ଚାଧିକାରିମାନଙ୍କର ପ୍ରସନ୍ନତା କାରଣରୁ ପଦୋନ୍ନତିର ଯୋଗ ଅଛି|ପ୍ରତିକାର–ରୁଟିଗୁଡ ଗାଈକୁ ଖାଇବାକୁ ଦେବେ।

କନ୍ୟା – ଆଜି ଆପଣ ପରିବାରର କୌଣସି ସମସ୍ୟା ସମାଧାନ କରିବାକୁ ଚ଼େଷ୍ଟା କରିବେ । ଅନ୍ୟମାନେ ଆପଣଙ୍କ ପରାମର୍ଶ ଉପରେ ନିର୍ଭର କରନ୍ତୁ । ସମସ୍ତେ ଆପଣଙ୍କ ଉପରେ ନିର୍ଭର କରିବାଟା ଆପଣଙ୍କୁ ଆଶ୍ଚର୍ଯ୍ୟ ଲାଗିପାରେ ।  ଆପଣଙ୍କ ସାହସ ଏବଂ ଉପସ୍ତିତ ବୁଦ୍ଧି ଆପଣଙ୍କୁ ଅନ୍ୟମାନଙ୍କୁ ଠାରୁ ବହୁ ଆଗକୁ ନେଇ ଯିବ । ଆପଣଙ୍କ ଧୀଶକ୍ତି ଏବଂ ସଂପ୍ରେଷଣ କଳା ଆପଣଙ୍କୁ ଲକ୍ଷ୍ୟପ୍ରାପ୍ତି କରିବାରେ ସାହାଯ୍ୟ କରିବ । ମନର ଅସୁସ୍ଥତା କାରଣରୁ ଆପଣ ଆଜି ବ୍ୟଗ୍ର ହୋଇପାରନ୍ତି। ଶରୀରରେ ଆଲସ୍ୟ ଅନୁଭବ ହୋଇପାରେ। ଉଚ୍ଚାଧିକାରିମାନଙ୍କ ସହିତ ସାବଧାନପୂର୍ବକ କାର୍ଯ୍ୟ କରନ୍ତୁ। ସନ୍ତାନମାନଙ୍କ ବିଷୟରେ ଆପଣଙ୍କୁ ଚିନ୍ତା ହୋଇପାରେ। ଆବଶ୍ୟକ ନିର୍ଣ୍ଣୟ ନେବା ଆଜି ଉଚିତ ନୁହେଁ,ପ୍ରତିକାର– ଗ୍ରାମ୍ୟ ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ

ତୁଳା – ଆପଣଙ୍କ ନିଜ ପୁରୁଣା ବନ୍ଧୁ ଫେରି ପାରନ୍ତି କିନ୍ତୁ ସେଥିପାଇଁ ଆପଣଙ୍କୁ ପ୍ରଥମ ପାଦ ବଢାଇବାକୁ ପଡିବ । ଆପଣଙ୍କୁ ଏହି ରାଗିଥିବା ବନ୍ଧୁ ପାଖକୁ ଖବର ପଠାଇବା ପାଇଁ ଆପଣଙ୍କୁ ଆପଣଙ୍କର ମନ ଏବଂ ମସ୍ତିସ୍କ ଦ୍ୱାରା ସାହାଯ୍ୟ ମିଳିବ ।  ଆଜି ଆପଣ ପରିବାରର ଲୋକଙ୍କୁ ଏବଂ ବନ୍ଧୁ ମାନଙ୍କୁ ସେମାନଙ୍କର ସାହାଯ୍ୟ ପାଇଁ ପ୍ରଶଂସା କରିବେ । ସେମାନଙ୍କୁ ସେମାନଙ୍କର ସାହାଯ୍ୟ ପାଇଁ ଧନ୍ୟବାଦ ଅବସ୍ୟ ଦିଅନ୍ତୁ । ଏହା ଆପଣଙ୍କର ସମ୍ପର୍କ ଏବଂ ଶରୀର ପାଇଁ ଲାଭଦାୟକ ହେବ । ନିଜ ଲୋକଙ୍କ ସହିତ ରହିଲେ ଆପଣଙ୍କୁ ବହୁତ ଖୁସି ଲାଗିବ । ନିଜ ପ୍ରତି ପରିବାର ଲୋକଙ୍କ ସ୍ନେହ ଓ ସମ୍ମାନ ଦେଖି ଆପଣ ବହୁତ ଖୁସି ହେବେ ।ଆଜି ଆପଣଙ୍କୁ ଶାରୀରିକ ଶିଥିଲତା ଏବଂ ମାନସିକ ବ୍ୟଗ୍ରତା ଅନୁଭବ ହୋଇପାରେ। ମିତ୍ରମାନଙ୍କ ଏବଂ ସନ୍ତାନମାନଙ୍କ ସମ୍ବନ୍ଧିତ କୌଣସି କଥାର ଚିନ୍ତା ଗ୍ରାସ କରିପାରେ। ଆକସ୍ମିକ ଧନଖର୍ଚ୍ଚର ଯୋଗ ଅଛି। କୌଣସି ଭାବରେ ବିବାଦରୁ ଆଜି ଆପଣ ଦୂରରେ ରୁହନ୍ତୁ,ପ୍ରତିକାର– ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

ବିଛା – ଆଜି ଆପଣଙ୍କ ପରିବାରର କୌଣସି ସଦସ୍ୟଙ୍କ ପରାମର୍ଶ ଆପଣଙ୍କୁ ଠିକ୍ ଲାଗି ନ ପାରେ । ଏହାର ପ୍ରଭାବ ଆପଣଙ୍କ ଉପରେ ପଡ଼ିଲେ ମଧ୍ୟ ଆପଣ ଏହି ବିଷୟରେ କିଛି କରିପାରିବେ ନାହିଁ ।  ଆଜି ଆପଣଙ୍କୁ ଖୁବ୍ ମାନ, ଯଶ ମିଳିବ । ଆଜି ଆପଣ ଯେଉଁ ସ୍ଥିତିରେ ଅଛନ୍ତି , ଏସବୁ କେବଳ ଆପଣଙ୍କ ସ୍ପଷ୍ଟତା ଏବଂ ଭଲ ସଂମ୍ପ୍ରେଷଣ କଳା ଯୋଗୁଁ ସମ୍ଭବ । ଆଜିର ଦିନ ନିଜ ପରିବାର ଲୋକଙ୍କ ସହିତ ରହିବା ପାଇଁ ଶୁଭ ଦିନ ଅଟେ । ଆଜି ଆପଣ ସେମାନଙ୍କ ସହିତ ମିଳିମିଶି କୌଣସି ମନୋରଞ୍ଜନ କାର୍ଯ୍ୟକ୍ରମରେ ଭାଗ ନେବେ । ଆଜି ଆପଣ କୌଣସି ପାରିବାରିକ ଉତ୍ସବରେ ମଧ୍ୟ ଭାଗ ନେବେ ।ଆଜି ଶାରୀରିକ ଏବଂ ମାନସିକରୂପରେ ଆପଣଙ୍କୁ ପ୍ରସନ୍ନତା ଅନୁଭବ ହେବ। ପରିବାର ସୁଖ-ଶାନ୍ତିର ବାତାବରଣ ରହିବ। ମିତ୍ରମାନଙ୍କ ଏବଂ ସ୍ନେହୀଜନମାନଙ୍କ ସହିତ ସାକ୍ଷାତକରି ଆନନ୍ଦ ଲାଭ ହେବ,ପ୍ରତିକାର–ବୃଦ୍ଧ ବୃଦ୍ଧାଙ୍କୁ ସାହାଯ୍ୟ କରି ଆଶୀର୍ବାଦ ଭିକ୍ଷା କରନ୍ତୁ

ଧନୁ – ଯଦି ଆପଣଙ୍କୁ ଏମିତି ଲାଗେ ଯେ ପରିବାରରେ ଯେ କୌଣସି ସମସ୍ୟା ଲାଗୁଛି ତାହାଲେ ଆପଣ ତାହାକୁ ନଷ୍ଟ କରିବା ପାଇଁ ଚ଼େଷ୍ଟା କରିବା ଉଚ଼ିତ୍ । ସମ୍ପର୍କ ମଧ୍ୟରେ ଫାଟ ସୃଷ୍ଟି ହେବାକୁ ଦିଅନ୍ତୁ ନାହିଁ ।  ଆଜି ଆପଣ ନରମ ମନୋଭାବ ପୋଷଣ କରି କାହାକୁ ସାହାଯ୍ୟ କରିବେ । ନିଜର ନକାରାତ୍ମକ ଭାବନାକୁ ଦୂରେଇ ଦିଅନ୍ତୁ ଏବଂ ନିଜ ସମ୍ପର୍କକୁ ଅନ୍ୟମାନଙ୍କ ସହ ମଜବୁତ କରନ୍ତୁ । ଏହା ଆପଣଙ୍କୁ ଖୁସି ଆଣି ଦେବ ।ବାଣୀ ତଥା ବ୍ୟାବହାର ଉପରେ ନିୟନ୍ତ୍ରଣ ନ ରଖିଲେ ଆଜି ଅସୁବିଧାର ସାମନା କରିବାକୁ ପଡ଼ିପାରେ। କ୍ରୋଧ ଉପରେ ମଧ୍ୟ ନିୟନ୍ତ୍ରଣ ରଖିବେ ନହେଲେ କାହା ସହିତ ବାଦ-ବିବାଦ ହୋଇପାରେ। କୌଣସି କଥାକୁ ନେଇକରି ଚିନ୍ତିତ ହୋଇପାରନ୍ତି। ଅଚାନକ ହେବାକୁଥିବା ଘଟଣାରେ ନିୟନ୍ତ୍ରଣ ରଖିବେ | ବ୍ୟାପାରୀବର୍ଗଙ୍କୁ ବ୍ୟାପାରରେ ବାଧା ଆସିପାରେ। ନକାରାତ୍ମକତାକୁ ମହତ୍ଵ ଦିଅନ୍ତୁ ନାହିଁ।ପ୍ରତିକାର:- କୁକୁରକୁ କିଛି ଖାଦ୍ୟ ଦିଅନ୍ତୁ।

ମକର – ଆଜି ଆପଣ ଅନୁଭବ କରିବେ ଛୋଟ ଛୋଟ କଥାରେ ଆପଣଙ୍କ ଘରେ କଳି ହେଉଛି । ପରିବାରର ଲୋକଙ୍କ ମଧ୍ୟରେ ମତଭେଦ ବଢ଼ିବାରେ ଲାଗିଛି । ଆଜି ଆପଣଙ୍କର କୌଣସି ପ୍ରିୟଜନଙ୍କର ମନ ମଧ୍ୟ ଖରାପ ହୋଇ ପାରେ । ଆପଣ କିଛି ଦିନ ହେଲା ଯାଣିପାରୁନାହାନ୍ତି ଯେ ଆପଣଙ୍କର କଣ କରିବା ଉଚ଼ିତ୍ । କିନ୍ତୁ ଆପଣଙ୍କର ଚ଼ିନ୍ତାଧାରାରେ ସ୍ପଷ୍ଟତା ଆସିଯିବ । ଏହି ସମୟର ଲାଭ ଉଠାନ୍ତୁ ଏବଂ ଅଟକି ଯାଉଥିବା ସମସ୍ତ କାର୍ଯ୍ୟ କରିବାକୁ ଚ଼େଷ୍ଟା କରନ୍ତୁ ।କୌଣସି ନିର୍ଣ୍ଣୟକୁ କରିବା ସମୟରେ ଆପଣ ଦ୍ୱନ୍ଦ୍ୱ ଅନୁଭବ କରିପାରନ୍ତି। ଆଜି ଆବଶ୍ୟକ କାର୍ଯ୍ୟ ପ୍ରାରମ୍ଭ ପାଇଁ ସମୟ ଉଚିତ ନୁହେଁ। ବସ୍ତୁକୁ ନେଇ କରି ବ୍ୟବହାରିକ ମନୋଭାବ ରଖିବେ। ବ୍ୟବହାରରେ ଅଲଗାପଣ ଛାଡ଼ି ସ୍ନେହଭାବ ରଖିଲେ ପରିଣାମ ସକାରାତ୍ମକ ଆସିବ।ପ୍ରତିକାର– ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

କୁମ୍ଭ – ନିକଟ ସମ୍ପର୍କିୟ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ ଏବଂ ଆପଣ ଖୁସିରେ ମଧ୍ୟ ରହିବେ । ନିଜ ସମ୍ପର୍କକୁ ଦୃଢ କରିବା ପାଇଁ ଆପଣ ବହୁତ ଚେଷ୍ଟା କରିଛନ୍ତି ଏବଂ ଏହି ଚେଷ୍ଟା ଆପଣଙ୍କର ଫଳବତି ମଧ୍ୟ ହୋଇଛି ।ଆଜି ଆପଣ ଘରର ସୁରକ୍ଷା ପ୍ରତି ଧ୍ୟାନ ଦିଅନ୍ତୁ, କାରଣ ବହୁମୂଲ୍ୟ ବସ୍ତୁ କିଛି ଚୋରି ହେବାର ସମ୍ଭାବନା ରହିଛି । କିନ୍ତୁ ଯଦି ଆପଣ ସାବଧାନ ରୁହନ୍ତି , କ୍ଷତି ହୋଇ ନ ପାରେ । ଏହାର ଅର୍ଥ ନୁହେଁ ଯେ ଆପଣ ଡରିଯିବେ । ଆଜି ଶାରୀରିକ ସୁସ୍ଥତା ଏବଂ ମାନସିକ ପ୍ରସନ୍ନତା ଅନୁଭବ କରିବେ। କାର୍ଯ୍ୟଗୁଡ଼ିକରେ ମଧ୍ୟ ସଫଳତା ପ୍ରାପ୍ତ ହେବ। ପରିଜନମାନଙ୍କର ଏବଂ ସ୍ନେହୀଜନମାନଙ୍କର ସହିତ ସମ୍ବନ୍ଧରେ ମଧୁରତା ରହିବ। ତାଙ୍କର ସହକାର ମଧ୍ୟ ଆପଣଙ୍କୁ ପ୍ରାପ୍ତ ହେବ,ପ୍ରତିକାର:- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ମୀନ –  ଛୋଟ ଛୋଟ କଥାରେ ଆଜି ଆପଣଙ୍କର ପରିବାର ଲୋକଙ୍କ ସହିତ ମତାନ୍ତର ହୋଇପାରେ । ଆଜି ଆପଣ ନିଜକୁ ବୋଧହୁଏ ଏକା ଅନୁଭବ କରିପାରନ୍ତି । ନିଜ ପରିବାରର ପସନ୍ଦ ଆପଣଙ୍କୁ ସମ୍ପୂର୍ଣ୍ଣ ଅଲଗା ବୋଲି ଆଜି ଆପଣ ମନେ କରିବେ ।  ଆପଣ କେବେ ମଧ୍ୟ ନିଜର ଛବିକୁ ମଳିନ ହେବାକୁ ଦିଅନ୍ତୁ ନାହିଁ ।ଆଜିର ଦିନ ଆପଣ ସାବଧାନ ଏବଂ ସତର୍କତାରେ କଟାଇବାକୁ ଚେଷ୍ଟା କରନ୍ତୁ। ବାଣୀ ବା ବ୍ୟବହାର ଉପରେ ନିୟନ୍ତ୍ରଣ ରଖିବେ ଏବଂ କୌଣସି ଭାବରେ ବିବାଦରୁ ଦୂରରେ ରୁହନ୍ତୁ। ମାତାଙ୍କ ସହିତ ବିବାଦ ହେବାର ସମ୍ଭାବନା ଅଛି। ନକାରାତ୍ମକତା ନିଜର ମନରେ ଯେପରି ଚାପ ନ ପକାଇବ ସେଥିପାଇଁ ଚେଷ୍ଟା କରିବେ,ପ୍ରତିକାର– ମୁଗଡାଲି ମନ୍ଦିରରେ ଦାନ କରନ୍ତୁ।

Leave a Reply

Your email address will not be published.