April 12, 2024

Odia Express

News For Public

୫ ଜୁଲାଇ ୨୦୧୯ ଶୁକ୍ରବାର,ଆଜିର ରାଶିଫଳ – କେମିତି କଟିବ ଆଜି ଆପଣଙ୍କ ଦିନ – ମହାଦେବ ନ କୃପା ରହିବ ଏହି ୪ଟି ରାଶି ଉପରେ

1 min read

ମେଷ -ଆପଣ ଯେତେବେଳେ ନିଜର ସମ୍ପର୍କିୟ ଲୋକ ସହ ଆଳାପ ଆଲୋଚନା କରୁଛନ୍ତି ନିଜର ଭାଷା ପ୍ରତି ସଂଯତ କରନ୍ତୁ । କିଛି କହିବା ପୂର୍ବରୁ ବିଶେଷ ଧ୍ୟାନ ଦିଅନ୍ତୁ । କେବଳ ଆପଣଙ୍କର ସାବଧାନତା ହିଁ ଆପଣଙ୍କୁ ବିପଦରୁ ଦୂରେଇ ରଖିବେ । ଆଜିର ଦିନ ନୂଆ ବନ୍ଧୁ କରିବାର ଦିନ ଅଟେ । ସେମାନଙ୍କ ଅନୁଷ୍ଠାନରେ ଭାଗ ନିଅନ୍ତୁ ଏବଂ ନୂଆ ବନ୍ଧୁ ସୃଷ୍ଟି କରନ୍ତୁ । ଆପଣ କିଛି ନୂଆ ବନ୍ଧୁ କରି ପାରିବେ । କାହାକୁ ବା ଜଣା ଆପଣଙ୍କ ପାଇଁ କୌଣସି ନୂଆ ସୁଯୋଗର ଦ୍ୱାର ଖୋଲି ପାରେ । । ମନ ମଧ୍ୟରେ ବହୁଦିନ ଧରି ରହି ଆସୁଥିବା ଦୁଶ୍ଚିନ୍ତାକୁ ଦୁରକରିବାରେ ଏହି ଭ୍ରମଣ ସହାୟକ ହେବ ।ବାଣୀ ଏବଂ ବଚନ କାରଣରୁ ଭ୍ରାନ୍ତି ନ ହେଉ, ଏହାର ଧ୍ୟାନ ରଖିବେ। କ୍ରୋଧର ମାତ୍ରା ବଢ଼ି ଯିବାରୁ କୌଣସି ବ୍ୟକ୍ତିଙ୍କ ସହିତ ଉଗ୍ର ଚର୍ଚ୍ଚା କିମ୍ବା ବିବାଦ ନ ହେଉ ମନରେ ବ୍ୟଗ୍ରତା ରହିବ। ଏଥିପାଇଁ ଆଧ୍ୟାତ୍ମିକତାର ଆଶ୍ରୟ ନେଲେ ମନ ଶାନ୍ତ ହେବ,ପ୍ରତିକାର:- ଗ୍ରାମ ଦେବତୀଙ୍କ ପାଖରେ ବୁନ୍ଦି ଭୋଗ କରି ପିଲାମାନଙ୍କୁ ବାଣ୍ଟି ଦିଅନ୍ତୁ।

ବୃଷ – ଭଲ ବନ୍ଧୁ ଆପଣଙ୍କୁ ଠିକ ଉତ୍ତର ଦେବ । ନିଜର ଜୀବନ ସୈଳି ପରିବର୍ତ୍ତନ ପାଇଁ ବନ୍ଧୁ ମାନଙ୍କର ସହିତ ଆଲୋଚନା କରନ୍ତୁ ଏବଂ ସେମାନଙ୍କ ଠାରୁ ସକାରତ୍ମକ ଉତ୍ତର ନିଅନ୍ତୁ । ଆଜି ଆପଣ ଅନ୍ୟମାନଙ୍କ ଆଗରେ ନିଜର ପରିଚ଼ୟ ଭଲ କରିବାକୁ ଚ଼ାହିଁବେ ଆପଣ ଅନ୍ୟକୁ ବଦଳାଇବାକୁ ଚ଼ାହିଁବା ଅପେକ୍ଷା ନିଜେ ବଦଳିଯିବା ଠିକ୍ ହେବ ଏବଂ ଏହି ବଦଳିବାର ଭାବନା ଆପଣଙ୍କ ମନରୁ ହେବା ଜରୁରୀ ଅଟେ । ଆଜିର ଦିନ ସବୁ କ୍ଷେତ୍ରରେ ଲାଭପ୍ରଦ ଅଟେ। ସାମାଜିକ କ୍ଷେତ୍ରରେ ଆପଣ ଅଧିକ ସକ୍ରିୟ ରହିବେ ଏବଂ ତା’ର ଫଳ ସ୍ଵରୁପ ମାନ ସମ୍ମାନ ପ୍ରତିଷ୍ଠାରେ ମଧ୍ୟ ବୃଦ୍ଧି ହେବ। ଶାରୀରିକ ସ୍ଵାସ୍ଥ୍ୟ ବିଗିଡ଼ିବାର ଆଶଂକା ଅଛି। ଏଥିପାଇଁ ଆବେଶପୂର୍ଣ୍ଣ ମନକୁ ନିୟନ୍ତ୍ରଣରେ ରଖିବେ। ଧନର ଅଧିକ ଖର୍ଚ୍ଚ ନ ହେଉ, ଏହାର ଧ୍ୟାନ ରଖିବେ,ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନି – ବହୁଦିନ ଧରି ଥିବା ସମସ୍ୟାର ସମାଧାନ ପାଇଁ ଆପଣ ଖୁସି ରହିବେ । ଆପଣ ଅନ୍ୟମାନଙ୍କ ସହିତ ମତାନ୍ତର ଥିବାର ଏ ସମସ୍ୟାର ସମାଧାନ ଦେଇପାରି ନଥିଲେ । ଯାହା ହେଉନା କାହିଁକି ବର୍ତ୍ତମାନ ଖୁସି ବଢାଇବାର ସମୟ ।  ଆଜି ଆପଣ ଯେଉଁ ସ୍ଥିତିରେ ଅଛନ୍ତି , ଏସବୁ କେବଳ ଆପଣଙ୍କ ସ୍ପଷ୍ଟତା ଏବଂ ଭଲ ସଂମ୍ପ୍ରେଷଣ କଳା ଯୋଗୁଁ ସମ୍ଭବ । ନିର୍ଦ୍ଧାରିତ କାର୍ଯ୍ୟ ସମ୍ପନ୍ନ ନ ହେବା କାରଣରୁ ହତାସା ଅନୁଭବ କରିବେ। କୌଣସି ମଧ୍ୟ ମହତ୍ଵପୂର୍ଣ୍ଣ କାର୍ଯ୍ୟ ଅଥବା ତା’ ବିଷୟରେ ନିର୍ଣ୍ଣୟ ନେବା ପାଇଁ ଉପଦେଶ। ପରିଜନ ତଥା ଭାଇ-ଭଉଣୀମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ସମୟ କଟାଇବେ। ପ୍ରତିକାର:- ମସୁର ଡାଲି ମନ୍ଦିରରେ ଦାନ କରନ୍ତୁ

କର୍କଟ – ବୃଥାରେ କୌଣସି କାଥାବାର୍ତ୍ତା କରନ୍ତୁ ନାହିଁ ବରଂ ସମ୍ପର୍କ ସଜବୁତ କରିବା ପାଇଁ ଚେଷ୍ଚା କରନ୍ତୁ । କୌଣସି ବ୍ୟକ୍ତି ସହ କଥାବାର୍ତ୍ତା ବେଳେସମାନ୍ୟ କଟୁ କଥା ନ କହିବା ପାଇଁ ଧ୍ୟାନ ଦିଅନ୍ତୁ । ଜୀବନପ୍ରତି ସକାରାତ୍ମକ ଚ଼ିନ୍ତା ଧାରା ଏହି ସମୟରେ ଆବଶ୍ୟକ ଅଛି । ଆଜି ଆପଣ ନିଶ୍ଚୟ ନିଜର ଅଟଳ ବିଶ୍ୱାସ ଏବଂ ବୁଦ୍ଧିମତ୍ତା ଯୋଗୁଁ ସବୁ ସମସ୍ୟାର ସମାଧାନ କରିପାରିବେ । ଆଜିର ଦିନ ସବୁ ପ୍ରକାରରେ ଆପଣଙ୍କ ପାଇଁ ଲାଭଦାୟୀ ଅଟେ। କୌଣସି ପରୋପକାର କାର୍ଯ୍ୟ ଆପଣଙ୍କ ଦ୍ଵାରା ହେବ। ବ୍ୟାପାରରେ ଉଚିତ ଆୟୋଜନ ଦ୍ଵାରା ବ୍ୟାପାର ବୃଦ୍ଧି କରି ପାରିବେ। ଉଚ୍ଚ ଅଧିକାରୀଗଣ ଆପଣଙ୍କ କାର୍ଯ୍ୟର ପ୍ରଶଂସା ଆନନ୍ଦ ପୂର୍ବକ କରିବେ| ସ୍ଵାଦିଷ୍ଟ ଭୋଜନର ସ୍ଵାଦ ନେଇ ପାରିବେ ଏବଂ ନୂଆ ବସ୍ତ୍ର ମଧ୍ୟ କ୍ରୟ କରିବେ। ବାହନ ସୁଖ ମଧ୍ୟ ମିଳିବ,ପ୍ରତିକାର:- ଗୁଡ଼ ଆଉ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

ସିଂହ – ଆଜି ଆପଣଙ୍କର କୌଣସି ପରିବାରବର୍ଗ ସଦସ୍ୟ କିମ୍ବା ପୋଡଶୀଙ୍କ ସହ ଝଗଡାରୁ ନିଜକୁ ରକ୍ଷା କରନ୍ତୁ । କୌଣସି ଏକ ଛୋଟ ସମସ୍ୟା ବିରାଟ ରୂପ ଧାରଣ କରିପାରେ ।  ଆଜି ଆପଣ ଆତ୍ମ ବିଶ୍ଳେଷଣ କରିବେ ଏବଂ ଏଥିପାଇଁ ଏହା ନିଶ୍ଚୟ ସଠିକ ସମୟ । ପ୍ରଣୟ-ପ୍ରସଙ୍ଗ ପାଇଁ ଆଜିର ଦିନ ଅନୁକୂଳ ଅଟେ। ତଥାପି ମଧ୍ୟ କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ। ପେଟ ସମ୍ବନ୍ଧିତ ରୋଗରେ ଶାରୀରିକ କଷ୍ଟ ହୋଇପାରେ। କିନ୍ତୁ ମଧ୍ୟାହ୍ନ ପରେ ପରିବାରରେ ଆନନ୍ଦ ଏବଂ ଉଲ୍ଲାସମୟ ବାତାବରଣ ରହିବ। ମାନସିକ ରୂପରେ ପ୍ରସନ୍ନ ଏବଂ ଫୁର୍ତ୍ତିର ଅନୁଭବ ହେବ। ବ୍ୟବସାୟରେ ଲାଭ ହେବାର ସମ୍ଭାବନା ଅଛି,ପ୍ରତିକାର:- ଅସହାୟଙ୍କର ସେବା କରି ଆଶୀର୍ବାଦ ଗ୍ରହଣ କରନ୍ତୁ।

କନ୍ୟା – ଆଜି ଆପଣ କୌଣସି ଉପଦେଷ୍ଠାଙ୍କର କିମ୍ବା ବରିଷ୍ଠ ବ୍ୟକ୍ତିଙ୍କର ମାର୍ଗ ଦର୍ଶନ ପାଇଁ ସାହାଯ୍ୟ ଚାହିଁବେ । ଆପଣ ବୋଧ ହୁଏ ନିଜ ଜୀବନର କୌଣସି ଦ୍ୱିଧା ବା ଅସୁବିଧା ପରିସ୍ଥିତିରୁ ବାହାରି ଆସିପାରୁ ନାହାନ୍ତି ।  ଏହିଭଳି ସାମାଜିକ ସମାରୋହରେ ଭାଗ ନିଅନ୍ତୁ । ଆଜି ଆପଣଙ୍କ ଘରେ ଖୁସିର ପରିବେଶ ରହିବେ । ଆଜି ଆପଣ ଏବଂ ଆପଣଙ୍କ ଘରଲୋକେ ମଉଜ ମଜଲିସରେ ମଜ୍ଜି ରହିବେ । ବିଦେଶରୁ ମଧ୍ୟ ଆପଣଙ୍କ ଆତ୍ମୀୟ ସଜ୍ଜନ ଆସି ପାରନ୍ତି । ତାଙ୍କୁ ସ୍ୱାଗତ କରିବା ପାଇଁ ପ୍ରସ୍ତୁତ ରୁହନ୍ତୁ । କୌଣସି ପ୍ରକାରର ସଙ୍କଟରେ ନ ପଡ଼ନନ୍ତୁ ସେଥିପାଇଁ ଦେଖିଚାହିଁ କାର୍ଯ୍ୟ କରିବାକୁ ଉପଦେଶ। ବ୍ୟବସାୟ କ୍ଷେତ୍ରରେ ଆଜି ଅଧିକାରୀମାନଙ୍କ ସାଙ୍ଗରେ ଉଗ୍ର ଚର୍ଚ୍ଚା କରିବେ ନାହିଁ, ଅନ୍ୟଥା କ୍ଷତି ହେବାର ସମ୍ଭାବନା ଅଛି। ଗୃହସ୍ଥଜୀବନରେ ଆନନ୍ଦପୂର୍ଣ୍ଣ ବାତାବରଣ ରହିବ | ମାତାଙ୍କର ସ୍ଵାସ୍ଥ୍ୟର ଚିନ୍ତା ହୋଇପାରେ। ସମ୍ବନ୍ଧିମାନଙ୍କ ସହିତ ମନମାଳିନ୍ୟର ପ୍ରସଙ୍ଗ ବନିପାରେ।ପ୍ରତିକାର:- ମାଦକ ଦ୍ରବ୍ୟ ବ୍ୟବହାର କରନ୍ତୁ ନାହିଁ।

ତୁଳା – ଆଜି ଆପଣଙ୍କ ପରିବାର ଲୋକମାନଙ୍କ ସହ ସାମାନ୍ୟ ଝଗଡା ହୋଇପାରେ ,ଯେଉଁଥିପାଇଁ ଆପଣଙ୍କ ମନର ଦୁଃଖ ଆସିବ ଆପଣ ହୁଏତ କିଛି ଭଲପାଇଁ ଉଦ୍ଦେଶ୍ୟ ଏ କାମ କରୁଛନ୍ତି ।  ଆପଣଙ୍କ ପରିବାର ଆପଣଙ୍କ ପାଇଁ ସହାୟତାର ସ୍ରୋତ ହେବ । ସେମାନେ ଆପଣଙ୍କର ସବୁ ପ୍ରକାର ସାହାଯ୍ୟ କରିବାକୁ ପ୍ରସ୍ତୁତ ଅଟନ୍ତି ।ତେଣୁ ଆପଣ ସେମାନଙ୍କ କଥା ଶୁଣିବା ଉଚ଼ିତ୍ । ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ଆଜିର ଦିନ ଭଲ ଅଟେ। ପ୍ରିୟ ବ୍ୟକ୍ତିଙ୍କ ସହିତ ହୋଇଥିବା ଭେଟ ଆନନ୍ଦଦାୟୀ ରହିବ। ଭାଗ୍ୟବୃଦ୍ଧି ହେବ। ସାମାଜିକ ରୂପରେ ମାନ-ସମ୍ମାନ ପ୍ରାପ୍ତି ହେବ,ପ୍ରତିକାର:- ଅସହାୟଙ୍କର ସେବା କରି ଆଶୀର୍ବାଦ ଗ୍ରହଣ କରନ୍ତୁ ।

ବିଛା – ବ୍ୟସ୍ତ ହୋଇ କୌଣସି ମହତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ । ଏହି ସମୟଟା ବୋଧହୁଏ ଆପଣ ଚ଼ିନ୍ତା ଗ୍ରସ୍ତହୋଇ କଟାଉଛନ୍ତି । ବ୍ୟସ୍ତ ହୁଅନ୍ତୁ ନାହିଁ ପରିସ୍ଥିତି ଏଭଳି ହେବ ଆପଣ ଆପେ ଆପେ ଏହି ଚ଼ିନ୍ତାରୁ ମୁକ୍ତ ହୋଇଯିବେ ।  ଆଜିର ଦିନଟି ବ୍ୟବସାୟିକ ଦୃଷ୍ଟିରୁ ଏବଂ ସାମାଜିକ ଦୃଷ୍ଟିରୁ ସମ୍ପର୍କ ତିଆରି କରିବା ଦିନ ଅଟେ । କୌଣସି ସାମାଜିକ ଅନୁଷ୍ଠାନରେ ଆପଣ କିଛି ନୂଆ ଲୋକଙ୍କକ ସହିତ ସମ୍ପର୍କ ସ୍ଥାପନ ମଧ୍ୟ କରି ପାରନ୍ତି । ବ୍ୟବସାୟର ବାତାବରଣ ଅନୁକୂଳ ରହିବ। ମା’ ଘରୁ ଗୃହିଣୀମାନଙ୍କୁ ଭଲ ଖବର ମିଳିବ। ପାରିବାରିକ ବାତାବରଣ ମଧ୍ୟ ଅନୁକୂଳ ରହିବ। ଶତ୍ରୁମାନଙ୍କୁ ମଧ୍ୟ ଅଧିକ ଲାଭ ପ୍ରାପ୍ତି ହେବ ନାହିଁ। ଶାରୀରିକ ଏବଂ ମାନସିକ ରୂପରେ ଆପଣ ସୁସ୍ଥ ରହିବେ। ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

ଧନୁ – ଆଜି ବହୁତ ଖୁସିରେ ରହିବେ,କାରଣ ଆପଣଙ୍କ ସମସ୍ୟାର ସମାଧାନ ପାଇଛନ୍ତି ବହୁଦିନ ଧରି ଅନେକ ଅସୁବିଧାରେ ସମୁଖୀନ ହୋଇଆସୁଥିଲେ । ଆଜି ଦିନରେ ଆପଣ ବିଦେଶରୁ କୌଣସି ଖୁସିଖବର ପାଇ ପାରନ୍ତି । ଏହି ଖବର ବିଦେଶରେ ରହୁଥିବା କୌଣସି ବନ୍ଧୁପରିଜନ ଆପଣଙ୍କୁ ଦେବେ । ଆପଣ ତାଙ୍କର ଫୋନ କିମ୍ବା ଇମେଲର ଅପେକ୍ଷା କରନ୍ତୁ । କାରଣ ଏହି ସୁସମ୍ବାଦ ଆପଣଙ୍କ ପାଇଁ ଖୁବ୍ ଗୁରୁତ୍ତ୍ୱପୂର୍ଣ୍ଣ । ଆଜି ଆମୋଦ-ପ୍ରମୋଦରେ ନିଜକୁ ଆପଣ ଭୁଲି ଯିବାର ଦିନ ଅଟେ। ମନୋରଞ୍ଜନ ପ୍ରବୃତ୍ତିରେ ଆପଣ ମଜ୍ଜି ରହିବେ। ମିତ୍ରମାନଙ୍କ ସହିତ ଯାତ୍ରାର ଆୟୋଜନ ହେବ। ଭଲ ଖାଇବା ପିଇବା ଏବଂ ଭଲ ବସ୍ତ୍ର ଉପଲବ୍ଧ ହେବ, ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

ମକର – ଆପଣଙ୍କର ବନ୍ଧୁ ନିଜର ଥିବା ଦୁଃଖକୁ ଲାଘବ କରିବା ପାଇଁ ନିଜ ଗୁରୁଙ୍କ ଉପଦେଶ ନେବା ଉଚିତ୍ ।ଆପଣ ନିଜ ତରଫରୁ ସବୁ କିଛି ଠିକ୍ କରିବାକୁ ଚେଷ୍ଟା କରୁଛନ୍ତି ।  ଆଜି ଆପଣ ନିଜ ରାଗଉପରେ ନିୟନ୍ତ୍ରଣ ରଖିବେ । ଏମିତି କରିଲେ ଆପଣ ସେ ଶାନ୍ତିକୁ ବଜାୟ ରଖିବେ ଯାହାର ଆନନ୍ଦ ଏବେ ପର୍ଯ୍ୟନ୍ତ ନେଉଥିଲେ । ଆପଣଙ୍କୁ ଯେଉଁ କଥା ଆଜି ବଡ଼ ଲାଗୁଛି ସେହିକଥା କାଲି ଛୋଟ ଲାଗିବ । ଆଜି ଶାରୀରିକ ଫୁର୍ତ୍ତି ତଥା ମାନସିକ ଉଲ୍ଲାସ ଏବଂ ଚେତନା ଶକ୍ତିର ଅଭାବ ରହିବ। ସାମାଜିକ ରୂପରେ ଅପମାନ ନ ହେଉ, ଏହାର ଧ୍ୟାନ ରଖିବେ। ଧନହାନି ହେବାର ଆଶଂକା ଅଛି। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ। କାର୍ଯ୍ୟରେ ସଫଳତା ନ ମିଳିବା କାରଣରୁ ନିରାଶା ହୋଇପାରେ।ପ୍ରତିକାର:- ଭୋକିଲା ଲୋକକୁ ନିରାଶ ନକରି ଅନ୍ନଦାନ କରନ୍ତୁ।

କୁମ୍ଭ – ଆଜି ଆପଣଙ୍କର ପରିବାର ସଦସ୍ୟ ନୁହେଁ ନିଜର ସହକର୍ମିଙ୍କ ସହ କଥାବାର୍ତ୍ତା ଓ ବ୍ୟବହାରରେ ସାବଧାନ ରୁହନ୍ତୁ । କିନ୍ତୁ ଗୁରୁତ୍ତ୍ୱପୂର୍ଣ୍ଣ ବିଷୟ ହେଉଛି ଆପଣ ଆପଣଙ୍କର ପରିପକ୍ୱ ମନ ସାହାଯ୍ୟରେ ଅଶୋଭନୀୟ ପରିସ୍ଥିତିରୁ ନିଜକୁ ରକ୍ଷା କରିପାରିବେ । ଆପଣଙ୍କର ଏବଂ ଆପଣଙ୍କ ପରିବାର ମଧ୍ୟରେ ସମସ୍ୟା ଗୁରୁତ୍ୱ ପୂର୍ଣ୍ଣ ଭାବରେ ଚାଲୁଅଛି । ଯଦି ଆପଣଙ୍କର ମଧ୍ୟରେ ଝଗଡା ଚାଲିଥାଏ ଏବଂ କଥାବାର୍ତ୍ତା ମାଧ୍ୟମରେ ସମାଧାନ ନ ହୁଏ ତେବେ ଆପଣ ନିଜ ପରିବାର ଲୋକଙ୍କୁ ଅଧିକ ସମୟ ଦେବା ଉଚିତ ହେବ ।ଆପଣଙ୍କ ଭାବନାତ୍ମକ ଚିନ୍ତାଯୋଗୁଁ ଆପଣ ଆଜି ଅସୁସ୍ଥତା ଅନୁଭବ କରିପାରନ୍ତି। ନୂଆ କାର୍ଯ୍ୟର ପ୍ରାରମ୍ଭ ଆଜି କରନ୍ତୁ ନାହିଁ। ବାଣୀ ଏବଂ ବଚନ ଉପରେ ନିୟନ୍ତ୍ରଣ ରଖିବାକୁ ପରାମର୍ଶ। ଖାଇବା ପିଇବା ଉପରେ ଧ୍ୟାନ ରଖିବେ। ବ୍ୟବସାୟ କ୍ଷେତ୍ରରେ ବିଘ୍ନ ଉପସ୍ଥିତ ହୋଇପାରେ। ପ୍ରତିକାର:- ଗୁଡ଼ ଓ ଗହମ ପିଲାଙ୍କୁ ବାଣ୍ଟନ୍ତୁ।

ମୀନ – ଆଜି ଦିନରେ ପରିବାର ଲୋକମାନଙ୍କ ସହ ଖୁବ୍ ଝଗଡା ହେବାର ସମ୍ଭାବନା ଅଛି । ଏଥିପାଇଁ କଥାବାର୍ତ୍ତା ଆଗରୁ ଖୁବ୍ ସତର୍କ ରହନ୍ତୁ । ହୁଏତ କଥାବାର୍ତ୍ତା କଲାବେଳେ କୌଣସି କାରଣରୁ ଉତ୍ତେଜିତ ହେଇପାରନ୍ତି କିମ୍ବା କ୍ରୋଧାନ୍ନିତ ହେଇପାରନ୍ତି । ଆଜି ଆପଣ କୌଣସି ପ୍ରକାର ମନୋରଞ୍ଜନ କରିବାକୁ ଚ଼ାହୁଁଛନ୍ତି, କିନ୍ତୁ କାର୍ଯ୍ୟଭାର ଆପଣଙ୍କର ରାସ୍ତାରେ ବାଧା ହୋଇଛି ଆପଣଙ୍କୁ ଏ ଦୁଇଟି ମଧ୍ୟରେ ସନ୍ତୁଳନ ରକ୍ଷା କରିବା ଜରୁରୀ । ଆଜିର ଦିନ ଆପଣଙ୍କ ପାଇଁ ଶୁଭ ଫଳଦାୟୀ ଅଟେ। କାର୍ଯ୍ୟ ସିଦ୍ଧି ଏବଂ ଲକ୍ଷ୍ମୀ ପ୍ରାପ୍ତିର ଯୋଗ ଅଛି। ଶାରୀରିକ ଏବଂ ମାନସିକ ରୂପରେ ଆପଣ ଉତ୍ସାହୀ ତଥା ପ୍ରଫୁଲ୍ଲିତ ରହିବେ। ଏଥିପାଇଁ ପ୍ରତ୍ୟେକ କାର୍ଯ୍ୟ କରିବାରେ ଆପଣଙ୍କୁ ଉତ୍ସାହ ମିଳିବ,ପ୍ରତିକାର:- ବୃଦ୍ଧାଙ୍କର ସେବା କରି ଆଶୀର୍ବାଦ ଗ୍ରହଣ କରନ୍ତୁ।

Leave a Reply

Your email address will not be published. Required fields are marked *