March 23, 2024

Odia Express

News For Public

୭ ଜୁଲାଇ ୨୦୧୯ ରବିବାର,ଆଜି ରାଶିଫଳ – ସୂର୍ଯ୍ୟଙ୍କର ହେଲା ମହାସଂଯୋଗ ଏହି ୪ଟି ରାଶି ର ସବୁ ଇଚ୍ଛା ପୁରାଣ ହେବ

1 min read

ମେଷ – ଆପଣ ଏବଂ ଆପଣଙ୍କର ସାଙ୍ଗ ମଧ୍ୟରେ ଥିବା ସମ୍ପର୍କରେ ଅଧିକ ଦୃଢତା ଆସିବ ।ଆପଣଙ୍କ ମଧ୍ୟରେ ଚିନ୍ତାଧାରାରେ ବହୁତ ସାମଞ୍ଜସ୍ୟ ଥିବାରୁ ଏକା ସାଂଗରେ ସମୟ କଟାଇବାକୁ ବହୁତ ଭଲ ଲାଗିବ । ଏହି ସମ୍ପର୍କକୁ ଏହି ଭଳି ବଜାଇ ରଖନ୍ତୁ । ଆଜି ଆପଣ କୌଣସି ପ୍ରତିଯୋଗିତାର ମାନସିକତାରେ ଅଛନ୍ତି । ଜୀବନର କେତେକ କ୍ଷେତ୍ରରେ ଏହା ଠିକ୍, ମାତ୍ର ମନେରଖନ୍ତୁ ଯେ ଆପଣ ଯେମିତି ବେଶି ଉଗ୍ର ମନୋବୃତି ନଆଣନ୍ତି ବିଶେଷତଃ ନିଜ ପରିବାରକୁ ନେଇ ।ଆଜି ଆପଣଙ୍କୁ କାର୍ଯ୍ୟରେ ସଫଳତା ମିଳିବ। ଚାକିରିରେ ସାଥୀ କାର୍ଯ୍ୟକର୍ତାମାନଙ୍କର ସଂପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ। ପରିବାରରେ ଆନନ୍ଦର ବାତାବରଣ ରହିବ। ଶାରୀରିକ ଏବଂ ମାନସିକ ସ୍ଵାସ୍ଥ୍ୟ ଭଲ ରହିବ |ମହିଳା ମିତ୍ର ଲାଭଦାୟକ ପ୍ରମାଣିତ ହେବେ। ପ୍ରାକୃତିକ ସୌଂଦର୍ଯ୍ୟ ସ୍ଥଳକୁ ପର୍ଯ୍ୟଟନ ହେବ। ବୈବାହିକ ସୁଖର ଭରପୂର ଆନନ୍ଦ ପାଇବେ,ପ୍ରତିକାର :- ଗୋଟାମୁଗ ମନ୍ଦିରରେ ଦାନ କରନ୍ତୁ।

ବୃଷ – ଆଜି ଆପଣ ବନ୍ଧୁଙ୍କ ସହିତ ଝଗଡ଼ା କରିବା ଦ୍ୱାରା ଚ଼ିନ୍ତାରେ ପଡ଼ିଯିବେ । ଏହି କଥା ପାଇଁ ଆପଣଙ୍କୁ ବହୁତ ଆଶ୍ଚର୍ଯ୍ୟ ଲାଗିବ ଏବଂ ବହୁତ ବୁଦ୍ଧିର ସହିତ ଆପଣଙ୍କୁ ଏହି ପରିସ୍ଥିତିକୁ ସମ୍ଭାଳିବା ପାଇଁ ପଡ଼ିବ । ଆଜି କାଲି ଅଧ୍ୟୟନସମୟ ଦୀର୍ଘ ହୋଇଥିବାରୁ ପିଲାମାନେ ପାଠପଢାପ୍ରତି ଏକ ବିରକ୍ତି ଭାବ ଆସିପାରେ କିନ୍ତୁ ଏସବୁମଧ୍ୟରେ ସମତୁଲତାର ସହ ସାମାଜିକ ଏବଂ ବୈଧିକ ଜୀବନକୁ ବିକାଶ କରନ୍ତୁ ଓ ଅନ୍ୟାନ୍ୟ ସବୁ ଉତ୍ତମ ହେବ । ହୃଦୟର କୋମଲତା ପ୍ରିୟଜନମାନଙ୍କ ନିକଟକୁ ଆଣିବ। ସ୍ଵଭାବରେ ଭାବୁକତା ଏବଂ କାମୁକତାର ପ୍ରବଳତା ଅଧିକ ହୋଇପା। ସ୍ଵାସ୍ଥ୍ୟ ଦୃଷ୍ଟିରେ ମଧ୍ୟମ ଦିନ ରହିବ। ବିଦ୍ୟାର୍ଥୀ ପାଠପଢ଼ାରେ ଭଲ ପ୍ରଦର୍ଶନ କରିବେ,ପ୍ରତିକାର :- ଜନ୍ଦା ପିମ୍ପୁଡ଼ି ଙ୍କ ପାଇଁ ଗୁଡ଼ ରଖନ୍ତୁ

ମିଥୁନି – ଆପଣ ହଠାତ୍ ଏମିତି ଜଣେ ବ୍ୟକ୍ତି ସହ ଦେଖାହୋଇପାରନ୍ତି ଯିଏ ଆପଣଙ୍କୁ ବ୍ୟବସାୟିକ କିମ୍ବା ଆପଣଙ୍କର ଜୀବନ ସମ୍ବନ୍ଧୀୟ ଉପଦେଶ ଦେବେ । ନିଜର ଗୁରୁଜନମାନଙ୍କ ପାଖରୁ ଉପଦେଶ ନିଅନ୍ତୁ କାରଣ ସେମାନଙ୍କ ଅନୁଭବ ଆପଣଙ୍କୁ ବହୁତ ଲାଭବାନ କରାଇବ । ଆଜି ଆପଣ ନିଜର ଉଗ୍ରସଭାବକୁ ନିୟନ୍ତ୍ରଣ ମଧ୍ୟରେ ରଖନ୍ତୁ, ନ ହେଲେ ଅନ୍ୟ ମାନେ ଆପଣଙ୍କ ଠାରୁ ଦୂରେଇ ଯିବେ । ଆପଣ ଜୀବନରେ କୌଣସି ଘଟଣାକୁ ନେଇ ଆପଣ ବ୍ୟସ୍ତ ହୋଇ ପଡ଼ୁଛନ୍ତି । ତଥାପି ନିଜକୁ ଶାନ୍ତ ରଖନ୍ତୁ ।କାର୍ଯ୍ୟଭାର ସଫଳତା ସହିତ ଯଶ ମଧ୍ୟ ମିଳିବ। ପାରିବାରିକ ସଦସ୍ୟମାନଙ୍କ ସହିତ ପ୍ରେମପୂର୍ଣ୍ଣ ବ୍ୟବହାର ରହିବ। ଚାକିରି ବ୍ୟବସାୟର ସ୍ଥଳ ଉପରେ ସହକର୍ମୀ ଗଣ ଆପଣଙ୍କୁ ସହାୟକ ହେବେ,ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

କର୍କଟ – ଆଜି ଆପଣଙ୍କ ଆତ୍ମିୟମାନେ ଆପଣଙ୍କୁ ସାହାଯ୍ୟ  କରିବେ । ସେମାନଙ୍କ ଛୋଟ ଛୋଟ ଚ଼େଷ୍ଟା ଆପଣଙ୍କ ମନକୁ ଛୁଇଁଯିବ । ସେମାନଙ୍କ ସାହାଯ୍ୟ ଏବଂ ଭଲ ପାଇବା ଯୋଗୁଁ ଆପଣ ସେମାନଙ୍କୁ କୃତଜ୍ଞତା ଜଣାଇବେ । ବୋଧହୁଏ ଆଜି ଆପଣଙ୍କୁ ନିଜ ଆଖପାଖ ଲୋକଙ୍କ ପାଇଁ ନିରାଶ ହେବାକୁ ପଡ଼େ । ହୁଏତ ଏହାର କାରଣ ଆପଣଙ୍କୁ ତାଙ୍କଠାରୁ ଅଧିକ ଆଶା ରଖିବାକୁ ପଡ଼ିବ । ଏହାହିଁ ସତ୍ୟ ଯେ ଆମକୁ କାହାଠାରୁ ଅଧିକ ଆଶା ନ ରଖିବା ଉଚ଼ିତ୍ ।ଚିନ୍ତାର ବୋଝରେ ଆଶ୍ୱସ୍ଥି ଅନୁଭବ ହେବାରେ ଫୁର୍ତ୍ତି ଏବଂ ଉତ୍ସାହ ଅନୁଭବ କରିବେ। ପରିଜନମାନଙ୍କୁ ବିଶେଷ ଧ୍ୟାନ ଦେବେ। ମିତ୍ରମାନଙ୍କ ସହିତ ଯାତ୍ରାର ଆୟୋଜନ ହେବ,ପ୍ରତିକାର : ଗାଈକୁ ରୁଟି ଓ ଗୁଡ଼ ଖାଇବାକୁ ଦିଅନ୍ତୁ

ସିଂହ – ଆଜି ଆପଣଙ୍କ କାହାସହ ନୂଆ ସମ୍ପର୍କର ସ୍ଥାପନା ହୋଇପାରେ । ଦେଖନ୍ତୁ ଏ ସମ୍ପର୍କ ଆପଣଙ୍କୁ କେଉଁଠି ନେଇଯାଇଛି । ଏହା ସହ ସେ ବ୍ୟକ୍ତିଙ୍କୁ କୃତଜ୍ଞତା ଜଣାନ୍ତୁ ଯେ ଆପଣଙ୍କୁ ମାର୍ଗ ଦେଖାଇଛନ୍ତି । ଆଜିର ଦିନ ନୂଆ ବନ୍ଧୁ କରିବାର ଦିନ ଅଟେ । ସେମାନଙ୍କ ଅନୁଷ୍ଠାନରେ ଭାଗ ନିଅନ୍ତୁ ଏବଂ ନୂଆ ବନ୍ଧୁ ସୃଷ୍ଟି କରନ୍ତୁ । ଆପଣ କିଛି ନୂଆ ବନ୍ଧୁ କରି ପାରିବେ । କାହାକୁ ବା ଜଣା ଆପଣଙ୍କ ପାଇଁ କୌଣସି ନୂଆ ସୁଯୋଗର ଦ୍ୱାର ଖୋଲି ପାରେ ।କାର୍ଯ୍ୟଭାର ଏବଂ ମାନସିକ ଚିନ୍ତାରେ ଆଶ୍ୱସ୍ତି ପାଇକରି ମିତ୍ରମାନଙ୍କ, ସମ୍ବନ୍ଧିମାନଙ୍କ ସହିତ ଖୁସି ପୂର୍ବକଆଜିର ଦିନ ବ୍ୟତୀତ କରିବେ। ବିପରୀତ ଲିଂଗ ବ୍ୟକ୍ତିମାନଙ୍କ ପ୍ରତି ଆକର୍ଷଣ ଅନୁଭବ କରିବେ। ଉତ୍ତମ ବୈବାହିକ ସୁଖ ପ୍ରାପ୍ତ ହେବ,ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କନ୍ୟା – ଆଜି ଆପଣଙ୍କୁ ଆପଣଙ୍କ ପରିବାରର ପୂରା ସହଯୋଗ ମିଳିବ । ଯଦି ଆପଣ କୌଣସି ଅସୁବିଧାରେ ପଡୁଛନ୍ତି , ତେବେ ଆପଣ ନିଜର ଲୋକମାନଙ୍କ ସାହାଯ୍ୟ ନିଅନ୍ତୁ । ଆପଣ ଯେକୌଣସି ପ୍ରକାର ସାହାଯ୍ୟ ଚାହୁଁଛନ୍ତି ଆପଣଙ୍କୁ ମିଳିପାରିବ । ସେଥିପାଇଁ ସାହାଯ୍ୟ ମାଗିବାକୁ କୁଣ୍ଠା ପ୍ରକାଶ କରନ୍ତୁ ନାହିଁ । ଆଜି ଆପଣ କୌଣସି ଉତ୍ସବ ପାଇଁ ପ୍ରସ୍ତୁତ ହୋଇଯାଆନ୍ତୁ । ବନ୍ଧୁ ଏବଂ ସମ୍ପର୍କୀୟ ମାନେ ମିଶି ବହୁତ ମଜା କରିବେ ,ଯାହା ଆପଣଙ୍କ ସ୍ମୃତିରେ ସବୁଦିନ ପାଇଁ ଅଭୂଲା ହୋଇଯିବ ।ଆଜିର ଦିନଟି ପରସ୍ପର ସହିତ ବହୁତ ଖୁସି କରିବାର ଦିନ ।ଶାରୀରିକ ଏବଂ ମାନସିକ ସ୍ଵାସ୍ଥ୍ୟ ଭଲ ରହିବ। ବ୍ୟବସାୟ କିମ୍ବା ବ୍ୟାପାରରେ ଆପଣ ଉତ୍ସାହ ପୂର୍ବକ କାର୍ଯ୍ୟ କରିବେ। ପ୍ରମୋଶନର ପ୍ରସଂଙ୍ଗ ହୋଇପାରେ। ସରକାରୀ କାର୍ଯ୍ୟ ସରଳତା ପୂର୍ବକ ସଂପନ୍ନ ହେବ, ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ତୁଳା – ଆଜି ଆପଣ ସେମାନଙ୍କୁ ଜଣାଇଦେବେ ଯେ ଆପଣ ସେମାନଙ୍କ ସାହାଯ୍ୟ କିପରି ଗ୍ରହଣ କରିଛନ୍ତି ଏବଂ ସବୁବେଳେ ଆପଣ ସେମାନଙ୍କ ବ୍ୟତିତ ଅନ୍ୟ କାହାର ସାହାଯ୍ୟ ଆବଶ୍ୟକ ହେଲେ ଆପଣ ସାହାଯ୍ୟ କରିବାକୁ ପଛାନ୍ତୁ ନାହିଁ । ଆଜି ଆପଣଙ୍କୁ ନିଜର ବିଚ଼ାରକୁ ସ୍ପଷ୍ଟତାରେ ଅଭିବ୍ୟକ୍ତ କରିବା ପାଇଁ ଚ଼େଷ୍ଟା କରିବା ଉଚ଼ିତ୍ । ଆପଣ ବହୁତ ଭଲ ବିଚ଼ାରରେ ଭର୍ତି ଅଛନ୍ତି କିନ୍ତୁ ଏ ବିଚ଼ାର ନିଜର ସହତ୍ତ୍ୱ ହଜାଇ ଦେବେ ଯଦି ଆପଣ ତାକୁ ଠିକ୍ ଭାବରେ ବ୍ୟକ୍ତ ନକରିପାରିବେ ।ଅଧିକ ଭାବୁକ ରହିବେ, କୌଣସି କଥାରେ ଅସୁବିଧା ହୋଇପାରେ। ମା’ ଙ୍କର ସ୍ୱାସ୍ଥ୍ୟକୁ ନେଇକରି ଚିନ୍ତିତ ହୋଇପାରନ୍ତି। ବାହନ ଚଳାଇବା ସମୟରେ ସାବଧାନ ରହିବେ,ପ୍ରତିକାର-ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ବିଛା – ଆପଣଙ୍କୁ ଆପଣଙ୍କ ଦଳର ସମର୍ଥନ ମିଳିପାରିବ ,ଯଦି ଆପଣ ନିଜର ବିଚାରକୁ ସେମାନଙ୍କ ଆଗରେ ବ୍ୟକ୍ତ କରିବେ । ଆପଣ ନିଜେହିଁ ସବୁକାମ କରି ପାରିବେ କିନ୍ତୁ ନିଜ କାର୍ଯ୍ୟକୁ ଦଳ ମଧ୍ୟରେ ସମାନ ପରିମାଣରେ ଭାଗକରି ଦିଅନ୍ତୁ । ଆଜି ଆପଣ ପରିବାରର ଲୋକଙ୍କୁ ଏବଂ ବନ୍ଧୁ ମାନଙ୍କୁ ସେମାନଙ୍କର ସାହାଯ୍ୟ ପାଇଁ ପ୍ରଶଂସା କରିବେ । ସେମାନଙ୍କୁ ସେମାନଙ୍କର ସାହାଯ୍ୟ ପାଇଁ ଧନ୍ୟବାଦ ଅବସ୍ୟ ଦିଅନ୍ତୁ । ଏହା ଆପଣଙ୍କର ସମ୍ପର୍କ ଏବଂ ଶରୀର ପାଇଁ ଲାଭଦାୟକ ହେବ ।ଆଳସ୍ୟ, ଏବଂ ଚିନ୍ତାରେ କାର୍ଯ୍ୟର ଉତ୍ସାହ କମ ହେବ। ସନ୍ତାନଙ୍କୁ ନେଇକରି ଚିନ୍ତିତ ହୋଇପାରନ୍ତି। କାର୍ଯ୍ୟକ୍ଷେତ୍ରରେ ଅଧିକାରୀବର୍ଗଙ୍କର ନକାରାତ୍ମକ ବ୍ୟବହାର ଆପଣଙ୍କ ଭିତରେ ହତାଶା ସୃଷ୍ଟି କରିପାରେ,ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

ଧନୁ – ଆଜି ଘରେ ବହୁତ କୋଳାହଳମୟ ପରିବେଶ ହେବ । ଘରେ ଏକା ସାଙ୍ଗରେ ବହୁତ କାର୍ଯ୍ୟ ହେବ । ଆଜି ଆପଣଙ୍କ ଘରକୁ ବିଦେଶରୁ ଅତିଥି ଆସି ପାରନ୍ତି । ଆପଣ ନିଜର ସବୁ ସମସ୍ୟାକୁ ଗୋଟିଏ ପଟେ ରଖି ନିଜ ସାଙ୍ଗ ସାଥିଙ୍କ ସହିତ ମଜ୍ଜା କରନ୍ତୁ । ଆଜି ଆପଣଙ୍କୁ ଏଇଟା ଶିଖିବା ଆବଶ୍ୟକ ଅଟେ କି ଆପଣ ଅନ୍ୟମାନଙ୍କ ସାମନାରେ ନିଜକୁ କିପରି ଭଲ ଭାବରେ ଅଭିବ୍ୟକ୍ତ କରିବାକୁ ପଡ଼ିବ କାରଣ ଅନ୍ୟ ଲୋକ ସେଇଟା ବୁଝିବେ ଯେଉଁଟାକି ଆପଣ ତାଙ୍କୁ ବୁଝାଇବା କୁ ଚ଼ାହୁଁଛନ୍ତି । ଦିନ ଆନନ୍ଦଦାୟକ ରହିବ, ଉପହାର ଏବଂ ଲାଭରେ ଖୁସି ମିଳିବ। ଉଚ୍ଚ ପଦାଧିକାରୀ ଖୁସି ରହିବାରୁ ପ୍ରମୋଶନର ସମ୍ଭାବନା ବଢ଼ିବ। ମହିଳା ମିତ୍ର ଲାଭଦାୟକ ପ୍ରମାଣିତ ହେବେ,ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ

ମକର – ଆଜି ଆପଣଙ୍କର କରିବାର ଲୋକଙ୍କ ପାଇଁ ଖୁସିର ଦିନ ଅଟେ କାରଣ ଆପଣ ଆଜି ସେମାନଙ୍କ ସହିତ ସମୟ କଟାଇବେ । କରିବାରର ସମସ୍ତେ ଏକ ହେବାର ଏବେ ସମୟ ଅଟେ । ବୋଧହୁଏ ଆପଣ ପାହାରକୁ ବୁଲିବାକୁ କିମ୍ବା ଚ଼ଳଚ୍ଚିତ୍ର ଦେଖିବାକୁ ଯାଇପାରନ୍ତି । ଆପଣଙ୍କ ପରିବାର ଲୋକଙ୍କ ପାଇଁ ଆଜି ଆପଣ ଖୁସି ଓ ଗର୍ବ ଅନୁଭବ କରିବେ । ଆଜି ଆପଣଙ୍କୁ କୌଣସି ପରିବାର ଲୋକଙ୍କ ସହିତ ଜଡ଼ିତ ଶୁଭ ସମାଚ଼ାର ଆପଣଙ୍କୁ ବହୁତ ଖୁସି ଦେବ । ନିଜ ପରିବାର ଲୋକଙ୍କ ସହିତ ସେମାନଙ୍କ ଖୁସିରେ ଆପଣ ସାମିଲ ହୁଅନ୍ତୁ ।ଆଜି ଆପଣଙ୍କ କାର୍ଯ୍ୟ ସରଳତା ପୂର୍ବକ ସମ୍ପୂର୍ଣ୍ଣ ହେବ। ମାନ-ସମ୍ମାନରେ ବୃଦ୍ଧି ହେବ। ଅଫିସ୍ ଉଚ୍ଚ ପଦାଧିକାରିମାନଙ୍କ ତରଫରୁ ପ୍ରୋତ୍ସାହନ ମିଳିବାର ଉପରେ ଆପଣଙ୍କ ଆତ୍ମବିଶ୍ଵାସ ବଢ଼ିବ,ପ୍ରତିକାର- ଭିକାରୀକୁ ନିରାଶ କରିବେ ନାହିଁ।

କୁମ୍ଭ – ଆପଣଙ୍କୁ ଯେଉଁ କାର୍ଯ୍ୟ କରିବାକୁ କୁହାଯାଇଛି ସେ କାର୍ଯ୍ୟପୂରା ମନଯୋଗ ଦେଇ କରନ୍ତୁ । କାରଣ ଆପଣଙ୍କ ପରିବାର ଏହା ବଦଳରେ ଆପଣଙ୍କୁ ସବୁଦିନ ସାହାଯ୍ୟ କରିବ ଏହି ସମୟରେ ହୁଏତ ଆପଣଙ୍କ ପରିବାର ଆପଣଙ୍କ ପାଖରୁ କିଛି ଆଶା କରୁଛି । ଆଜି ଆପଣଙ୍କ ଘରେ କୌଣସି ସାମାଜିକ ଅନୁଷ୍ଠାନ ହୋଇପାରେ । ଏହା ଆପଣଙ୍କୁ ଏକ ଅବଶର ମିଳିବ । ସବୁ ଦୁଃଖ, ଚ଼ିନ୍ତା ଭୂଲି ନିଜ ପରିବାରର ଲୋକଙ୍କ ସହିତ ସମୟ କାଟିବା ପାଇଁ ଆପଣ ଏଥି ପାଇଁ ନିଜକୁ ସତେଜ ଅନୁଭବ କରିବେ ।ଚିନ୍ତାର ଭାରରେ ସ୍ଵାସ୍ଥ୍ୟକୁ ହାନି ପହଁଞ୍ଚାଇପାରେ। ବାଦ-ବିବାଦରେ କାହା ସହିତ ସଂଘର୍ଷ ହୋଇପାରେ, ବାଣୀ ଉପରେ ନିୟନ୍ତ୍ରଣ ରଖିବେ। କୋର୍ଟ-କଚେରୀ କାର୍ଯ୍ୟରେ ସାବଧାନପୂର୍ବକ ପଦକ୍ଷେପ ଉଠାନ୍ତୁ,ପ୍ରତିକାର : ଅସହାୟ ଓ ବିଧବାଙ୍କର ସେବାକରି ଆଶୀର୍ବାଦ ଭିକ୍ଷା କରନ୍ତୁ।

ମୀନ – ଆଜି ଆପଣ ଆପଣଙ୍କ ସାଙ୍ଗର ସାନିଧ୍ୟ ଲାଭ କରିବେ ।ଆଜିର ଦିନ ବହୁତ ଖୁସି କରିବାର ଦିନ ଅଟେ । ସମୟର ତାଳେ ତାଳେ ଏହି ସମ୍ପର୍କ ଆହୁରି ମଜବୁତ ହେବ । ଆଜି ଦିନରେ ସ୍ମରଣୀୟ ମୂହୁର୍ତ୍ତ ଆପଣଙ୍କ ସାଂଗରେ ସବୁବେଳେ ରହିବ । ଆପଣ ଖେଳିବା କିମ୍ବା ଚଳଚ୍ଚିତ୍ର ଦେଖିବାପାଇଁ ଚାହୁଁଥିଲେ ମଧ୍ୟ ଏହା ଆପଣଙ୍କର ପଢିବାର ସମୟ । ଆଜି ଆପଣଙ୍କ ମନ କିଛିଟା ବିଚଳିତ ରହିବ ,ମାତ୍ର ଆପଣ ନକାରାତ୍ମକତାରୁ ଧ୍ୟାନ ହଟାଇ ପଢାରେ ମନ ଦେବା ଉଚିତ ।ଶାରୀରିକ-ମାନସିକ ସୁଖ ମିଳିବ। ସନ୍ତାନମାନଙ୍କର ତରଫରୁ ଶୁଭ ସମାଚାର ମିଳିବ। ଦାମ୍ପତ୍ୟଜୀବନରେ ଜୀବନସାଥୀ ପ୍ରତି ବିଶେଷ ଆକର୍ଷଣ ଅନୁଭବ କରିବେ,ପ୍ରତିକାର :- ପଙ୍ଗୁ ଭିକାରୀଙ୍କୁ ଖାଇବାକୁ ଦିଅନ୍ତୁ

Leave a Reply

Your email address will not be published. Required fields are marked *