April 12, 2024

Odia Express

News For Public

୧୨ ଜୁଲାଇ ୨୦୧୯ ଶୁକ୍ରବାର,ଆଜିର ରାଶିଫଳ – କେମିତି କଟିବ ଆଜି ଆପଣଙ୍କ ଦିନ – ଜଗନ୍ନାଥଙ୍କ କୃପା ରହିବ ଏହି ୩ଟି ରାଶି ଉପରେ

1 min read

ମେଷ : ଆଜି ଆପଣ ନିଜର ସୀମାଠାରୁ ବାହାରକୁ ଆସି କୌଣସି ପ୍ରକାରର ବିପଦ ଉଠାଇବାକୁ ଚ଼ାହିଁବେ । ଆପଣ ନିଜ ଜୀବନରେ ବହୁତ କିଛି ଜିନିଷ ଆଗକୁ ବଢ଼ାଇବାକୁ ଚ଼ାହିଁବେ,ଯେପରିକି ଆପଣଙ୍କର ସମ୍ପର୍କ ଏବଂ ବ୍ୟବସାୟ ଇତ୍ୟାଦି ।  ଆଜ ଦିନ ଭଲ ଅଛି, ଆପଣ କାହା ସହିତ ଅଧିକ ବାଦ-ବିବାଦ କରନ୍ତୁ ନାହିଁ, ତାହାହିଁ ଆପଣଙ୍କ ପାଇଁ ହିତକର ହେବ। ଧାର୍ମିକ କାର୍ଯ୍ୟଗୁଡ଼ିକରେ ଏବଂ ଉପାସନାର ପଛରେ ଧନ ଖର୍ଚ୍ଚ ହୋଇପାରେ। ପରିଜନମାନଙ୍କ ସହିତ ମନମାଳିନ୍ୟ ନହେଉ ସେଥିପାଇଁ ବାଣୀକୁ ନିୟନ୍ତ୍ରିତ ରଖିବେ। ମଧ୍ୟାହ୍ନ ପରେ ପ୍ରସନ୍ନତା ଅନୁଭବ କରିବେ। ଶାରୀରିକ ରୂପରେ ଆପଣ ସୁସ୍ଥ ରହିବେ। ଭାଗ୍ୟ ବୃଦ୍ଧିର ଯୋଗ ଅଛି। ପ୍ରିୟଜନମାନଙ୍କ ସହିତ ମେଳ-ମିଳାପ ମନକୁ ଆନନ୍ଦିତ କରିବ।ପ୍ରତିକାର- ଗ୍ରାମ୍ୟ ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ବୃଷ : ଆଜି ଆପଣଙ୍କୁ ଲାଗିବ ଯେ ଆପଣ ବହୁତ ଭାଗ୍ୟଶାଳୀ ଅଟନ୍ତି । ଆପଣଙ୍କର ଆଖପାଖ ଲୋକଙ୍କୁ ମଧ୍ୟ ଏହାହିଁ ଲାଗିବ । ଆଜି ଆପଣ ନିଜ ପରିବାର ଏବଂ କାର୍ଯ୍ୟାଳୟର ଲୋକମାନଙ୍କ ପାଇଁ ମଧ୍ୟ ଭାଗ୍ୟଶାଳୀ ପ୍ରମାଣିତ ହେବେ । ଆଜି ଆପଣଙ୍କର ଜୀବନ ଶୈଳୀରେ ପରିବର୍ତ୍ତନ ହେବ । ସବୁବେଳେ କାମରେ ବ୍ୟସ୍ତ ନରହି ମିତ୍ର ମାନଙ୍କ ସହିତ ବୁଲିବାକୁ ଯାଆନ୍ତୁ । ପୁରୁଣା ଚ଼ିନ୍ତା ଧାରା ଛାଡ଼ି ନୂଆ ଚ଼ିନ୍ତା ଧାରା ସହିତ ଜୀବନ କଟାନ୍ତୁ । ଆପଣଙ୍କ ସ୍ଵଭାବରେ ଆଜି କିଛି ଅଧିକ ସମ୍ବେଦନଶୀଳତା ରହିବ। କାର୍ଯ୍ୟ ସଫଳତାରେ ମାନସିକ ରୂପରେ ଆପଣ ପ୍ରଫୁଲ୍ଲିତ ରହିବେ। ଯଶ ଏବଂ କୀର୍ତ୍ତିରେ ମଧ୍ୟ ବୃଦ୍ଧି ହେବ। ମା’ ଘର ପଟରୁ ଭଲ ସମାଚାର ପ୍ରାପ୍ତ ହେବ। ଶାରୀରିକ ଏବଂ ମାନସିକ ରୂପରେ ଆପଣ ପ୍ରସନ୍ନତା ଅନୁଭବ କରିବେ। ପାରିବାରିକ ସୁଖ-ଶାନ୍ତି ରହିବ। ଯାତ୍ରା ଏବଂ ପର୍ଯ୍ୟଟନର ସମ୍ଭାବନା ଅଧିକ ଅଛି।ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

ମିଥୁନ : ଆଜି ଆପଣ ବହୁତ ପରିସ୍ଥିତି ସାମନାକରି ନିଜ ସାହସକୁ ବଜାୟ ରଖନ୍ତୁ । ବେଳେ ବେଳେ ଆପଣ ଅନ୍ୟମନସ୍କ କିମ୍ବା ଉତ୍ତେଜିତ ହୋଇପାରନ୍ତି । ଆଜି ଆପଣଙ୍କୁ ବୃଦ୍ଧିମତା ସହିତ କାମ କରିବାକୁ ପଡ଼ିବ । ଆଜି ଆପଣଙ୍କ ଆତ୍ମବିଶ୍ୱାସ ଖୁବ୍ ଉଚ୍ଚରେ ରହିବ । ଆପଣଙ୍କର ଖୁବ୍ କାର୍ଯ୍ୟ ଦକ୍ଷତା ପାଇଁ ପ୍ରଶଂସାଭାଜନ ହୋଇଛନ୍ତି । ଏହି ପ୍ରକାର କାର୍ଯ୍ୟ ଦକ୍ଷତାକୁ ଚ଼ିନ୍ତା କରି ଆପଣ ସମାଧାନ କରିପାରିନଥିବା ସମସ୍ୟାର ସମାଧାନ ପନ୍ଥା ବାହାର କରନ୍ତୁ । ନିଜର ବୌଦ୍ଧିକ ଶକ୍ତିରେ ଲେଖନ କାର୍ଯ୍ୟ ଏବଂ ସୃଜନାତ୍ମକ କାର୍ଯ୍ୟ କରିବାରେ ଆଗକୁ ବଢ଼ିବେ। ଆକସ୍ମିକ ଖର୍ଚ୍ଚର ଯୋଗ ଅଛି। ମଧ୍ୟାହ୍ନ ପରେ କାର୍ଯ୍ୟରେ ସଫଳତା ମିଳିବାରୁ ମାନସିକ ରୂପରେ ଆପଣ ପ୍ରସନ୍ନ ରହିବେ। ଆଜି ଯଶ ଏବଂ କୀର୍ତ୍ତି ମଧ୍ୟ ପ୍ରାପ୍ତ ହେବ। ବ୍ୟବସାୟ କ୍ଷେତ୍ରରେ ଆଜି ସହକର୍ମିମାନଙ୍କର ଭଲ ସହଯୋଗ ପ୍ରାପ୍ତ କରିବେ। ପରିବାରର ବାତାବରଣ ଆନନ୍ଦପୂର୍ଣ୍ଣ ରହିବ।ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

କର୍କଟ: ଆଜି ଯେଉଁ ପର୍ଯ୍ୟନ୍ତ ଆପଣଙ୍କର ବ୍ୟବସାୟିକ ଉଦ୍ଦେଶ୍ୟର ପ୍ରଶ୍ନଅଛି ତେବେ ଆପଣଙ୍କର ରାଶି ଭଲ ରହିବ । ଆପଣଙ୍କୁ ଏହି ଜୀବନରେ ସବୁକିଛି ମିଳିପାରିବ ଯଥା ସାଙ୍ଗ, ସାଥୀ, ପରିବାର, ପଇସା ଏବଂ ସଫଳତା । ଆଜି ଆପଣ ହଠାତ୍ କୌଣସି ପୁରୁଣା ବନ୍ଧୁଙ୍କ ସହିତ ଭେଟ ହେବ ଯାହାଦ୍ୱାରା ଆପଣ ବହୁତ ଖୁସି ହେବେ । ଆଜି ଆପଣ ପୁରୁଣା ବନ୍ଧୁଙ୍କ ସହିତ ପୁରୁଣା ସ୍ମୃତି ସବୁମନେ ପକାଇପାରନ୍ତି । ଆଜି ବିଦ୍ୟାର୍ଥିମାନଙ୍କ ପାଇଁ ଦିନ ଅନୁକୂଳ ଅଟେ। ସ୍ଵଭାବର ଦୂରପଣ ଛାଡ଼ିକରି ଆଗକୁ ବଢ଼ିବେ ତେବେ ଅନେକ ସମସ୍ୟାର ନିରାକରଣ ହେବାପରି ଦେଖାଯିବ। ନୂଆ ବସ୍ତ୍ରାଭୂଷଣ ତଥା ପ୍ରସାଧନ ପଛରେ ଧନ ଖର୍ଚ୍ଚ ଅଧିକ ହେବାର ଆଶଂକା ଅଛି। ଆର୍ଥିକ ଯୋଜନା ସରଳ ହେବ। ମଧ୍ୟାହ୍ନ ପରେ ବୈଚାରିକ ସ୍ଥିରତା ରହିବ ନାହିଁ।ପ୍ରତିକାର-ପିତା ମାତାଙ୍କ ଆଜ୍ଞା ପାଳନ କରନ୍ତୁ।

ସିଂହ: ଆଜି ଆପଣ ନିଜର ଖରାପ ବ୍ୟବହାରକୁ ଛାଡ଼ି ଭଲ ବ୍ୟବହାରକୁ ସ୍ୱୀକାର କରିବା ଉଚ଼ିତ୍ । ଆଜି ଆପଣ ନିଜ ସମ୍ପର୍କ ଉପରେ ମଧ୍ୟ ନଜର ରଖିବେ ଏବଂ ତାଙ୍କୁ ଆହୁରୀ ଉଚ୍ଚାରେ ପହଁଞ୍ଚାଇବାକୁ ଭାବିବେ । ଆଜିର ଦିନ ଆତ୍ମବିଶ୍ୱାସତାର ଦିନ ଅଟେ । ଆଜି ଆପଣ ନିଜ ବୁଦ୍ଧିକୁ ନିଜେ ଆର୍କଷିତ କରିବେ । ଗୋଟିଏ ଭଲ ବିଷୟ ପ୍ରତି ଆପଣଙ୍କର ଅଧିକ ରୁଚ଼ି ବଢ଼ିବ । ଏହି ପ୍ରକାର ଅଲଗା ଅଲଗା ବିଷୟରେ ନିଜର ଜ୍ଞାନ ବଢ଼ାଇବା ଦ୍ୱାରା ଆପଣଙ୍କୁ ଲାଭ ହେବ | ଶାରୀରିକ ଏବଂ ମାନସିକ ସ୍ଵାସ୍ଥ୍ୟ ଆଜି ଭଲ ରହିବ। ପରିଜନମାନଙ୍କ ସହିତ ଯାତ୍ରାର ଆୟୋଜନ ହେବ। ଛୋଟ ଯାତ୍ରାର ଯୋଗ ଅଛି। ମିତ୍ରମାନଙ୍କ ଏବଂ ସ୍ଵଜନମାନଙ୍କ ସହିତ ଆନନ୍ଦ ପୂର୍ବକ ସମୟ କଟିବ। ମଧ୍ୟାହ୍ନ ପରେ ଆପଣ ଶାରୀରିକ ଏବଂ ମାନସିକ ରୂପରେ ବ୍ୟଗ୍ରତା ଅନୁଭବ କରିବେ। ସୌନ୍ଧର୍ଯ୍ୟ-ପ୍ରସାଧନ, ଘରର ସାଜସଜ୍ଜା ଏବଂ ମନୋରଞ୍ଜନର ସାଧନ କ୍ରୟ କରିବେ।ପ୍ରତିକାର- ଗାଈକୁ କିଛି ଖାଦ୍ୟ ଦିଅନ୍ତୁ।

କନ୍ୟା : ଆଜି ପାଇଁ ଆପଣଙ୍କର ମୂଳମନ୍ତ୍ର ଅଟେ ବିଶ୍ୱାସ, ଆପଣଙ୍କୁ ଏହା ଜାଣିବାକୁ ଉଚ଼ିତ୍ ଯେ ନିଜର ହିଁ ପ୍ରିୟଜନ ଯେକି ଆପଣଙ୍କୁ ଭଲ ପାଆନ୍ତି, ତଥାପି ବିଶ୍ୱାସ କରିବାରେ କୁଣ୍ଠିତ ଅନୁଭବ କରୁଛନ୍ତି କାହିଁକି ? ଆଜି ଆପଣ ସେମାନଙ୍କୁ ଜଣାଇଦେବେ ଯେ ଆପଣ ସେମାନଙ୍କ ସାହାଯ୍ୟ କିପରି ଗ୍ରହଣ କରିଛନ୍ତି ଏବଂ ସବୁବେଳେ ଆପଣ ସେମାନଙ୍କ ବ୍ୟତିତ ଅନ୍ୟ କାହାର ସାହାଯ୍ୟ ଆବଶ୍ୟକ ହେଲେ ଆପଣ ସାହାଯ୍ୟ କରିବାକୁ ପଛାନ୍ତୁ ନାହିଁ । ଲକ୍ଷ୍ମୀଙ୍କର କୃପା ଆପଣଙ୍କ ଉପରେ ବର୍ଷିବ। ସାମାଜିକ ରୂପରେ ଯଶ ଏବଂ କୀର୍ତ୍ତି ବୃଦ୍ଧି ହେବାର ସମ୍ଭାବନା ଅଛି। ବ୍ୟାପାରରେ ଲାଭ ହେବ। ବିବାହ ଉତ୍ସୁକ ଲୋକଙ୍କର ବିବାହର ଆୟୋଜନ ସଫଳତା ପୂର୍ବକ ହେବ। ମଧ୍ୟାହ୍ନ ପରେ ସ୍ଵାସ୍ଥ୍ୟ ବିଗିଡ଼ି ପାରେ, ଏହାର ଧ୍ୟାନ ରଖିବେ। ପୁଞ୍ଜି ନିବେଶ କରିବା ପୂର୍ବରୁ ଥରେ ଭଲଭାବରେ ଭାବି ନିଅନ୍ତୁ। ପରିଜନମାନଙ୍କର ସହିତ ବିରୋଧ ହୋଇପାରେ, ସେଥିପାଇଁ ବାଣୀ ଉପରେ ନିୟନ୍ତ୍ରଣ ରଖିବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ତୁଳା: ଆଜି ଆପଣ ନିଜର ଅଟକି ଥିବା କାମ ଗୁଡ଼ିକୁ ପୂରା କରିବା ପାଇଁ ଚ଼େଷ୍ଟା କରନ୍ତୁ । ଆଜି ଆପଣ ଭଲ ପରିଣାମ ଉପରେ ଧ୍ୟାନ ଦେବେ । ଆଜି ଆପଣ ପୂରା ଜୋରସୋରରେ ନିଜ କାମ ଆରମ୍ଭ କରନ୍ତୁ । ଆଜି ଆପଣ ଏମିତିହିଁ ଗପିବା ସମୟରେ ନିଜର ଶବ୍ଦଗୁଡ଼ିକୁ ବୁଝି ବିଚ଼ାରକରି କହିବେ । ଆପଣ କାହାକୁ କ`ଣ କହୁଛନ୍ତି ଏଥି ପ୍ରତି ଧ୍ୟାନ ଦିଅନ୍ତୁ । ଆପଣଙ୍କର ଶବ୍ଦଗୁଡ଼ିକୁ ବୁଲେଇ ଆପଣଙ୍କ ବିରୋଧରେ ବ୍ୟବହାର କରାଯାଇପାରେ । ଧନର ଦେବା-ନେବା, ଅସୁଲି କିମ୍ବା ନିବେଶ କରବା ସମୟରେ ସାବଧାନ ରୁହନ୍ତୁ। କୋର୍ଟ-କଚେରୀର କଥାଗୁଡ଼ିକରେ ସମ୍ଭାଳିକରି ଚାଲିବେ। ବାଣୀ ଏବଂ କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ମଧ୍ୟାହ୍ନ ପରେ ଶାରୀରିକ ଏବଂ ମାନସିକ ସ୍ୱାସ୍ଥ୍ୟରେ ସୁଧାର ହେବ। ବିଶେଷକରି ଧାର୍ମିକ ଏବଂ ଆଧ୍ୟାତ୍ମିକ ପ୍ରବୃତ୍ତିଗୁଡ଼ିକ ପ୍ରତି ଆପଣଙ୍କ ମନ ଲାଗି ରହିବ। ମିତ୍ରମାନଙ୍କ ତରଫରୁ ଉପହାର ପ୍ରାପ୍ତି ହେବ। ପାରିବାରିକ ବାତାବରଣରେ ଆନନ୍ଦ ରହିବ।ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଲଗାନ୍ତୁ।

ବିଚ୍ଛା : ଆଜି ଆପଣଙ୍କୁ ନିଜର ବିଚ଼ାରକୁ ସ୍ପଷ୍ଟତାରେ ଅଭିବ୍ୟକ୍ତ କରିବା ପାଇଁ ଚ଼େଷ୍ଟା କରିବା ଉଚ଼ିତ୍ । ଆପଣ ବହୁତ ଭଲ ବିଚ଼ାରରେ ଭର୍ତି ଅଛନ୍ତି କିନ୍ତୁ ଏ ବିଚ଼ାର ନିଜର ସହତ୍ତ୍ୱ ହଜାଇ ଦେବେ ଯଦି ଆପଣ ତାକୁ ଠିକ୍ ଭାବରେ ବ୍ୟକ୍ତ ନକରିପାରିବେ । ଆଜି ଆପଣଙ୍କର ଆତ୍ମତ୍ଜ୍ଞାନ ଅଧିକ ପରିମାଣରେ ଆଧ୍ୟାତ୍ମିକ ଦିଗରେ ରହିବ । ଆପଣ ନିଜ ଜୀବନରେ ଧର୍ମର ମହତ୍ତ୍ୱକୁ ଜାଣିପାରିବେ । ଆଜି ଆପଣ ଆତ୍ମ ବିଶ୍ଳେଷଣ କରିବେ ଏବଂ ଏଥିପାଇଁ ଏହା ନିଶ୍ଚୟ ସଠିକ ସମୟ । ପ୍ରତିଦ୍ୱନ୍ଦ୍ୱୀମାନଙ୍କ ଏବଂ ଉଚ୍ଚ ଅଧିକାରୀମାନଙ୍କ ସହିତ ବାଦ-ବିବାଦ କରନ୍ତୁ ନାହିଁ। ଆମୋଦ-ପ୍ରମୋଦ ସମ୍ବନ୍ଧିତ ବସ୍ତୁକୁ କିଣିବା ଯୋଗୁଁ କ୍ରେତାଙ୍କର ଖର୍ଚ୍ଚ ଅଧିକ ହେବାର ଆଶଂକା ଅଛି। ବ୍ୟବସାୟ କ୍ଷେତ୍ରରେ ବାତାବରଣ ଭଲ ରହିବ। ମଧ୍ୟାହ୍ନ ପରେ ଶାରୀରିକ ଏବଂ ମାନସିକ ସ୍ଥିତିରେ ଅନୁକୂଳ ପରିବର୍ତ୍ତନ ଆସିବ। ଆପଣଙ୍କ କାର୍ଯ୍ୟରେ ବରିଷ୍ଠ ଅଧିକାରୀ ମଧ୍ୟ ସଂତୁଷ୍ଟ ରହିବେ। ଧନ ପ୍ରାପ୍ତିର ଆଜି ଭଲ ଯୋଗ ଅଛି।ପ୍ରତିକାର- ମନ୍ଦିର ସାମ୍ନାରେ ସାଷ୍ଟାଙ୍ଗ ପ୍ରଣାମ କରନ୍ତୁ।

ଧନୁ: ବୋଧହୁଏ ଆଜି ଆପଣଙ୍କୁ ନିଜ ଆଖପାଖ ଲୋକଙ୍କ ପାଇଁ ନିରାଶ ହେବାକୁ ପଡ଼େ । ହୁଏତ ଏହାର କାରଣ ଆପଣଙ୍କୁ ତାଙ୍କଠାରୁ ଅଧିକ ଆଶା ରଖିବାକୁ ପଡ଼ିବ । ଏହାହିଁ ସତ୍ୟ ଯେ ଆମକୁ କାହାଠାରୁ ଅଧିକ ଆଶା ନ ରଖିବା ଉଚ଼ିତ୍ । ଆଜି ଆପଣ ସମାଜସେବା କରିବାକୁ ମନବଳାଇବେ । ଆଜି ଆପଣ ପଇସା ପତ୍ର କିମ୍ବା ସମୟ ଦେଇ ଆବଶ୍ୟକ କରୁଥିବା ଲୋକଙ୍କ ସାହାଯ୍ୟ କରିବାକୁ ଚ଼େଷ୍ଟା କରିବେ । ଦିନ ସରିଲେ ଆପଣ କାମ ପାଇଁ ବହୁତ ଖୁସି ହେବେ । ଅନୈତିକ କାର୍ଯ୍ୟ ଏବଂ ନକାରାତ୍ମକ ବିଚାରରୁ ଦୂରରେ ରୁହନ୍ତୁ। ବାଣୀ ଉପରେ ନିୟନ୍ତ୍ରଣ ରଖିବେ। ପରିବାରରେ ମନମାଳିନ୍ୟ ହେବାରୁ ଶାରୀରିକ ଏବଂ ମାନସିକ ଅସୁସ୍ଥତା ହୋଇପାରେ, ଧ୍ୟାନ ରଖିବେ। ମଧ୍ୟାହ୍ନ ପରେ ବିଦେଶରୁ ଭଲ ସମାଚାର ପ୍ରାପ୍ତ ହେବ। ବରିଷ୍ଠ ଅଧିକାରୀମାନଙ୍କର ଆପଣଙ୍କ ସହିତ କରାଯାଇଥିବା ବ୍ୟବହାରରେ ଆପଣଙ୍କୁ ଦୁଃଖ ପହଁଚି ପାରେ, ଶେଷରେ ସବୁ ଠିକ ହୋଇଯିବ। ତଥାପି ପ୍ରତିଦ୍ୱନ୍ଦ୍ୱୀମାନଙ୍କ ସହିତ ବାଦ-ବିବାଦରେ ନ ପଡ଼ିବାପାଇଁ ଉପଦେଶ।ପ୍ରତିକାର- ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ।

ମକର : ଆଜି ଆପଣଙ୍କର ହିଁ ଦିନ ,କାରଣ ସମସ୍ତଙ୍କର ଆଖି ଆଜି ଆପଣଙ୍କର ସଫଳତା ଏବଂ ଯୋଗ୍ୟତା ପାଇଁ ଆପଣଙ୍କୁ ନୂଆ ପରିଚ଼ୟ ମିଳିବ । ଆଜି ଆପଣ ନିଜର ପ୍ରିୟଜନଙ୍କ ସହିତ ସମୟ ବିତାଇବେ ।ଏହି ଅବସରର ପୁରା ଲାଭ ଉଠାନ୍ତୁ । ନିଜର ପରିବାର ବର୍ଗଙ୍କୁ ସାହାଯ୍ୟ କରନ୍ତୁ କାରଣ ଯେବେ ଆପଣଙ୍କୁ ତାଙ୍କର ଦରକାର ପଡିବ ସେମାନେ ସବୁବେଳେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ରହିଥିବେ । ସ୍ଵାସ୍ଥ୍ୟ ଦୃଷ୍ଟିରୁ ଆଜି ଆପଣ ଆନନ୍ଦିତ ରହିବେ। ମିତ୍ର ତଥା ସମ୍ବନ୍ଧିମାନଙ୍କ ସହିତ ବୁଲିବାକୁ ଯିବାକୁ ଯୋଜନା ବନାଇବେ ଏବଂ ଆନନ୍ଦପ୍ରଦ ଯାତ୍ରା ମଧ୍ୟ କରି ପାରିବେ। ସାମାଜିକ ରୂପରେ ସମ୍ମାନ ପ୍ରାପ୍ତି ହେବ। ଭାଗିଦାରୀଙ୍କ ସହିତ ଚର୍ଚ୍ଚା ସକାରାତ୍ମକ ହେବ। ମଧ୍ୟାହ୍ନ ପରେ ଆପଣ ମାନସିକ ରୂପରେ ଆଳସ୍ୟ ଅନୁଭବ କରିବେ। ପାରିବାରିକ ବାଦ-ବିବାଦରୁ ବଞ୍ଚିବା ପାଇଁ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ।ପ୍ରତିକାର- ଚଣାଡାଲି ଓ ଗୁଡ ମନ୍ଦିରରେ ଦାନ କରନ୍ତୁ।

କୁମ୍ଭ : ଆଜି ଆପଣଙ୍କର ଭାଗ୍ୟହିଁ ଆପଣଙ୍କୁ ସଫଳତା ଦେବ । ଆଜି ସବୁ କିଛି ଆପଣଙ୍କର ଇଚ୍ଛା ଅନୁସାରେ ହିଁ ହେବ । ଆପଣଙ୍କୁ ଲାଗିବ ସବୁକିଛି ଆପଣଙ୍କ ପରିଶ୍ରମରେ ନହୋଇ ଆପଣଙ୍କ ଭାଗ୍ୟ ଯୋଗୁଁ ହେଉଛି । ଏହି ସୁଯୋଗର ସମ୍ପୁର୍ଣ୍ଣ ରୂପେ ଲାଭ ଉଠାନ୍ତୁ । ଅଯଥା ଭୟଯୋଗୁଁ ନିଜର ମାନସିକ ଅବସ୍ଥାକୁ ବିବ୍ରତ କରନ୍ତୁ ନାହିଁ । ବିନା କାରଣରେ ଭୟଭୀତ ହୁଅନ୍ତୁ ନାହିଁ । ଦୁଃଶ୍ଚିନ୍ତାକୁ ଆପଣେଇବା ଦରକାର ନାହିଁ, ଯୋଉଁଥିପାଇଁ ଆପଣ ଏତେ ଚିନ୍ତାଗ୍ରସ୍ତ ,ତାହା ଭିତ୍ତିହୀନ । ଆଜିର ଦିନ ଶୁଭଫଳଦାୟୀ ଅଟେ। ବ୍ୟବସାୟରେ ସ୍ଥିତି ଅନୁକୂଳ ରହିବ ତଥା ଆପଣଙ୍କ କାର୍ଯ୍ୟର ଉଚିତ ପ୍ରଶଂସା ମଧ୍ୟ ହେବ। ସାମାଜିକ ରୂପରେ ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ। କାର୍ଯ୍ୟ ମଧ୍ୟ ସରଳତାପୂର୍ବକ ସଂପନ୍ନ ହେବ ଏବଂ ଏହି କାର୍ଯ୍ୟଗୁଡ଼ିକରେ ଲାଭ ମଧ୍ୟ ହେବ। ଦାମ୍ପତ୍ୟଜୀବନରେ ଆମୋଦ-ପ୍ରମୋଦ ରହିବ। ନୂଆ କାର୍ଯ୍ୟ ଗୁଡ଼ିକର ଆୟୋଜନ କରିବା ପାଇଁ ସମୟ ଭଲ ଅଟେ। ସାମାଜିକ ଏବଂ ଆର୍ଥିକ ଦୃଷ୍ଟିରୁ ଲାଭ ମିଳିବାର ଯୋଗ ଅଛି।ପ୍ରତିକାର- ଭିକାରୀକୁ ନିରାଶ କରିବେ ନାହିଁ।

ମୀନ : ଆଜି ଆପଣ ନିଜର ଜୀବନକୁ ବଦଳାଇବାକୁ ଚ଼ାହିଁବେ । ଏହି ସମୟଟି ସଠିକ୍ ନିର୍ଣ୍ଣୟ ନେବାର ସମୟ ଅଟେ । ସମସ୍ୟା ଗୁଡ଼ିକୁ ପରିହାର କରିଲେ ତାହାର ଉପାୟ ବାହାରିବ ନାହିଁ । ଆପଣ ଏବଂ ଆପଣଙ୍କର ସାଙ୍ଗ ମଧ୍ୟରେ ଥିବା ସମ୍ପର୍କରେ ଅଧିକ ଦୃଢତା ଆସିବ ।ଆପଣଙ୍କ ମଧ୍ୟରେ ଚିନ୍ତାଧାରାରେ ବହୁତ ସାମଞ୍ଜସ୍ୟ ଥିବାରୁ ଏକା ସାଂଗରେ ସମୟ କଟାଇବାକୁ ବହୁତ ଭଲ ଲାଗିବ । ଏହି ସମ୍ପର୍କକୁ ଏହି ଭଳି ବଜାଇ ରଖନ୍ତୁ । ଆଜି ସାଂସାରିକ ବିଷୟଗୁଡ଼ିକ ଛାଡ଼ି ଆଧ୍ୟାତ୍ମିକ ବିଷୟ ଆଡ଼କୁ ଆପଣ ବେଶୀ ଢଳିବେ। କୌଣସି ନକାରାତ୍ମକ ଭାବନାକୁ ମହତ୍ଵ ନ ଦେଇକରି ମାନସିକ ରୂପରେ ସୁସ୍ଥ ରହିବାକୁ ଚେଷ୍ଟା କରନ୍ତୁ। ଶାରୀରିକ ପ୍ରଫୁଲ୍ଲତା ଏବଂ ମାନସିକ ପ୍ରସନ୍ନତା ରହିବ। ମଧ୍ୟାହ୍ନ ପରେ ଆପଣ ଧାର୍ମିକ କାର୍ଯ୍ୟଗୁଡ଼ିକ ପ୍ରତି ଆକର୍ଷିତ ହେବେ। ଗୃହସ୍ଥ ଜୀବନ ଶାନ୍ତିପୂର୍ଣ୍ଣ ରହିବ। ଧନ ଲାଭ ହେବାର ସମ୍ଭାବନା ମଧ୍ୟ ଅଛି।ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

Leave a Reply

Your email address will not be published. Required fields are marked *