March 29, 2024

Odia Express

News For Public

୨୬ ଜୁଲାଇ ୨୦୧୯ ଶୁକ୍ରବାର,ଆଜିର ରାଶିଫଳ – କେମିତି କଟିବ ଆଜି ଆପଣଙ୍କ ଦିନ – ଆଜି ଏହି ରାଶିର ଭାଗ୍ୟ ବଦଳିପାରେ – ଦେଖନ୍ତୁ ରାଶି ହିସାବରେ କଣ କରିବେ ଆଜି

1 min read

ମେଷ:– ସାମାଜିକ ସମାରୋହକୁ ଆପଣ ସର୍ବଦା ମନେରଖିବେ । ଆଜି ଆପଣଙ୍କ ଘରେ ଲୋକମାନଙ୍କ ଗହଳି ଚ଼ହଳି ଲାଗିରହିବ । ବୋଧହୁଏ ସେମାନେ ଆପଣଙ୍କ ଘରେ ରହିପାରନ୍ତି । ତଥାପି ଆପଣଙ୍କ ଦିନଚ଼ର୍ଯ୍ୟାରେ ପରିବର୍ତ୍ତନ ହେବ । ଖରାପ ସମୟରେ ଆଜି ଆପଣ ଗତିକରିବେ କିନ୍ତୁ ବ୍ୟସ୍ତ ହୁଅନ୍ତୁ ନାହିଁ । ଆପଣଙ୍କର ବିଜୟ ସୁନିଶ୍ଚିତ । ଆଜି ଯେତେ ସମସ୍ୟା ଆସିଲେ ସୁଧା ଆପଣ ସବୁ ସମସ୍ୟାର ସମାଧାନ ପାଇଁ ପ୍ରସ୍ତୁତ ଅଛନ୍ତି । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ଆଦର୍ଶବାଦୀ ହେବେ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ପରିବାରରେ ମନୋମାଳିନ୍ୟ ଥିଲେ ଆଜି ଚେଷ୍ଟାକଲେ ମେଣ୍ଟିଯିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ। ପରିବାରରେ କିଛି ଅର୍ଥ ସଙ୍କଟ ଦେଖାଦେବାରୁ ଅତ୍ୟଧିକ ଚିନ୍ତା କରିବେ। ପ୍ରତିକାର:- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

ବୃଷ:– ଏହି ସମୟରେ ନିଜର ଲୋକମାନଙ୍କ ସହିତ ମଜା କରନ୍ତୁ ,କିନ୍ତୁ ଏହାସହ ନିଜ କାର୍ଯ୍ୟକୁ ମଧ୍ୟ ଠିକ୍ ସମୟରେ ସାରିବା ପାଇଁ ଚ଼େଷ୍ଟା କରନ୍ତୁ । ଘର ଏବଂ ବାହାରର କାର୍ଯ୍ୟ ମଧ୍ୟରେ ସନ୍ତୁଳନ ରକ୍ଷା ଆଜି ଆପଣଙ୍କର ମୂଳମନ୍ତ୍ର ହେବା ଉଚ଼ିତ୍ । ଆଜି କାଲି ନିଜ ଲୋକଙ୍କ ସାଂଗରେ ଆପଣଙ୍କର ସମ୍ପର୍କ ଭଲ ନାହିଁ । ଆପଣ ଆଜି ଦୁଃଖ ଅନୁଭବ କରିବେ ଏବଂ ଆପଣ ଆଜି ରାଗି ମଧ୍ୟ ପାରନ୍ତି । ସନେ ରଖନ୍ତୁ କେବଳ ଥଣ୍ଡା ମିଜାସରେ ଆପଣଙ୍କ ପରିସ୍ଥିତିକୁ ସମ୍ଭାଳି ପାରିବେ । କର୍ମକ୍ଷେତ୍ରରେ ଆଶା କରୁଥିବା ଘଟଣା ଘଟିବା ଫଳରେ ପ୍ରଶାସନ କ୍ଷେତ୍ରରେ ଦ୍ଵନ୍ଦ ଦୂର ହେବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ। ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ। ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ।

ମିଥୁନ:– ଆଜି ଆପଣ ନିଜ କାର୍ଯ୍ୟସ୍ଥଳରେ ବହୁତ ପରିଶ୍ରମ କରିବେ ଏବଂ ଆପଣଙ୍କୁ ନିଜ ଉପଲବ୍ଧି ଉପରେ ଗର୍ବ ହେବ । କିନ୍ତୁ ଆଜି ଆପଣ ନିଜ ପରିବାର ସହିତ କିଛି ସମୟ ଅତିବାହିତ କରିବା ଜରୁରୀ । ଆପଣଙ୍କ ମାନସିକ ଅବସ୍ଥାରେ କିଛି ପରିବର୍ତ୍ତନ ହେବ ଏବଂ ଦିନତମାମ ଆପଣଙ୍କ ଏକାଗ୍ରତାର ଆଘାତ ସୃଷ୍ଟି ହେବ । କାହାରି ଉପରେ ଅଯ଼ଥାରେ ବିରକ୍ତି ଭାବ ପ୍ରକାଶ କରନ୍ତୁ ନାହିଁ ଏବଂ ନିଜେ ମଧ୍ୟ ମାନସିକ ଭାରସାମ୍ୟ ହରାନ୍ତୁ ନାହିଁ । ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟଭାଜନ ହେବେ। କଠିନ ପରିଶ୍ରମ କରିବା ଦ୍ଵାରା ଯଶ-ମାନ ସମ୍ମାନ ମିଳିବ। ଗୃହିଣୀମାନେ ମୋଟାମୋଟି ଭାବେ ସୁଖରେ ଦିନଟି କାଟିବେ। ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପାରିବାରିକ ଅଶାନ୍ତି ଦୂରେଇ ଯିବ। ଶିକ୍ଷା କ୍ଷେତ୍ରରେ ସଫଳ ହେବେ। ପ୍ରତିକାର:- କୁକୁରକୁ ଖାଇବାକୁ ଦିଅନ୍ତୁ।

କର୍କଟ:– ଆଜି ଆପଣ କୌଣସି ପ୍ରକାର ମନୋରଞ୍ଜନ କରିବାକୁ ଚ଼ାହୁଁଛନ୍ତି, କିନ୍ତୁ କାର୍ଯ୍ୟଭାର ଆପଣଙ୍କର ରାସ୍ତାରେ ବାଧା ହୋଇଛି ଆପଣଙ୍କୁ ଏ ଦୁଇଟି ମଧ୍ୟରେ ସନ୍ତୁଳନ ରକ୍ଷା କରିବା ଜରୁରୀ । ଆଜି ଆପଣ କୌଣସି ଉତ୍ସବ ପାଇଁ ପ୍ରସ୍ତୁତ ହୋଇଯାଆନ୍ତୁ । ବନ୍ଧୁ ଏବଂ ସମ୍ପର୍କୀୟ ମାନେ ମିଶି ବହୁତ ମଜା କରିବେ ,ଯାହା ଆପଣଙ୍କ ସ୍ମୃତିରେ ସବୁଦିନ ପାଇଁ ଅଭୂଲା ହୋଇଯିବ ।ଆଜିର ଦିନଟି ପରସ୍ପର ସହିତ ବହୁତ ଖୁସି କରିବାର ଦିନ । ଧର୍ମାନ୍ଧତାରୁ ଦୂରେଇ ରହି, ଅଧ୍ୟାତ୍ମିକତାର ପ୍ରଦର୍ଶନ କରିବେ। ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ। ପୈତୃକ ସମ୍ପତ୍ତି ନେଇ ବିବାଦର ସମାଧାନ ହେବ। ଆତ୍ମୀୟ ମିତ୍ରଙ୍କ ସାହାଯ୍ୟରେ ବନ୍ଦ ଥିବା କାର୍ଯ୍ୟ ପୂରଣ ହେବ। ଅବିବାହିତ ଯୁବକ-ଯୁବତୀମାନେ ବିବାହ କରିବା ସୁଯୋଗ ପାଇବେ। ପ୍ରତିକାର– ଷଣ୍ଢକୁ ଗୁଡ ଓ ରୁଟି ଖାଇବାକୁ ଦିଅନ୍ତୁ।

ସିଂହ:– ଯଦି ଆପଣଙ୍କ ବନ୍ଧୁ କିମ୍ବା ଆତ୍ମୀୟସଜ୍ଜନ ବିଦେଶରୁ ଆସୁଥାନ୍ତି ,ତେବେ ବୋଧହୁଏ ସେ ଆଜି ଆପଣଙ୍କ ଘରକୁ ଆପଣଙ୍କୁ ଭେଟିବା ପାଇଁ ଆସିବେ । ସେଥିପାଇଁ ନିଜ ଘରକୁ ସଫାସୁତୁରା କରନ୍ତୁ । ପରିସ୍ଥିତି ଯେମିତି ହେଉ ମଧ୍ୟ ଆପଣ ଘରର ଶାନ୍ତି ଭଙ୍ଗ ହବାକୁ ଦିଅନ୍ତୁ ନାହିଁ । ନିଜ କ୍ରୋଧକୁ ନିଜ ଭିତରେ ରଖିବା ହିଁ ମଙ୍ଗଳ ।ଏହି କଳହ ଦ୍ୱାରା ଆପଣ ଲାଭବାନ ହେବେ ନାହିଁ ବରଂ ଏହା ଆପଣଙ୍କର ଅଧିକ ଚ଼ିନ୍ତାର କାରଣ ହେବ । ବ୍ୟବସାୟରେ ଆଶାତୀତ ଲାଭ ପାଇବେ। ଶତୃମାନେ ତଳମୁହାଁ ହେବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେବ। ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ନୂତନକର୍ମ ନିଯୁକ୍ତି ପାଇଁ ଚେଷ୍ଟା ସଫଳ ହେବ। ଦାମ୍ପତ୍ୟ ସୁଖରେ ସୁଖୀ, ଭୌତିକ ସୁଖ ସୁବିଧା ପ୍ରାପ୍ତି। ଉଚ୍ଚ ଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା କରିବେ। ବନ୍ଧୁ ମିତ୍ର ଓ ସହକର୍ମୀଙ୍କ ଠାରୁ ଆଶାତୀତ ସହଯୋଗ ମିଳିବ। କର୍ମ କ୍ଷେତ୍ରରେ ବାଧା ସୃଷ୍ଟି ହେବ। ପ୍ରତିକାର : ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

କନ୍ୟା:– ଆଜି ଆପଣ ନିଜ ଉପରେ କାର୍ଯ୍ୟ ବୋଧ ବଢ଼ି ଯାଇଛି ବୋଲି ଅନୁଭବ କରିବେ । ଏହି ଚ଼ିନ୍ତା ଘର ଏବଂ କାର୍ଯ୍ୟ ସହ ସମ୍ବନ୍ଧିତ ହୋଇଥାଇପାରେ । ଆଜି ଆପଣ ଶାନ୍ତ ରହି ନିଜର କାର୍ଯ୍ୟ ସମ୍ପାଦନ କରନ୍ତୁ । ଆଜି ଆପଣ ନିଜର ଅତିତକଥା ମନେ ପକାଇ ଖୁସି ରହିବେ । ସପ୍ତାହଶେଷରେ ବନ୍ଧୁ ଏବଂ ସମ୍ପର୍କିୟଙ୍କୁ ଭେଟିବାକୁ ଇଛା କରିବେ । ଏହା ଆପଣଙ୍କୁ ବିଗତ ଦିନର ସ୍ମୃତି ଚାରଣ କରିବାରେ ସାହାଯ୍ୟ କରିବ । ଆଜି ବୌଦ୍ଧିକ ଚର୍ଚ୍ଚାରୁ ଦୂରରେ ରୁହନ୍ତୁ। ବିଦ୍ୟାର୍ଥିମାନଙ୍କପାଇଁ ସମୟ କଠିନ ଅଟେ। ପେଟ ସମ୍ବନ୍ଧିତ ରୋଗରେ ମଧ୍ୟ ମନ ଚିନ୍ତିତ ହୋଇପାରେ, ପରନ୍ତୁ ମଧ୍ୟାହ୍ନ ପରେ ରୋଗରେ ଆପଣଙ୍କୁ ଆସ୍ୱସ୍ତି ଅନୁଭବ ହେବ। ମାନସିକ ରୂପରେ ମଧ୍ୟ ଆପଣଙ୍କୁ ଭଲ ଲାଗିବ।କ୍ରୋଧକୁ ନିୟନ୍ତ୍ରଣରେ ରଖିକରି ସ୍ଵଭାବକୁ ମୃଦୁ ବନାଇ ରଖିବେ। ବାଣୀ ଉପରେ ନିୟନ୍ତ୍ରଣ ରଖିବାଯୋଗୁଁ ବାତାବରଣକୁ ଶାନ୍ତ ରଖିବାରେ ଆପଣ ସଫଳ ହୋଇପାରନ୍ତି। ଖର୍ଚ୍ଚର ମାତ୍ରା ଅଧିକ ରହିବ। ଶାରୀରିକ ଏବଂ ମାନସିକ ସ୍ଵାସ୍ଥ୍ୟ ଆଜି ବିଗିଡ଼ି ପାରେ। ଆର୍ଥିକ ରୂପରେ ଆପଣଙ୍କୁ ଲାଭ ହେବ|କୁକୁରକୁ ଖାଇବାକୁ ଦିଅନ୍ତୁ

ତୁଳା:–  ଆଜି ଆପଣଙ୍କ ଜୀବନରେ ଗତିପଥ ସମାନ୍ ନୁହେଁ । ଏମିତି ଲାଗୁଛି ଯେପରି ଆପଣଙ୍କର ଆଖପାଖର ପରିସ୍ଥିତି ଖରାପ ଆଡ଼କୁ ଗତିକରୁଛି । ଆପଣଙ୍କ କାର୍ଯ୍ୟସ୍ଥଳରେ କିଛି ଅଦରକାରୀ ପରିବର୍ତ୍ତନ ହୋଇପାରେ । ଆଜି ଆପଣଙ୍କ ମନ ବନ୍ଧୁମାନଙ୍କ ସହ ମଜ୍ଜା କରିବାକୁ ଚ଼ାହୁଁଛି । ଆଜିକାଲି ଆପଣଙ୍କ ସମ୍ପର୍କ ସୁଧାରିବାରେ ଲାଗିଛନ୍ତି ଯେଉଁଥି ପାଇଁ ଆପଣ ଖୁସି ଅଛନ୍ତି । ଆଜି ଆପଣ ଯେତେ ଅଧିକ ସମୟ ପାରିବେ ଆପଣଙ୍କ ପରିବାରଙ୍କ ସହ କଟାନ୍ତୁ । ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ ନତୁବା ଲକ୍ଷ୍ୟ ଭ୍ରଷ୍ଟ ହୋଇଯିବା ଫଳରେ ମନସ୍ତାପ ବଢିଯିବ। ସଙ୍କୁଚିତ ସ୍ଥିତିର ଅଧୀନ ହୋଇ ଘୋଷାରି ହେବେ ଓ ପ୍ରଚୁର ଖଟଣି ଖଟି ନିଜର ଭାବ ମୂର୍ତ୍ତିକୁ ବଜାୟ ରଖିବେ। ଦୂର ଯାତ୍ରାରେ ଶରୀରପୀଡା ଭୋଗ କରିବାସହ ମୂଲ୍ୟବାନ ଦ୍ରବ୍ୟ ଚୋରୀ ହେବାର ସୂଚନା ମିଳେ। ବିହିନ୍ନ ପ୍ରକାର କଥା ଚିନ୍ତାକରି କୌଣସି କାମ ପ୍ରତି ମନ ଲାଗିବ ନାହିଁ। ପ୍ରତିକାର– ଗାଈକୁ କିଛିଖାଦ୍ୟ ଖାଇବାକୁ ଦିଅନ୍ତୁ।

ବିଛା:– ଗୋଟିଏ ପକ୍ଷରେ ଆପଣ ସାମାଜିକ ସମାରୋହରେ ଭାଗ ଲେବାପାଇଁ ଚ଼ାହିଁବେ ଏବଂ ଅନ୍ୟ ପକ୍ଷରେ ଆପଣ ଏହା ମଧ୍ୟ ଧ୍ୟାନ ରଖନ୍ତୁ ଯେ ଆପଣଙ୍କ କାର୍ଯ୍ୟ ଯେପରି ଠିକ୍ ସମୟରେ ପୁର୍ଣ୍ଣ ହୁଅନ୍ତୁ । ଆଜି ଆପଣ କିଛି ସମୟଧରି ଚାଲୁଥିବା ଝଗଡାର ସମସ୍ୟାକୁ ସମାଧାନ କରି ଶାନ୍ତିର ନିଶ୍ୱାସ ନେବେ । ଆପଣ ଘରେ ରହିକରି ଘର ଲୋକଙ୍କ ସହିତ କଥାବାର୍ତ୍ତା କରନ୍ତୁ ଏବଂ ଖୁବ ମଜା କରନ୍ତୁ ।ଏହି ଛୋଟ ଦୁଇଟି କଥା ଆପଣଙ୍କ ସମ୍ପର୍କକୁ ଆହୁରୀ ଦୃଢ କରିବ । ଆପଣଙ୍କ ସ୍ଵଭାବରେ କ୍ରୋଧ ଏବଂ ଉଗ୍ରତା ନ ହେଉ, ଏହାର ଧ୍ୟାନ ରଖିବେ।| ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନରେ ବାଧା ଆସିବ। କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ବହୁ ଅସୁବୁଧାର ସମ୍ମୁଖୀନ ହେବେ। କର୍ମ ନିଯୁକ୍ତିରେ ବିଫଳ ହେବେ ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ବିଫଳ ହେବେ। ଦାମ୍ପତ୍ୟ ସୁଖରେ ବାଧା ଆସିବ। ବ୍ୟବସାୟୀମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ି ପାରନ୍ତି। ଶିକ୍ଷା କ୍ଷେତ୍ରରେ ଆଦୌ ମନଯୋଗ ଦେବେ ନାହିଁ। ପ୍ରତିକାର:- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

ଧନୁ:– ଆଜି ଆପଣଙ୍କ ଘରୋଇ ଜୀବନରେ କିଛି ଉତଥାନ ପତ୍ତନ ହେବାର ଅଛି । କିନ୍ତୁ ଆଦୌ ବ୍ୟସ୍ତ ହୁଅନ୍ତୁ ନାହିଁ । ଯାହା ହେବ ଭଲ ହେବ । ଘରକୁ ଅତିଥି ଆସିବେ ଏବଂ ଖୁସି ବଢ଼ିବ । ଯଦି ଆପଣଙ୍କ ବନ୍ଧୁ କିମ୍ବା ଆତ୍ମୀୟସଜ୍ଜନ ବିଦେଶରୁ ଆସୁଥାନ୍ତି ,ତେବେ ବୋଧହୁଏ ସେ ଆଜି ଆପଣଙ୍କ ଘରକୁ ଆପଣଙ୍କୁ ଭେଟିବା ପାଇଁ ଆସିବେ । ସେଥିପାଇଁ ନିଜ ଘରକୁ ସଫାସୁତୁରା କରନ୍ତୁ । ଉଚ୍ଚପ୍ରଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ଲାଭ ହେବ। ବନ୍ଧୁମିଳନ ତୀର୍ଥ ଭ୍ରମଣ ଓ ସଂସ୍କୃତିକ ତଥା ସାମାଜିକ କାର୍ଯ୍ୟରେ ଭାଗନେବେ। ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ସାମର୍ଥ୍ୟ ଯୁଟିବ। ସାମାଜିକ ସ୍ଥିତି ଓ ମାନସମ୍ମ।ନ ବଜାୟ ରହିବ। ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ। ପ୍ରତିକାର:-କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:– ଆଜି ଆପଣ ନିଜ ଘରେ ସୁଖଶାନ୍ତିରେ ଆଶା କରି ପାରନ୍ତି । ଆଜି ଆପଣଙ୍କ ଘରେ ଅତିଥି ମାନଙ୍କର ବହୁତ ଭଲଭାବେ ଚ଼ର୍ଚ୍ଚାହେବ ଏବଂ ଆପଣ ସେମାନଙ୍କ ସହ ଭଲ ସମୟ ଅତିବାହିତ କରିବେ । ଏହିଭଳି ସାମାଜିକ ସମାରୋହରେ ଭାଗ ନିଅନ୍ତୁ । ଆଜି ଆପଣ ସମାଜସେବା କରିବାକୁ ମନବଳାଇବେ । ଆଜି ଆପଣ ପଇସା ପତ୍ର କିମ୍ବା ସମୟ ଦେଇ ଆବଶ୍ୟକ କରୁଥିବା ଲୋକଙ୍କ ସାହାଯ୍ୟ କରିବାକୁ ଚ଼େଷ୍ଟା କରିବେ । ଦିନ ସରିଲେ ଆପଣ କାମ ପାଇଁ ବହୁତ ଖୁସି ହେବେ । ମଧ୍ୟାହ୍ନ ପରେ ଆପଣଙ୍କ ପ୍ରସନ୍ନତାରେ ବୃଦ୍ଧି ହେବ|ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ। ସେବାକାରୀମାନଙ୍କ ସହଯୋଗରେ ସମ୍ମ।ନଜନକ ସ୍ଥିତି ପରିଲକ୍ଷିତ ହେବ। ଜନସେବାଦ୍ଵାରା ଓ ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ। ମହିଳାମାନେ ଗୁରୁଜନମାନଙ୍କର ଆଦରଣୀୟା ହେବେ ଓ ପରିବାର ମଧ୍ୟରେ ମୁଖ୍ୟତା ଲାଭ କରିବେ। ପ୍ରତିକାର:-ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କୁମ୍ଭ:– ଆଜି ଆପଣଙ୍କ ଘରକୁ ବିଦେଶରୁ ଅତିଥି ଆସିବାର ସମ୍ଭାବନା ରହିଛି । ଏହା ଦ୍ୱାରା ଆପଣଙ୍କ ଘରେ ଆନନ୍ଦର ପରିବେଶ ରହିବ । ଯଦି ଆପଣ କାର୍ଯ୍ୟରେ ବ୍ୟସ୍ତ ରୁହନ୍ତି ତଥାପି ସମୟ ବାହାରକରି ସେମାନଙ୍କ ସହ ଆନନ୍ଦିତ ହୁଅନ୍ତୁ । କିଛି ସମୟରୁ ଆପଣଙ୍କ ଘରେ ଛୋଟଛୋଟ କଥାକୁ ନେଇ ଝଗଡା ସୃଷ୍ଟି ହେଉଛି । କିନ୍ତୁ ଆଜି ଆପଣ ଏହି ଝଗଡାକୁ ସମାପ୍ତ କରି ହିଁ ଦିଅନ୍ତୁ । ଆଜି ଆପଣ ନିଜର ଚେଷ୍ଟାରେ ଏହି କାର୍ଯ୍ୟଟି କରି ହିଁ ନିଅନ୍ତୁ । କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ମାନସିକ ଅଶାନ୍ତି ଦୂର ହେବ। ବସ୍ତ୍ରାଭୂଷଣ ବ୍ୟବସାୟୀମାନେ ବିଶେଷ ଲାଭବାନ ହେବେ। ଅଧାଥିବା କାର୍ଯ୍ୟ ପୂରଣ ହେବ। ଆର୍ଥିକ ସ୍ୱଚ୍ଛଳତା ଦେଖା ଦେବ। ନୂତନ କର୍ମ ନିଯୁକ୍ତି ପାଇବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ, ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ଅବିବାହିତ ଯୁବକ-ଯୁବତୀମାନେ ବିବାହ କରିବା ସୁଯୋଗ ପାଇବେ। ପ୍ରତିକାର : ଗାଈକୁ ରୁଟି ଓ ଗୁଡ଼ ଖାଇବାକୁ ଦିଅନ୍ତୁ।

ମୀନ:– ଆଜି ଆପଣଙ୍କ ଘରେ ଖୁସିର ପରିବେଶ ରହିବେ । ଆଜି ଆପଣ ଏବଂ ଆପଣଙ୍କ ଘରଲୋକେ ମଉଜ ମଜଲିସରେ ମଜ୍ଜି ରହିବେ । ବିଦେଶରୁ ମଧ୍ୟ ଆପଣଙ୍କ ଆତ୍ମୀୟ ସଜ୍ଜନ ଆସି ପାରନ୍ତି । ତାଙ୍କୁ ସ୍ୱାଗତ କରିବା ପାଇଁ ପ୍ରସ୍ତୁତ ରୁହନ୍ତୁ । ଛାତ୍ରମାନେ ଯଦି ଖେଳ କୁଦ କରିବାକୁ କିମ୍ବା ସିନେମା ଦେଖିବାକୁ ଚାହୁଁଛନ୍ତି ,ଏସମୟକୁ ଉପଯୁକ୍ତ ବ୍ୟବହାର କରନ୍ତୁ । ଆପଣ ମାନସିକ କ୍ଳାନ୍ତି ଭୋଗକରି ପାରନ୍ତି କିନ୍ତୁ ଅଧ୍ୟୟନକୁ ଅବହେଳା କରନ୍ତୁ ନାହିଁ । ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ପାରିବାରିକ ତିକ୍ତତାର ସମସ୍ୟା ଦୂର ହେବ। ପ୍ରତିକାର:-ଦିନ ଦୁଃଖୀଙ୍କୁ ଅନ୍ନ ଦାନ ଦିଅନ୍ତୁ

Leave a Reply

Your email address will not be published. Required fields are marked *